ଏଇ ଭାରତରେ

ଧର୍ମୀୟ ସଦଭାବନାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ରାଜସ୍ଥାନର ଯୋଧପୁରରେ। ୨୮ ସେପ୍ଟେମ୍ବରରେ ଅନନ୍ତ ଚତୁର୍ଦ୍ଦଶୀରେ ଗଣପତି ମେଢ଼ ବିସର୍ଜନ ଉତ୍ସବ ସମଗ୍ର ଦେଶରେ ପାଳନ କରାଯିବ। ସେହି ଦିନ ମୁସଲମାନ ସମ୍ପ୍ରଦାୟଙ୍କର ପର୍ବ ପୈଗମ୍ବର ମହମ୍ମଦଙ୍କ ଜନ୍ମ ଦିନ ମିଲାଦୁନ ନବୀ ପଡୁଛି। ଏହି କାରଣରୁ, ଶାନ୍ତି ଏବଂ ଭାଇଚାରାକୁ ଦୃଷ୍ଟିରେ ରଖି ମୁସଲମାନ ସମାଜ ୨୮ ସେପ୍ଟେମ୍ବର ପରିବର୍ତ୍ତେ ୨୯ ସେପ୍ଟମ୍ବରରେ ଶୋଭାଯାତ୍ରା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ଯୋଧପୁର ପୋଲିସ କମିଶନର ରବି ଦତ୍ତ ଗୌଡ ଏବଂ ଡିସିପି ଅମୃତା ଦୁହନଙ୍କ ଉପସ୍ଥିତିରେ ଧାର୍ମିକ ନେତାଙ୍କ ଏକ ବୈଠକ ପରେ ଏହି ନିଷ୍ପତ୍ତି ନିଆ ଯାଇଥିଲା। ଗୋଟିଏ ଦିନରେ ଗଣପତି ବିସର୍ଜନ ଏବଂ ମିଲାଦୁନ ନବୀ ପର୍ବ ଯୋଗୁ ଯୋଧପୁର ପୋଲିସ ଶାନ୍ତି କମିଟିର ଏକ ବୈଠକ ଆୟୋଜନ କରିଥିଲା। ଏଥିରେ ଉଭୟ ସମ୍ପ୍ରଦାୟର ଧାର୍ମିକ ନେତାମାନଙ୍କୁ ଆମନ୍ତ୍ରଣ କରାଯାଇଥିଲା। ଗଣପତି ବିସର୍ଜନ ଏବଂ ଶୋଭାଯାତ୍ରା ପାଇଁ କେବଳ ଗୋଟିଏ ରାସ୍ତା ଥିବାରୁ ଏଭଳି ପରିସ୍ଥିତିରେ ଆଇନ ଶୃଙ୍ଖଳା ବଜାୟ ରଖିବା ସବୁଠାରୁ ବଡ ପ୍ରଶ୍ନ ଥିଲା। ପାରସ୍ପରିକ ଆଲୋଚନା ପରେ ମୁସଲମାନ ସମ୍ପ୍ରଦାୟର ନେତାମାନେ ଧର୍ମୀୟ ସୌହାର୍ଦ୍ଦ୍ୟର ଭାବନା ପ୍ରଦର୍ଶନ କରି ମିଲାଦୁନ ନବୀ ଶୋଭାଯାତ୍ରା ଦିନକୁ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଥିଲେ। ଯାହା ଦ୍ୱାରା ଉଭୟ ପର୍ବ ଶାନ୍ତିପୂର୍ଣ୍ଣ ଭାବରେ ପାଳନ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri