ଏଇ ଭାରତରେ

ସ୍କୁଲରେ ପିଲାଙ୍କ ସଂଖ୍ୟା ବୃଦ୍ଧି ଲାଗି ନିଜ ଦରମାରୁ ଅର୍ଥ ବ୍ୟୟ କରି ଅଭିନବ ଉପାୟ ଆପଣାଇଛନ୍ତି ତେଲଙ୍ଗାନାର ଶିକ୍ଷୟିତ୍ରୀ ଅର୍ଚ୍ଚନା ନୁଗୌରି। ମଞ୍ଚେରିଲାର ଜିଲା ରେବିନାପଲ୍ଲୀସ୍ଥିତ ମଣ୍ଡଳ ପରିଷଦ ପ୍ରାଥମିକ ସ୍କୁଲରେ ସେ ପ୍ରଧାନଶିକ୍ଷୟିତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ସେ ଦୁର୍ଗମ ଅଞ୍ଚଳର ପିଲାମାନଙ୍କୁ ସ୍କୁଲକୁ ଆଣିବା ଲାଗି ପରିବହନ ବ୍ୟବସ୍ଥା ସହ ଏକ୍ସଷ୍ଟ୍ରା କ୍ଲାସ ନେଉଛନ୍ତି। ଏହି ପଦକ୍ଷେପ ଯୋଗୁ ସ୍କୁଲର ପିଲାସଂଖ୍ୟା ଏବେ ୨୭୫ରେ ପହଞ୍ଚିଗଲାଣି। ସେମାନଙ୍କ ମଧ୍ୟରେ ଝିଅସଂଖ୍ୟା ୧୦୩। ଅର୍ଚ୍ଚନାଙ୍କ ବୟସ ୪୨। ଚାକିରି ପ୍ରାରମ୍ଭ କାଳରେ ସେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳକୁ ପ୍ରତିଦିନ ଯାଉଥିଲେ। ପିଲା ସ୍କୁଲ ଛାଡ଼ିବା ମୂଳରେ ଗମନାଗମନ ତଥା ପରିବହନ ମୁଖ୍ୟ ସମସ୍ୟା ରହିଥିବା ସେ ଅନୁଭବ କରିବା ପରେ ଏଥିପାଇଁ ଗାଡ଼ି ବ୍ୟବସ୍ଥା କରିଛନ୍ତି। ନିଜ ଖର୍ଚ୍ଚରେ ଏକ ଲାଇବ୍ରେରି କରିଛନ୍ତି। ଏଥିରେ ୧୦୦୦ ବହି ଅଛି। ବିଭିନ୍ନ ଉତ୍ସରୁ ପାଣ୍ଠି ଯୋଗାଡ଼ କରି ସେ ସ୍କୁଲର ଫର୍ନିିଚର ତିଆରି କରିଛନ୍ତି। ଏହି କାର୍ଯ୍ୟ ଲାଗି ତାଙ୍କୁ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପାଇଁ ନୂଆ ଆଶା- ଏକ ଭାରତର ମାନସିକତା

ବୈଶାଖୀ, ରଙ୍ଗୋଲି ବିହୁ, ମହାବିଷୁବ ପଣା ସଂକ୍ରାନ୍ତି, ପୋଇଲା ବୈଶାଖ, ବିଷୁ ଏବଂ ତାମିଲ ପୁଥାଣ୍ଡୁ ଅବସରରେ ଭାରତ ତଥା ସାରା ବିଶ୍ୱରେ ଯେଉଁ ପାରମ୍ପରିକ ନୂଆ…

ବିପଦରେ ଐତିହ୍ୟ

ସାମ୍ପ୍ରତିକ ସମୟରେ ଆମେ ଉନ୍ନତି ପଥରେ ଦୌଡ଼ିଲା ବେଳେ ପଛରେ ରହିଯାଉଛି ଆମର ଐତିହ୍ୟ ଓ ସ୍ମୃତି। ଏହି ଐତିହ୍ୟ କେବଳ ପଥରର ସ୍ଥାପତ୍ୟ ଏବଂ ଦୁର୍ଗ…

ଏବେ ତୁର୍କୀ ଓ କ୍ୟୁବା

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ଆକ୍ରମଣ ଏବଂ ନିକଟରେ ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦରେ ଶାନ୍ତି ଆଲୋଚନା ବିଫଳ ହେବା ପରେ ମଧ୍ୟପ୍ରାଚ୍ୟ ପୁନର୍ବାର ଅଶାନ୍ତ। ଇରାନ୍‌କୁ…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri