ମଧ୍ୟସ୍ଥତା କେନ୍ଦ୍ରରେ ଅଢ଼େଇ ଘଣ୍ଟା କାଉନ୍‌ସେଲିଂ

କଟକ ଅଫିସ, ୨୬ା୪:ସୁମିତ-ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ କାଉନସେଲିଂ କରାଯାଇଛି। ଅପରାହ୍ନ ୩ଟାରୁ ୫ଟା ୩୦ପର୍ଯ୍ୟନ୍ତ ଅଢ଼େଇ ଘଣ୍ଟା କାଳ ଏହି କାଉନସେଲିଂ ଚାଲିଥିଲା। ଆସନ୍ତା ୪ ତାରିଖ ଅପରାହ୍ନ ୩ଟାରେ ପୁନର୍ବାର କାଉନସେଲିଂ ପାଇଁ ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେବାକୁ କୁହାଯାଇଛି।
ସୂଚନାଯୋଗ୍ୟ, ଦାମ୍ପତ୍ୟ ଜୀବନକୁ ନେଇ ବିବାଦ ଉଠିବା ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୯ ତାରିଖରେ ପ୍ରଥମ ଥର ଲାଗି ସୁମିତ-ତପସ୍ବିନୀ କାଉନସେଲିଂ ଟେବୁଲରେ ଏକାଠି ହୋଇଥିଲେ। ପ୍ରଥମ ଥର ୨ଘଣ୍ଟା ୩୦ମିନିଟ୍‌ ଓ ପରେ ୧୧ ତାରିଖରେ ୩ଘଣ୍ଟା ପର୍ଯ୍ୟନ୍ତ ଆଇନସେବା ଭବନ ପରିସରସ୍ଥ ମଧ୍ୟସ୍ଥତା କେନ୍ଦ୍ରରେ ଉଭୟଙ୍କୁ କାଉନସେଲିଂ କରାଯାଇଥିଲା। ଅଧିକାରୀ ପ୍ରଥମେ ଉଭୟଙ୍କୁ ଏକାଠି ବସାଇ ଓ ପରେ ପୃଥକ ପୃଥକ ଭାବେ କାଉନସେଲିଂ କରିଥିଲେ। କାହିଁକି ଓ କାହା ପାଇଁ ବିବାଦ ଉପୁଜିଥିଲା ପ୍ରଭୃତି ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ମଧ୍ୟସ୍ଥତା କେନ୍ଦ୍ରର ରିପୋର୍ଟ ଆଧାରରେ ଗତ ୧୩ ତାରିଖରେ ହାଇକୋର୍ଟରେ ସୁମିତ-ତପସ୍ବିନୀ ପାରିବାରିକ ବିବାଦ ମାମଲାର ଶୁଣାଣି ହୋଇଥିଲା। ଏହି ଆଲୋଚନା ସଫଳ ହୋଇପାରି ନ ଥିଲା ବୋଲି ହାଇକୋର୍ଟଙ୍କୁ ଦିଆଯାଇଥିବା ରିପୋର୍ଟରେ କୁହାଯାଇଥିଲା। ବିଚାରପତି ଆଦିତ୍ୟ ମହାପାତ୍ରଙ୍କ ଖଣ୍ଡପୀଠ ପୁନର୍ବାର ମଧ୍ୟସ୍ଥତା କେନ୍ଦ୍ରରେ ଉଭୟଙ୍କୁ ବସାଇ ଆଲୋଚନା କରିବା ପାଇଁ ୧୩ ତାରିଖରେ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?