ଏଇ ଭାରତରେ

ଉତ୍ତରାଖଣ୍ଡ ପୋଲିସ ମହାନିର୍ଦ୍ଦେଶକ ଅଶୋକ କୁମାର ରାଜ୍ୟରେ ଭିକ୍ଷାବୃତ୍ତି କରୁଥିବା ତଥା ବିଭିନ୍ନ ହିଂସାର ଶିକାର ହେଉଥିବା ଗରିବ ପିଲାମାନଙ୍କୁ ଉଦ୍ଧାର କରି ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରୁଛନ୍ତି। ଏବେ ସୁଦ୍ଧା ସେ ୧୭୦୦ ଏଭଳି ଗରିବ ପିଲାଙ୍କୁ ଉଦ୍ଧାର କରିସାରିଲେଣି। ଏଥିରେ ଉତ୍ତରପ୍ରଦେଶ ପୋଲିସ ବିଭାଗ ମଧ୍ୟ ସହଯୋଗ କରୁଛିି। ‘ଅପରେଶନ ମୁକ୍ତି’ କାର୍ଯ୍ୟକ୍ରମ ମାଧ୍ୟମରେ ସେ ଏହି ଅଭିଯାନ ଚଳାଉଛନ୍ତି। ପିଲାମାନଙ୍କୁ ଉଦ୍ଧାର କରିବା ପରେ ସରକାରୀ ସ୍କୁଲରେ ସେମାନଙ୍କ ନାମ ଲେଖାଯିବାର ବ୍ୟବସ୍ଥା କରାଯାଇଛି। ଏବେ ଉତ୍ତରାଖଣ୍ଡର ବିଭିନ୍ନ ଅଞ୍ଚଳରେ ୫-୧୪ ବର୍ଷ ମଧ୍ୟରେ ୪,୦୦୦ରୁ ଊର୍ଦ୍ଧ୍ୱ ବିଲା ଭିକ୍ଷାବୃତ୍ତିରେ ରହିଛନ୍ତି। ଏମାନଙ୍କ ମଧ୍ୟରୁ ପ୍ରାୟ ଅଧିକାଂଶଙ୍କୁ ଉଦ୍ଧାର କରାଯାଇସାରିଥିଲେ ବି ଅନ୍ୟମାନଙ୍କୁ ଖୁବ୍‌ଶୀଘ୍ର ଶିକ୍ଷା ସ୍ରୋତରେ ସାମିଲ କରାଯିବ ବୋଲି ଡିଜିପି କହିଛନ୍ତି। ଶିଶୁମାନଙ୍କୁ ଶ୍ରମିକ ଓ ଭିକ୍ଷାବୃତ୍ତିରୁ ମୁକୁଳାଇବା ଲାଗି ସେ ମାନବ ଚାଲାଣ ନିରୋଧୀ ୟୁନିଟ୍‌ର ୧୦୦ ପୋଲିସ କର୍ମଚାରୀଙ୍କ ସହାୟତାରେ ପଥପ୍ରାନ୍ତ ନାଟକ ମଧ୍ୟ ଆୟୋଜନ କରୁଛନ୍ତି। ଏହି ଅଭିଯାନ ପାଇଁ ଡିଜିପିଙ୍କୁ ‘ପୋଲିସ ଅଙ୍କଲ’ ବୋଲି ପିଲାମାନେ ସମ୍ବୋଧନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ ସାମ୍ରାଜ୍ୟ

ପୁଞ୍ଜିବାଦର ଅନ୍ତିମ ପର୍ଯ୍ୟାୟରେ ରାଷ୍ଟ୍ର ଆଉ ଶାସନ କରେନାହିଁ, ପର୍‌ଫର୍ମ (କାର୍ଯ୍ୟ) କରେ। ପ୍ରଧାନମନ୍ତ୍ରୀଙ୍କଠାରୁ ଗ୍ରାମପଞ୍ଚାୟତ ସଦସ୍ୟ- ସମସ୍ତେ ଯେପରି ଇତିହାସର ଚରିତ୍ର ନୁହନ୍ତିି, ଇନ୍‌ଷ୍ଟାଗ୍ରାମର କଣ୍ଟେଣ୍ଟ…

ଏଭଳି ଭକ୍ତିର କି ଲାଭ

ସୋସିଆଲ ମିଡିଆରେ ଗତ କିଛିଦିନ ତଳେ ଗୋଟେ ଭିଡିଓଟେ ଘୂରି ବୁଲୁଥିଲା। ଉକ୍ତ ଭିଡିଓରେ ଗେରୁଆ ବସ୍ତ୍ର ପରିଧାନ କରିଥିବା କିଛି ବୋଲବମ ଭକ୍ତ ମଦ ବୋତଲ…

ଲାଞ୍ଛନାର ମଞ୍ଚ

ଆନ୍ଥୋନୀ ଫାଉସି ଜଣେ ଇମ୍ୟୁନୋଲୋଜିଷ୍ଟ (ରୋଗପ୍ରତିରୋଧକ ବିଜ୍ଞାନୀ) ଭାବରେ ପ୍ରତିଷ୍ଠା ଲାଭ କରିଛନ୍ତି। କିନ୍ତୁ ଆମେରିକାର ସିନେଟ୍‌ କମିଟି ଅନ୍‌ ହୋମଲ୍ୟାଣ୍ଡ ସିକ୍ୟୁରିଟି ଆଣ୍ଡ୍‌ ଗଭର୍ନମେଣ୍ଟାଲ ଆଫେୟାର୍ସ…

ନୈତିକତାକୁ ନା

ପ୍ରତ୍ୟେକ ମା’ବାପା ନିଜ ପିଲାଙ୍କ ପାଇଁ ପ୍ରାର୍ଥନା ଈଶ୍ୱରଙ୍କୁ କରନ୍ତି । ସେମାନେ ସୁସ୍ଥ ସବଳ ହୁଅନ୍ତୁ। ବୁଦ୍ଧିମାନ୍‌ ହୁଅନ୍ତୁ। ଭଲ ପଢ଼ନ୍ତୁ। ଭଲ ଚାକିରି କରନ୍ତୁ।…

ଜନସଂଖ୍ୟା ଓ ବେକାରି ସମସ୍ୟା

ମାନବ ସମ୍ବଳ ହେଉଛି ପୃଥିବୀର ଏକ ଅନନ୍ୟ ବରଦାନ। ମଣିଷ ନିଜର ବୁଦ୍ଧି ବଳରେ ପୃଥିବୀରେ ଥିବା ସମସ୍ତ ପ୍ରାକୃତିକ ସମ୍ବଳର ବର୍ତ୍ତମାନ ଅଧିକାରୀ। କିନ୍ତୁ ପ୍ରାକୃତିକ…

ତିନି ଧର୍ମର ଦକ୍ଷିଣାଭିମୁଖୀ ପ୍ରସାର

ସାଧାରଣତଃ ଆର୍ଯ୍ୟମାନଙ୍କ ଭୂମି ବା ‘ଆର୍ଯ୍ୟାବର୍ତ୍ତକୁ ହିମାଳୟ, ଗଙ୍ଗା ଏବଂ ଯମୁନା ପରିବେଷ୍ଟିତ ଏକ ତ୍ରିଭୁଜାକାର ଅଞ୍ଚଳ ଭାବେ ଦେଖାଯାଉଥିଲା। ଅଶୋକଙ୍କ ସମୟରେ ରଚିତ ପ୍ରାଚୀନ ଧର୍ମଶାସ୍ତ୍ରଗୁଡ଼ିକରୁ…

ଉଦାର ଗଣତନ୍ତ୍ର ପାଇଁ ଭାବନାର ଗୁରୁତ୍ୱ

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସମ୍ପ୍ରତି ଜେନ୍‌-ଜି ପିଢ଼ିକୁ ଅତ୍ୟଧିକ ଭାବପ୍ରବଣ ବୋଲି ବର୍ଣ୍ଣନା କରି କହିଥିଲେ ଯେ, ସେମାନେ ପ୍ରାୟତଃ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri