ଏଇ ଭାରତରେ

ପ୍ରଦୂଷଣ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଭାରତର ସହରଗୁଡ଼ିକରେ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ବିଶ୍ୱର ସବୁଠୁ ପ୍ରଦୂଷିତ ସହରଗୁଡ଼ିକ ମଧ୍ୟରେ ଭାରତର ୨୨ଟି ସହର ରହିଛି। ଏଭଳି ସ୍ଥିତିକୁ ଦେଖିଲେ ଦେଶରେ ପ୍ରଦୂଷଣ ହାର କମାଇବା ଲାଗି ଜୀବନଶୈଳୀରେ ପରିବର୍ତ୍ତନ ଆଣିବାର ଆବଶ୍ୟକତା ଯେତିକି ରହିଛି ବୃକ୍ଷ ରକ୍ଷଣାବେକ୍ଷଣର ଗୁରୁତ୍ୱ ସେତିକି ଅଛି। କେବଳ ବୃକ୍ଷରୋପଣ କରିଦେଲେ ହେବନାହିଁ, ବରଂ ବିଭିନ୍ନ ସ୍ଥାନରେ ଥିବା ପୁରୁଣା ଗଛଗୁଡ଼ିକର ସୁରକ୍ଷା ଜରୁରୀ। ଏହି କ୍ରମରେ ହାଇଦ୍ରାବାଦର ୫୩ ବର୍ଷୀୟା ଆସିୟା ଖାନ୍‌ଙ୍କ ପଦକ୍ଷେପ ପ୍ରଶଂସନୀୟ। ଆସିୟାଙ୍କ ନେତୃତ୍ୱରେ ଏକ ୨୦ ଜଣିଆ ପରିବେଶପ୍ରେମୀଙ୍କ ଟିମ୍‌ ଜାତୀୟ ରାଜପଥ ପ୍ରାଧିକରଣର ଗଛକଟା ନିଷ୍ପତ୍ତି ବିରୋଧରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନଜିଟି)ର ଦ୍ୱାରସ୍ଥ ହୋଇ ୯୧୪ ବରଗଛର ସୁରକ୍ଷା ନିଶ୍ଚିତ କରିଛନ୍ତି। ଏହିସବୁ ଗଛ ୧୦୦ ବର୍ଷର ପୁରୁଣା। ମୋଇନାବାଦରୁ ମାନେଗୁଡ଼ାଯାଏ ଜାତୀୟ ରାଜପଥ ୪ ଥାକିଆ କରିବା ଲାଗି ଏହିସବୁ ଗଛ କାଟିବାକୁ ଏନ୍‌ଏଚ୍‌ଏଆଇ ନିଷ୍ପତ୍ତି ନେଇଥିଲା। ଏହା ନିଶ୍ଚିତ ଯେ ଆସିୟାଙ୍କ ନେତୃତ୍ୱରେ ବୃକ୍ଷ ସୁରକ୍ଷାର ବିଜୟ ଦେଶରେ ଅନ୍ୟମାନଙ୍କୁ ବାଟ ଦେଖାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ଜଳ ନୋବେଲ ବିଜେତା

ବର୍ତ୍ତମାନର ଭୂରାଜନୈତିକ ଓ ଅର୍ଥନୈତିକ ସ୍ଥିତି ଇରାନ୍‌ ଓ ଆମେରିକା-ଇସ୍ରାଏଲ ଯୁଦ୍ଧ ଯୋଗୁ ଘୋର ପ୍ରଭାବିତ। ଏହାକୁ ନେଇ ପୃଥିବୀ ସନ୍ତ୍ରସ୍ତ। ଏଭଳି ସ୍ଥଳେ ୨୨ ମାର୍ଚ୍ଚରେ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri