ମଧ୍ୟସ୍ଥତା କେନ୍ଦ୍ରରେ ଅଢ଼େଇ ଘଣ୍ଟା କାଉନ୍‌ସେଲିଂ

କଟକ ଅଫିସ, ୨୬ା୪:ସୁମିତ-ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ କାଉନସେଲିଂ କରାଯାଇଛି। ଅପରାହ୍ନ ୩ଟାରୁ ୫ଟା ୩୦ପର୍ଯ୍ୟନ୍ତ ଅଢ଼େଇ ଘଣ୍ଟା କାଳ ଏହି କାଉନସେଲିଂ ଚାଲିଥିଲା। ଆସନ୍ତା ୪ ତାରିଖ ଅପରାହ୍ନ ୩ଟାରେ ପୁନର୍ବାର କାଉନସେଲିଂ ପାଇଁ ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେବାକୁ କୁହାଯାଇଛି।
ସୂଚନାଯୋଗ୍ୟ, ଦାମ୍ପତ୍ୟ ଜୀବନକୁ ନେଇ ବିବାଦ ଉଠିବା ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୯ ତାରିଖରେ ପ୍ରଥମ ଥର ଲାଗି ସୁମିତ-ତପସ୍ବିନୀ କାଉନସେଲିଂ ଟେବୁଲରେ ଏକାଠି ହୋଇଥିଲେ। ପ୍ରଥମ ଥର ୨ଘଣ୍ଟା ୩୦ମିନିଟ୍‌ ଓ ପରେ ୧୧ ତାରିଖରେ ୩ଘଣ୍ଟା ପର୍ଯ୍ୟନ୍ତ ଆଇନସେବା ଭବନ ପରିସରସ୍ଥ ମଧ୍ୟସ୍ଥତା କେନ୍ଦ୍ରରେ ଉଭୟଙ୍କୁ କାଉନସେଲିଂ କରାଯାଇଥିଲା। ଅଧିକାରୀ ପ୍ରଥମେ ଉଭୟଙ୍କୁ ଏକାଠି ବସାଇ ଓ ପରେ ପୃଥକ ପୃଥକ ଭାବେ କାଉନସେଲିଂ କରିଥିଲେ। କାହିଁକି ଓ କାହା ପାଇଁ ବିବାଦ ଉପୁଜିଥିଲା ପ୍ରଭୃତି ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ମଧ୍ୟସ୍ଥତା କେନ୍ଦ୍ରର ରିପୋର୍ଟ ଆଧାରରେ ଗତ ୧୩ ତାରିଖରେ ହାଇକୋର୍ଟରେ ସୁମିତ-ତପସ୍ବିନୀ ପାରିବାରିକ ବିବାଦ ମାମଲାର ଶୁଣାଣି ହୋଇଥିଲା। ଏହି ଆଲୋଚନା ସଫଳ ହୋଇପାରି ନ ଥିଲା ବୋଲି ହାଇକୋର୍ଟଙ୍କୁ ଦିଆଯାଇଥିବା ରିପୋର୍ଟରେ କୁହାଯାଇଥିଲା। ବିଚାରପତି ଆଦିତ୍ୟ ମହାପାତ୍ରଙ୍କ ଖଣ୍ଡପୀଠ ପୁନର୍ବାର ମଧ୍ୟସ୍ଥତା କେନ୍ଦ୍ରରେ ଉଭୟଙ୍କୁ ବସାଇ ଆଲୋଚନା କରିବା ପାଇଁ ୧୩ ତାରିଖରେ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri