Posted inଜାତୀୟ

ବାହାନଗା ଟ୍ରେନ୍‌ ଟ୍ରାଜେଡିକୁ ପୁରିଲା ବର୍ଷେ, ସକାଳୁ ସକାଳୁ ଆଉ ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା

ପଞ୍ଜାବ,୨।୬: ପୁଣି ଘଟିଛି ବଡ଼ ଟ୍ରେନ୍‌ ଦୁର୍ଘଟଣା। ବାହାନଗା ଟ୍ରେନ୍‌ ଟ୍ରାଜେଡିକୁ ଆଜି ବର୍ଷେ ପୁରୁଥିବାବେଳେ ଆଉ ଏକ ଟ୍ରେନ୍‌ ଟ୍ରାଡେଜି ହୋଇଛି। ଯେଉଁଥିରେ ଦୁଇ ଲୋକ ପାଇଲଟ ଗୁରୁତର ହୋଇଛନ୍ତି। ପଞ୍ଜାବର ଫତେହଗଡ ସାହିବର ସରହିନ୍ଦର ମାଧୋପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଦୁଇ ମାଲବାହୀ ଟ୍ରେନ୍‌ ପରସ୍ପର ଧକ୍କା ହୋଇଛି । ଏଥିରେ ଦୁଇ ଟ୍ରେନ୍‌ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।

ଆହତଙ୍କୁ ଶ୍ରୀ ଫତେହଗଡ ସାହିବ ସିଭିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ରାଜିନ୍ଦର ହସ୍ପିଟାଲ ପଟିଆଲାକୁ ରେଫର୍‌ କରାଯାଇଛି। ସେପଟେ ଦୁର୍ଘଟଣାସ୍ଥଳର ଭିଡିଓ ଓ ଫଟୋ ସାମ୍ନାକୁ ଆସିଛି। ଫଟୋରେ ଉଭୟ ଟ୍ରେନ ପୂରାପୁରି କ୍ଷତିଗ୍ରସ୍ତ ହୋଇ ପଡିଛି। ଏଯାଏଁ କୌଣସି କ୍ଷୟକ୍ଷତି ସମ୍ପର୍କିତ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ…

ଭାରତ ସରକାରଙ୍କ ପଦକ୍ଷେପ ଆଗରେ ମୁଣ୍ଡ ନୁଆଁଇଲା ମେଟା (Meta), ପିଲାମାନଙ୍କ ସମ୍ବନ୍ଧୀୟ ବିସ୍ତୃତ ସୂଚନା ପ୍ରଦାନ କରିବାକୁ ସହମତ

ନୂଆଦିଲ୍ଲୀ,୧୫।୯: ଭାରତ ସରକାର ପିଲାମାନଙ୍କୁ ଅନଲାଇନ ଯୌନ ଶୋଷଣ ଏବଂ କ୍ଷତିକାରକ ବିଷୟବସ୍ତୁରୁ ସୁରକ୍ଷା ଦେବା ପାଇଁ ସୋସିଆଲ ମିଡିଆ କମ୍ପାନୀଗୁଡ଼ିକ ଉପରେ ନିୟମାବଳୀ କଠୋର କରିବାକୁ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ ଚୟନ ହୋଇ ଅଞ୍ଚଳ ପାଇଁ ଗୌରବ…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?