Odisha Elections 2024

ଏଇ ଭାରତରେ

ମେଡିକାଲ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ନେବା ଲାଗି ପ୍ରତି ବର୍ଷ ପ୍ରାୟ ୨ ଲକ୍ଷ ଛାତ୍ରୀଛାତ୍ର ରାଜସ୍ଥାନ କୋଟାର ବିଭିନ୍ନ କୋଚିଂ ସେଣ୍ଟରରେ ନାମ ଲେଖାଉଛନ୍ତି। ଉଦ୍‌ବେଗର ବିଷୟ ହେଉଛି, ସେଠାରେ ପଢ଼ାଚାପ ଯୋଗୁ ଅନେକ ପିଲା ଆତ୍ମହତ୍ୟା କରୁଛନ୍ତି। ଏପରି କି ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ସେଠାରେ ୨୫ ଜଣ ପ୍ରତ୍ୟାଶୀ ଆତ୍ମହତ୍ୟା କରିସାରିଲେଣି। ଏଭଳି ସ୍ଥିତିରେ ପିଲାମାନଙ୍କ ମାନସିକତାରେ ପରିବର୍ତ୍ତନ ଆଣିବା ପାଇଁ କୋଟାର ସହକାରୀ ପୋଲିସ ଅଧୀକ୍ଷକ ଚନ୍ଦ୍ରଶିଲ ଠାକୁର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ସେ ବିଗତ ୮ ବର୍ଷ ହେଲା କୋଟାରେ ଯୁବକଙ୍କ ପାଇଁ ଅନେକ କାର୍ଯ୍ୟକ୍ରମ କରି ସଫଳ ହେବା ପରେ ଏହି ଅଭିଯାନ ପାଇଁ ସମର୍ପିତ ରହିଛନ୍ତି। ସେ ସ୍ପେଶାଲ ଷ୍ଟୁଡେଣ୍ଟ ସେଲ୍‌ ଗଠନ କରିିବା ସହ ଏକ ୩ ଜଣିଆ ଟିମ୍‌ ଗଠନ କରି ପିଲାମାନଙ୍କ ମଧ୍ୟରୁ ଚାପ ଦୂରକରିବା ଲାଗି ପ୍ରୟାସ କରୁଛନ୍ତି। ମହିଳା ଓ ପୁରୁଷ ପୋଲିସ ଅଧିକାରୀମାନେ ବି ଏଥିରେ ସାମିଲ ହୋଇଛନ୍ତି। ଏକ ୨୪ ଘଣ୍ଟିଆ ହେଲ୍‌ପଲାଇନ ଖୋଲିଛନ୍ତି। ପ୍ରତିଦିନ ପାଖାପାଖି ୭ଟି କଲ୍‌ ସେ ପାଉଛନ୍ତି। ୪ ମାସ ମଧ୍ୟରେ ୫୦୦ରୁ ଅଧିକ କଲ୍‌ ପାଇଛନ୍ତି। ଷ୍ଟୁଡେଣ୍ଟ ସେଲ୍‌ ଏଯାବତ ୮୦,୦୦୦ ଛାତ୍ରୀଛାତ୍ରଙ୍କୁ ଭେଟି ସେମାନଙ୍କ ସମସ୍ୟା ଦୂର କରିବାକୁ ଚେଷ୍ଟା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବୟସ ୮୭, ତଥାପି ଏହି ବୟସରେ ସଡ଼କ ଦୁର୍ଘଟଣାରେ ଜୀବନ ବଞ୍ଚାଇବା ଲାଗି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି ରାଜସ୍ଥାନର ଡ. ମାୟା ଟଣ୍ଡନ। ସେ...

ଗ୍ରୀଷ୍ମରେ ଛାୟାଦ୍ରୁମ

ଡ. ଶରତ ଚନ୍ଦ୍ର ପରିଡ଼ା   ପ୍ରଚଣ୍ଡ ଗ୍ରୀଷ୍ମରେ ଶୀତଳ ଛାଇ ଟିକିଏ ମିଳିଗଲେ ସତେ କି ଅମୃତ! ମଝିରେ ମଝିରେ ଝଡ଼ବତାସ ଆସି ପୁରୁଣାକାଳିଆ...

ଅକାଳ ପକ୍ବ ଫଳ ଅମୃତ ନା ବିଷ

ଡ. ଚିନ୍ତାମଣି ପଣ୍ଡା   ଋତୁକାଳୀନ ଫଳ ଓ ପନିପରିବା ସବୁ ବର୍ଷର ଭିନ୍ନ ଭିନ୍ନ ଋତୁରେ ବଜାରକୁ ଆସିଥାଏ। ଯେଉଁ ସମୟରେ ଯେଉଁ ଫଳଟି...

ନୈରାଶ୍ୟର ପ୍ରତିବାଦ

ସ୍ଲାଭୋଜ୍‌ ଜିଜେକ୍‌   ଏବେ ଅତି ଖରାପ ସମୟ ପଡ଼ିଛି। ପ୍ରକୃତିରେ ଶାନ୍ତି ଓ ସ୍ଥିରତାରେ ବ୍ୟାଘାତ ଘଟୁଛି। ବାରମ୍ବାର ଦୁବାଇରେ ପ୍ରବଳ ବର୍ଷା କିମ୍ବା...

ମିଶୁ ମୋର ଦେହ ଏ ଦେଶ ମାଟିରେ

ବର୍ତ୍ତମାନ ଚାରିଆଡ଼େ ନିର୍ବାଚନର ମାହୋଲ। ସବୁଠି ନେତାମାନଙ୍କର ମାଳ ମାଳ ପ୍ରତିଶ୍ରୁତିର ସ୍ବର। ଦୂରଦର୍ଶନ ହେଉ ବା ସାମାଜିକ ଗଣମାଧ୍ୟମ, ଯେକୌଣସି ପ୍ଲାଟ୍‌ଫର୍ମ ହେଉ ସବୁଠି...

ଚାରି ଦୁଆର ଓ ରତ୍ନ ଭଣ୍ଡାର

ପୁରୀ ସହର ବା ଜିଲା ନୁହେଁ ବରଂ ରାଜ୍ୟ ଓ ରାଜ୍ୟ ବାହାରେ ଏପରି କି ବିଦେଶରେ ରହୁଥିବା ସମସ୍ତ ଶ୍ରୀଜଗନ୍ନାଥପ୍ରେମୀଙ୍କ ମନରେ ଶ୍ରୀମନ୍ଦିରର ଚାରି...

ଏଇ ଭାରତରେ

ଉତ୍ତରାଖଣ୍ଡରେ ପାଇନ ଗଛର ଶୁଷ୍କପତ୍ର (ପାଇନ ନିଡଲ୍ସ) ବନାଗ୍ନିର ଏକ ବଡ଼ କାରଣ ବୋଲି କୁହାଯାଉଛି। ଏହା ବର୍ଷ ବର୍ଷ ଧରି ଗଛମୂଳରେ ଜମା ହୋଇ...

ସମୟାନ୍ତରେ ରାମାୟଣ

ଗଙ୍ଗା ନଦୀ ଅବବାହିକାରେ ଭାରତର ୫୦ ପ୍ରତିଶତ ଭୋଟର ରହନ୍ତି। ତେଣୁ ହିନ୍ଦୁତ୍ୱବାଦୀ ରାଜନେତାମାନଙ୍କ ପାଇଁ ରାମାୟଣ ବିଶେଷକରି ତୁଳସୀ ଦାସ ରଚିତ ରାମଚରିତ ମାନସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri