ତୃତୀୟ ଲହରରେ ଅଧିକ ଗୁରୁତର ହେଉଛନ୍ତି ସ୍ନାୟୁ ରୋଗୀ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ଓମିକ୍ରନରେ କୋଭିଡ୍‌ ସରିବନାହିଁ। ତୃତୀୟ ଲହର ପରେ ଚତୁର୍ଥ ଲହର ବି ଆସିପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ମଙ୍ଗଳବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ କରୋନା ସଚେତନତା କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ସମ୍ପଦ ଦାଶ ଯୋଗଦେଇ ସାଧାରଣ ଲୋକଙ୍କ ବିଭିନ୍ନ ଦ୍ୱନ୍ଦ୍ୱକୁ ଦୂର କରିବା ସହିତ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ତୃତୀୟ ଲହରରେ ୭୫ରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତି ଅଧିକ ଆକ୍ରାନ୍ତ ହେଉଛନ୍ତି। ସ୍ନାୟୁଜନିତ ରୋଗୀ ଅଧିକ ଗୁରୁତର ହେଉଥିବା ଦେଖାଯାଉଛି। ସେହିପରି ଦ୍ୱିତୀୟ ଲହର ଅପେକ୍ଷା ତୃତୀୟ ଲହରରେ ବୟସ୍କଙ୍କ ଲକ୍ଷଣ ଭିନ୍ନ ରହିଛି। ଖାଇବା ପିଇବା ବନ୍ଦ କରିବା, ଦୁର୍ବଳ ଲାଗିବା, ଝାଡ଼ାବାନ୍ତି ପ୍ରଭୃତି ଏହାର ଲକ୍ଷଣ। ସଂକ୍ରମିତ ବ୍ୟକ୍ତି ଲକ୍ଷଣର ୨ ଦିନ ପୂର୍ବରୁ ଓ ଆକ୍ରାନ୍ତର ୩ ଦିନ ପର୍ଯ୍ୟନ୍ତ ଅନ୍ୟମାନଙ୍କୁ ସଂକ୍ରମିତ କରିପାରନ୍ତି। ତେବେ ଓମିକ୍ରନରେ କୋଭିଡ୍‌ ଶେଷ ହୋଇଯିବ ନାହିଁ, ଚତୁର୍ଥ ଲହର ବି ଆସିପାରେ ବୋଲି ଡା. ଦାଶ କହିଛନ୍ତି। ଏହି ଅବସରରେ ରାଜ୍ୟ ସରକାରଙ୍କ ଅଧିକାରୀ ଡା. ଅମରେନ୍ଦ୍ର ମହାନ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri