ଏଇ ଭାରତରେ

ସେବାର ଇଚ୍ଛାଶକ୍ତିକୁ ବୟସ ଅଟକାଇପାରେନାହିଁ। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗୁଜରାଟର ୩୦ ବର୍ଷୀୟା ଆଶା ରାଜପୁରୋହିତଙ୍କ ଜୀବନରେ। ଆଶା ଏବେ ଅସହାୟ ବୃଦ୍ଧାମାନଙ୍କ ଆଶାବାଡ଼ି ପାଲଟିଛନ୍ତି। ସେ ଡିସାରେ ‘ସୁଦାମା ବୃଦ୍ଧାଶ୍ରମ’ ଚଳାଉଛନ୍ତି ଓ ସେଠାରେ ୨୨ ଜଣ ବୃଦ୍ଧାଙ୍କ ଯତ୍ନ ନେଉଛନ୍ତି। ସେ ମଧ୍ୟ ସେହି ଆଶ୍ରମର ସେମାନଙ୍କ ଝିଅ ଭଳି ରହୁଛନ୍ତି, ସାରା ଜୀବନ ଏଭଳି ସେବାରେ ରହିବେ ବୋଲି କହିଛନ୍ତି। ଆଶାଙ୍କୁ ୧୬ ବର୍ଷ ବୟସ ହୋଇଥିଲାବେଳେ ତାଙ୍କ ପିତା କାନ୍ତିଲାଲ ରାଜପୁରୋହିତ ଏହି ଆଶ୍ରମ ପ୍ରତିଷ୍ଠା କରିଥିଲେ। ସେ ଏହାକୁ ନିଜ ଆୟରେ ଚଳାଉଥିଲେ। ଏହାକୁ ୧୦ ବର୍ଷ ଚଳାଇବା ପରେ ତାଙ୍କର ଦେହାନ୍ତ ହୋଇଥିଲା। କିନ୍ତୁ ଶେଷ ସମୟରେ ସେ ଏହି ଆଶ୍ରମର ଦାୟିତ୍ୱ ଆଶାଙ୍କୁ ଦେଇଥିଲେ। ସେବେଠାରୁ ଆଶା ଏହି ବୃଦ୍ଧାଶ୍ରମ ପରିଚାଳନା କରି ଆସୁଛନ୍ତି। ନିଜ ପରିବାରର ଆୟ ତଥା ବଦାନ୍ୟ ବ୍ୟକ୍ତିଙ୍କ ଅନୁଦାନରେ ସେ ଏହାକୁ ଚଳାଉଛନ୍ତି। ବୃଦ୍ଧାଶ୍ରମର ଅନ୍ତେବାସୀଙ୍କୁ ନିୟମିତ ଚିକିତ୍ସା ସେବା ଯୋଗାଇଦେବା ସହ ସେମାନଙ୍କ ପାଇଁ ବହୁ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଘଣ୍ଟା ଅଛି, ସମୟ କାହିଁ

ଆଜିକୁ ପ୍ରାୟ ପଚାଶ ବର୍ଷତଳେ ବାହାଘରରେ ଜ୍ୱାଇଁଙ୍କୁ ଉପହାର ଦିଆଯାଉଥିଲା ଘଣ୍ଟା, ସାଇକେଲ ଓ ରେଡିଓ। ସମୟର ଦୌଡ଼ରେ ଧୀରେ ଧୀରେ ସାଇକେଲ୍‌ର ଚାହିଦା କମି କମି…

ଧ୍ୟାନ ଭଗ୍ନକାରୀ ନୀତି ବନାମ ଉତ୍ତରଦାୟିତ୍ୱ

ନିଜର ଦୋଷଦୁର୍ବଳତା ତଥା ଅପାରଗତା ଲୁଚାଇବାକୁ ଚେଷ୍ଟା କରି ଅନେକ ବ୍ୟକ୍ତି ଅନ୍ୟ ଉପରେ ଦୋଷ ଲଦିଦେଇ ଅନ୍ୟର ଉପକାର ନିମିତ୍ତ କୃତଜ୍ଞତା ବଦଳରେ କୃତଘ୍ନ ରୂପେ…

ଦୁଇ ବିପଜ୍ଜନକ ନିଷ୍ପତ୍ତି

୨୦୦୦ ମସିହାରେ ଜିମ୍ବାଓ୍ବେର ପୂର୍ବତନ ଏକଚ୍ଛତ୍ରବାଦୀ ଶାସକ ରବର୍ଟ ମୁଗାବେ ଦେଶର ଜାତୀୟ ଲଟେରିରେ ସବୁଠୁ ବଡ଼ ପୁରସ୍କାର ଜିତିଥିଲେ। ସେ ଏକ ସାଧାରଣ କାରଣ ପାଇଁ…

ପ୍ରେମ ଓ ଫଲ୍‌ଗୁର ଯାତ୍ରା

ଆଜକୁ ୮୦୦ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳନ ହୋଇଆସୁଛି। ଏହା କେବଳ ଓଡ଼ିଶାର ଆଞ୍ଚଳିକ ପର୍ବ ନୁହେଁ, ସମଗ୍ର ଭାରତ ଓ ଭାରତ ବାହାରେ ଥିବା…

ଆଧୁନିକ ଭସ୍ମାସୁର

ଭସ୍ମାସୁର ଗପ ଆମେ ସମସ୍ତେ ପଢ଼ିଛନ୍ତି ପିଲାବେଳେ କିମ୍ବା ଶୁଣିଛନ୍ତି ଗୁରୁଜନଙ୍କ ପାଖରୁ। ଭାରତୀୟ ପୁରାଣ ସାହିତ୍ୟରେ ଥିବା ରାଶିରାଶି ଗଳ୍ପରାଜି ଭିତରୁ ଏହା ଏକ ପ୍ରତୀକାତ୍ମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri