ଏଇ ଭାରତରେ

ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଦେଖିବାକୁ ମିଳୁଛି ଯେଉଁଥିରେ ଏକ କୁକୁର ଟ୍ରେନ ଯାତ୍ରୀଙ୍କ ସୁରକ୍ଷାକୁ ବୁଝିବା ଯୋଗୁ ହିରୋ ପାଲଟି ଯାଇଛି। କୁକୁରଟି ଚଳନ୍ତା ଟ୍ରେନ ସହ ଦୌଡ଼ି ଗେଟ୍‌ର ଫୁଟବୋର୍ଡରେ ଠିଆ ହୋଇଥିବା କିମ୍ବା ବସିଥିବା ଯାତ୍ରୀଙ୍କୁ ଦେଖି ଜୋର୍‌ରେ ଭୁକୁଛି ଓ କାମୁଡ଼ିବାର ଅଭିନୟ କରି ଭିତରକୁ ଯିବାକୁ ବାଧ୍ୟ କରୁଛି। ଭିଡିଓକୁ ଭାରତୀୟ ରେଲ୍‌ଓ୍ବେର ଅଧିକାରୀ ଅନନ୍ତ ରୁପାଙ୍ଗୁଡି ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଭିଡିଓର କ୍ୟାପଶନରେ ଅନନ୍ତ ଲେଖିଛନ୍ତି ଫୁଟବୋର୍ଡରେ ଯାତ୍ରା ବିରୋଧରେ ହେଉଥିବା ଅଭିଯାନରେ ଏହା କୁକୁରର ସର୍ବୋତ୍ତମ ସହଯୋଗ। ଏହି କୁକୁରର ଆଚରଣ ଇଣ୍ଟରନେଟ ବ୍ୟବହାରକାରୀଙ୍କ ମଧ୍ୟରେ ଅନେକ ଆଗ୍ରହ ସୃଷ୍ଟି କରିଛି। ଏହା ସହିତ ୟୁଜରମାନେ ରେଲ୍‌ଓ୍ବେରେ ଏହି କୁକୁରକୁ ସୁରକ୍ଷା ଚାକିରି ଦେବାର ଦାବି ମଧ୍ୟ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୧.୪୮ ଲକ୍ଷରୁ ଅଧିକ ଲୋକ ଏହି ଭିଡିଓ ଦେଖିଛନ୍ତି ଏବଂ ଏହି ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି। ଏହା ଉପରେ ଜଣେ ୟୁଜର ଲେଖିଛନ୍ତି ଏହି କୁକୁରକୁ ରେଳବାଇରେ ଏକ ଚାକିରିରେ ନିଯୁକ୍ତ କରାଯିବା ଉଚିତ। ସେହି ସମୟରେ, ଅନ୍ୟ ଜଣେ ୟୁଜର ଲେଖିଛନ୍ତି ଦୟାକରି ଦରମା ବିଷୟରେ ଆଲୋଚନା କରନ୍ତୁ। ଏହି କୁକୁର ରେଲଓ୍ବେକୁ ନିରାଶ କରିବ ନାହିଁ। ଜଣେ ଉପଭୋକ୍ତା ଲେଖିଛନ୍ତି କୁକୁରକୁ ପୁରସ୍କାର ପ୍ରଦାନ କରାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ନୈତିକତାକୁ ନା

ପ୍ରତ୍ୟେକ ମା’ବାପା ନିଜ ପିଲାଙ୍କ ପାଇଁ ପ୍ରାର୍ଥନା ଈଶ୍ୱରଙ୍କୁ କରନ୍ତି । ସେମାନେ ସୁସ୍ଥ ସବଳ ହୁଅନ୍ତୁ। ବୁଦ୍ଧିମାନ୍‌ ହୁଅନ୍ତୁ। ଭଲ ପଢ଼ନ୍ତୁ। ଭଲ ଚାକିରି କରନ୍ତୁ।…

ଜନସଂଖ୍ୟା ଓ ବେକାରି ସମସ୍ୟା

ମାନବ ସମ୍ବଳ ହେଉଛି ପୃଥିବୀର ଏକ ଅନନ୍ୟ ବରଦାନ। ମଣିଷ ନିଜର ବୁଦ୍ଧି ବଳରେ ପୃଥିବୀରେ ଥିବା ସମସ୍ତ ପ୍ରାକୃତିକ ସମ୍ବଳର ବର୍ତ୍ତମାନ ଅଧିକାରୀ। କିନ୍ତୁ ପ୍ରାକୃତିକ…

ତିନି ଧର୍ମର ଦକ୍ଷିଣାଭିମୁଖୀ ପ୍ରସାର

ସାଧାରଣତଃ ଆର୍ଯ୍ୟମାନଙ୍କ ଭୂମି ବା ‘ଆର୍ଯ୍ୟାବର୍ତ୍ତକୁ ହିମାଳୟ, ଗଙ୍ଗା ଏବଂ ଯମୁନା ପରିବେଷ୍ଟିତ ଏକ ତ୍ରିଭୁଜାକାର ଅଞ୍ଚଳ ଭାବେ ଦେଖାଯାଉଥିଲା। ଅଶୋକଙ୍କ ସମୟରେ ରଚିତ ପ୍ରାଚୀନ ଧର୍ମଶାସ୍ତ୍ରଗୁଡ଼ିକରୁ…

ହାକିମ ହେଲାଣି ଡାକମୁନ୍‌ସୀ

ଜଣେ ବୃଦ୍ଧ ବାପାଙ୍କ ଜୁଇ ପାଖରେ ତାଙ୍କ ସନ୍ତାନ ବୋଇଲେ ତାଙ୍କ ବିବାହିତ ତିନି ଝିଅ ଉପସ୍ଥିତ ରହିପାରିଲେ ନାହିଁ। ଯଦିବା ଉପସ୍ଥିତ ହେଲେ ଆଭାସୀ ମାଧ୍ୟମରେ।…

ଉଦାର ଗଣତନ୍ତ୍ର ପାଇଁ ଭାବନାର ଗୁରୁତ୍ୱ

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସମ୍ପ୍ରତି ଜେନ୍‌-ଜି ପିଢ଼ିକୁ ଅତ୍ୟଧିକ ଭାବପ୍ରବଣ ବୋଲି ବର୍ଣ୍ଣନା କରି କହିଥିଲେ ଯେ, ସେମାନେ ପ୍ରାୟତଃ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ଏଇ ଭାରତରେ

ବଳ ବୟସ ଥିବାବେଳେ ଜଣେ ଅର୍ଥ ସଞ୍ଚୟ କରେ ବାର୍ଦ୍ଧକ୍ୟରେ ତାହା କାମରେ ଆସିବ ବୋଲି। ହେଲେ ଅନେକ ବ୍ୟକ୍ତି ପରିଣତ ବୟସରେ ସେମାନଙ୍କ ସଞ୍ଚିତ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri