ଏଇ ଭାରତରେ

ଜିଆଖତ ଉତ୍ପାଦନ କରି ବର୍ଷକୁ ୧ କୋଟି ଟଙ୍କାରୁ ଅଧିକ ରୋଜଗାର କରିବା ବିଷୟ ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏହା ମେରଟର ସନା ଖାନ୍‌ଙ୍କ ଦ୍ୱାରା ସମ୍ଭବ ହୋଇପାରିଛି। ଡାକ୍ତର ହେବା ପାଇଁ ଚାହୁଁଥିଲେ ସନା। ପ୍ରବେଶିକାରେ ସଫଳ ନ ହେବାରୁ ଇଞ୍ଜିନିୟରିଂ ପଢ଼ିଲେ। ଏହି ସମୟରେ ସେ ଭର୍ମିକମ୍ପୋଷ୍ଟ(ଜିଆଖତ) ପ୍ରୋଜେକ୍ଟରେ କାମ କରିବାର ସୁଯୋଗ ପାଇବା ପରେ ସେହିଠାରୁ ତାଙ୍କ ଜୀବନର ଗତିପଥ ବଦଳିବା ଆରମ୍ଭ ହୋଇଗଲା। ପ୍ରଥମେ ସେ ତାଙ୍କ ଭାଇଙ୍କଠାରୁ ଟଙ୍କା ଆଣି ଏସ୍‌.ଜେ. ଅର୍ଗାନିକ୍ସ ଭର୍ମି କମ୍ପୋଷ୍ଟ କମ୍ପାନୀ ପ୍ରତିଷ୍ଠା କରିଥିଲେ। ଧୀରେ ଧୀରେ ତାଙ୍କ କମ୍ପାନୀ ଆଗକୁ ବଢ଼ିଲା ଓ ଖତ ଉତ୍ପାଦନ ବି ବଢ଼ିଲା। ସେ ୨୦୨୦ରେ ୫୦୦ ଟନ୍‌ ବର୍ଜ୍ୟ ଉପଯୋଗ କରି ୧୫୦ ଟନ୍‌ ଖତ ପାଇଥିଲେ। ଏବେ ଏହା ବୃଦ୍ଧି ପାଇଛି ଏବଂ ଏଥିରୁ ସେ ବର୍ଷକୁ ୧ କୋଟି ଟଙ୍କା ରୋଜଗାର କରୁଛନ୍ତି। ଏହି କାର୍ଯ୍ୟରେ ସେ ୩୦ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି। କେବଳ ଏତିକି ନୁହେଁ, ସନା ୧୦୦ଟି ସ୍କୁଲରେ ବର୍ଜ୍ୟରୁ ଜିଆଖତ ପ୍ରସ୍ତୁତ କରିବା ଲାଗି ବ୍ୟବସ୍ଥା କରିଛନ୍ତି। ଏହା ବ୍ୟତୀତ ସେ ଜିଆଖତ ଉତ୍ପାଦନ ସମ୍ପର୍କରେ ପ୍ରଶିକ୍ଷଣ ମଧ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ବୈଜ୍ଞାନିକ ଦୃଷ୍ଟିକୋଣ

ବିଜ୍ଞାନ ଯୁଗର ବୈଜ୍ଞାନିକମାନଙ୍କୁ ଦେଖିଲେ ଆମେ ବିଜ୍ଞାନଠାରୁ ଅନେକ ଦୂରରେ ରହିଲା ପରି ମନେହୁଏ। ଆମେ ଭାବୁ, ବିଜ୍ଞାନ କେବଳ ବୈଜ୍ଞାନିକର ସମ୍ପତ୍ତି। କାହିଁକି ନା ବିଜ୍ଞାନ…

ମାତୃଭାଷା ଓ ସାମଗ୍ରିକ ପ୍ରଗତି

ଜଗତୀକରଣ, ପ୍ରଯୁକ୍ତି ବିପ୍ଳବ ଓ ଆର୍ଥିକ ପ୍ରତିସ୍ପର୍ଦ୍ଧାର ଏହି ଯୁଗରେ ଭାଷା ପ୍ରଶ୍ନ ପୁଣିଥରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ହୋଇଉଠିଛି। ସରକାରଙ୍କ ଶିକ୍ଷାନୀତି, ଶିକ୍ଷିତ ଅଭିଭାବକଙ୍କ ଏଥିପ୍ରତି ଅନାଶକ୍ତି,…

ଡିଜିପି ନିଯୁକ୍ତିରେ ବିଳମ୍ବ

ସୁପ୍ରିମକୋର୍ଟ ‘କାର୍ଯ୍ୟକାରୀ ଡିଜିପି’ ସଂସ୍କୃତିକୁ ଏକ ଗୁରୁତର ସାଙ୍ଗଠନିକ ତ୍ରୁଟି ଭାବରେ ସୂଚିତ କରିବା ପରେ ବି ପଞ୍ଜାବ ଏବେ ନିୟମିତ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତ…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri