ଏଇ ଭାରତରେ

ହରିୟାଣାର ଦୌଡ଼ପରୀ ଜେଜେମା’ ଭାବରେ ଜଣାଶୁଣା ୧୦୬ ବର୍ଷୀୟା ରାମବାଈଙ୍କ ଦୌଡ଼ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଚରଖି ଦାଦ୍ରି ଗାଁ ନିବାସୀ ରାମବାଈ ବିଦେଶ ମାଟିରେ ଚାରିଟି ପଦକ ଜିତି ବିଶ୍ୱ ରେକର୍ଡ କରିଛନ୍ତି। ଗତବର୍ଷ ବେଙ୍ଗାଲୁରୁରେ ଅନୁଷ୍ଠିତ ଜାତୀୟ ପ୍ରତିଯୋଗିତାରେ ୧୦୦ ମିଟର ଦୌଡ଼କୁ ୪୫.୪୦ ସେକେଣ୍ଡରେ ପୂରଣ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଥିଲେ। ପରେ ରାମବାଈ ବିଦେଶ ମାଟିରେ ଖେଳି ଦେଶ ପାଇଁ ପଦକ ଜିତିବାର ସ୍ବପ୍ନ ଦେଖିଥିଲେ। ମାଲେସିଆରେ ୧୬ ଓ ୧୭ ସେପ୍ଟେମ୍ବରରେ ଅନୁଷ୍ଠିତ ବିଶ୍ୱ ମାଷ୍ଟର ଚାମ୍ପିୟନଶିପରେ ତାଙ୍କ ସ୍ବପ୍ନ ପୂରଣ ହୋଇଛି। ରାମବାଈ ୧୦୦, ୨୦୦ ମିଟର ଦୌଡ଼, ସଟ୍‌ପୁଟ ଏବଂ ଡିସ୍‌କସ୍‌ ଥ୍ରୋରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ୧୦୦ ମିଟର ଦୌଡ଼ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ରାମବାଈଙ୍କୁ ଉତ୍ସାହିତ କରୁଥିବା ନାତୁଣୀ ଶର୍ମିଲା କହିଛନ୍ତି, ଜେଜେମା’ଙ୍କ ଉତ୍ସାହ ଦେଖି ସେ ତାଙ୍କୁ ଗାଁ ପଡ଼ିଆରେ ଅଭ୍ୟାସ କରାଇଥିଲେ। ସ୍ଥାନୀୟ ଖାଦ୍ୟ ଖାଇବା ଏବଂ ମାଟିରାସ୍ତାରେ ଦୌଡ଼ି ସେ ନିଜକୁ ପ୍ରସ୍ତୁତ କରିଥିଲେ। ସରକାରଙ୍କଠାରୁ ଆର୍ଥିକ ସହାୟତା ନ ପାଇବାରୁ ରାମବାଈଙ୍କ ମନରେ କଷ୍ଟ ହୋଇଛି। ଏହା ସତ୍ତ୍ୱେ ପଦକ ଜିତିବା ପାଇଁ ତାଙ୍କର ସଂକଳ୍ପ ଜାରି ରହିବ ବୋଲି ସେ କହିଛନ୍ତି। ତାଙ୍କର ଖେଳ ପ୍ରତି ଉତ୍ସାହ ବଢ଼ିବାରେ ଲାଗିଛି। ସେ କ୍ରମାଗତ ଭାବେ ଦେଶ ପାଇଁ ପଦକ ଜିତିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri