ଏଇ ଭାରତରେ

କଦଳୀ ଚାଷରେ ଲାଭ ନାହିଁ ବୋଲି ଯେଉଁମାନେ କହନ୍ତି ସେମାନେ କେରଳର ବିନୋଦ ସହଦେବନ ନାୟରଙ୍କ ଚାଷ ପଦ୍ଧତିକୁ ଅନୁକରଣ କରିବା ଦରକାର। ସେ ୫୦୦ କିସମର କଦଳୀ ଚାଷ କରି ସେଥିରୁ ମାସକୁ ୧ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। କେବଳ ଏତିକି ନୁହେଁ ସେ ୫୦୦ ପ୍ରକାର କଦଳୀ ଚାରା ମଧ୍ୟ ଲୋକଙ୍କୁ ମାଗଣାରେ ବାଣ୍ଟୁଛନ୍ତି। ବିନୋଦ ରହନ୍ତି ଥିରୁଭାନନ୍ତପୁରମ୍‌ରେ। ତାଙ୍କୁ ବୟସ ଏବେ ୬୩। ସେ ପଦାର୍ଥ ବିଜ୍ଞାନରେ ଡିଗ୍ରୀ ହାସଲ କରିବା ପରେ କୋଚିରେ ଓ୍ବେବ୍‌ ଡିଜାଇନ ଫାର୍ମ ଆରମ୍ଭ କରିଥିଲେ। ତାଙ୍କ ମା’ଙ୍କର ଦେହାନ୍ତ ପରେ ସେ ଘରକୁ ଫେରିଆସି କଦଳୀ ଚାଷ ଆରମ୍ଭ କଲେ। ଲୋକେ ତାଙ୍କୁ ‘ବାନାନା ମ୍ୟାନ୍‌’ ବୋଲି ସମ୍ବୋଧନ କରୁଛନ୍ତି। ବିଶ୍ୱରେ ୧,୦୦୦ ପ୍ରକାର କଦଳୀ ଥିବାବେଳେ ବିନୋଦ ୫୦୦ ପ୍ରକାର କଦଳୀ ଚାଷ କରିବା ଏକ ବିରଳ ସଫଳତା। ଏଥିରେ ବହୁ ବିଦେଶୀ କିସମର କଦଳୀ ଅଛି। ଚାଷ ପାଇଁ ସେ ମାଲେସିଆ, ଆଫ୍ରିକା, ଅଷ୍ଟ୍ରେଲିଆ, ହଣ୍ଡୁରାସ ଆଦି ଦେଶ ଭ୍ରମଣ କରିଛନ୍ତି। ଉତ୍ପାଦିତ କଦଳୀକୁ ସେ ହୋଲ୍‌ସେଲ ମାର୍କେଟରେ ବିକ୍ରି କରନ୍ତି। ବିନୋଦ କଦଳୀ ଚାଷ ସମ୍ପର୍କରେ ଲୋକଙ୍କୁ ମାଗଣାରେ ପ୍ରଶିକ୍ଷଣ ମଧ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ମହଙ୍ଗା ମାଡ଼

ମହଙ୍ଗା ଭାର ନିମ୍ନ ଆୟକାରୀ ଓ ଗରିବ ପରିବାର ଅଧିକ ଅନୁଭବ କରନ୍ତି। ଦରଦାମର ସାମାନ୍ୟ ବୃଦ୍ଧି ସେମାନଙ୍କ ପାଇଁ ବଡ଼ ଆଘାତ ହୋଇଥାଏ। ଦିନ ମଜୁରିଆ…

କୁକି-ମେଇତି ହିଂସାର ଦିଗ

ଇମ୍ଫାଲ ଉପତ୍ୟକାରେ ଶାନ୍ତି ପାଇଁ ଉଦ୍ୟମ ସତ୍ତ୍ୱେ ଅଶାନ୍ତିର ନିଆଁ ଜଳିଉଠୁଛି ସମୟାନ୍ତରରେ। ବର୍ତ୍ତମାନର ଏନ୍‌ଡିଏ ସମର୍ଥିତ ଭାଜପା ସରକାର ପୂର୍ବ କଂଗ୍ରେସ ସରକାରଙ୍କ ସମୟର ନିଶା…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?