ଏଇ ଭାରତରେ

ଅଧାରୁ ଏମବିଏ ଛାଡ଼ି ଛତୁଚାଷରେ ଲାଗିଗଲେ ଶଙ୍କର ମିନା। ଏବେ ଛତୁମଞ୍ଜିରୁ ସେ ମାସକୁ ୧୩ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ଶଙ୍କର ୮୦ ଟନ୍‌ ଛତୁମଞ୍ଜି ଉପତ୍ାଦନ କରି କେଜି ୮୦ରୁ ୧୧୫ ଟଙ୍କା ମୂଲ୍ୟରେ ବିକ୍ରି କରୁଛନ୍ତି। ପ୍ରଥମେ ଛତୁଚାଷ ତାଙ୍କ ଗ୍ୟାରେଜରେ ଆରମ୍ଭ କରିଥିଲେ। ଏବେ ‘ଜୀବନ ମସ୍‌ରୁମ୍‌’ ନାମକ ଏକ ଛତୁମଞ୍ଜି ଉପତ୍ାଦନ କେନ୍ଦ୍ର ପ୍ରତିଷ୍ଠା କରିଛନ୍ତି। ଶଙ୍କରଙ୍କ ଜନ୍ମ ରାଜସ୍ଥାନର ଏକ ଗାଁରେ। ତାଙ୍କ ପିତା ଜଣେ କୃଷକ । ବହୁ ସମୟରେ ଚାଷରେ କ୍ଷତିହେବାରୁ ତାଙ୍କ ପରିବାରର ଆୟରେ ଅସ୍ଥିରତା ଦେଖାଯାଉଥିଲା ଓ ସେମାନେ ଚଳିବାରେ ଅସୁବିଧା ହେଉଥିଲା। ତେବେ ଏକ କୃଷିଭିତ୍ତିକ ସ୍ଥାୟୀ ରୋଜଗାର ପାଇଁ ସେ ଚିନ୍ତାକରି ଛତୁମଞ୍ଜି ଉପତ୍ାଦନକୁ ବାଛିଥିଲେ। ତାଙ୍କ ଦ୍ୱାରା ପ୍ରସ୍ତୁତ ଛତୁମଞ୍ଜି ଭାରତର ବିଭିନ୍ନ ରାଜ୍ୟ ସମେତ ଭୁଟାନ, ନେପାଳ, ୟୁଏଇକୁ ରପ୍ତାନି କରାଯାଉଛି । ସୋଲାନ୍‌ ସ୍ଥିତ ଆଇସିଏଆର୍‌ ଡାଇରେକ୍ଟୋରେଟ ଅଫ୍‌ ମସ୍‌ରୁମ୍‌ ରିସର୍ଚ୍ଚରୁ ପ୍ରଶିକ୍ଷଣ ନେଇ ସେ ମଞ୍ଜି ଉପତ୍ାଦନ ସମ୍ପର୍କରେ ଜ୍ଞାନ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ପିଲା ଖୋଜୁଛନ୍ତି ସାର୍‌ଙ୍କୁ

ପ୍ରତି ଶିକ୍ଷା ବର୍ଷ ଆରମ୍ଭରେ ପିଲାମାନେ ସାର୍‌ଙ୍କୁ ଖୋଜନ୍ତି। କାହଁିକିନା ସେମାନଙ୍କର ପାଠପଢ଼ା ଆରମ୍ଭ ହେବ। ସାର୍‌ ନ ଥିଲେ ପାଠପଢ଼ା ସମ୍ଭବ ନୁହେଁ। ଅବଶ୍ୟ ଆଜିକାଲି…

ସବୁଜିମା ସୁରକ୍ଷାର ମହତ୍ତ୍ୱ

ସବୁଜିମା ସୃଷ୍ଟିର ଏକ ଅସାଧାରଣ ଦୃଷ୍ଟାନ୍ତର ଅବତାରଣା ଏଠାରେ ଅତ୍ୟନ୍ତ ପ୍ରଯୁଜ୍ୟ। ଦିବା ତାପମାତ୍ରା ୬୦ ଡିଗ୍ରୀ ସେଲ୍‌ସିୟସ ଅତିକ୍ରମ କରୁଥିବା ଏବଂ ରାତିରେ ହଠାତ୍‌ ଶୀତଳ…

କାର୍ଯ୍ୟକାଳ ବୃଦ୍ଧିରେ ଦ୍ୱନ୍ଦ୍ୱ

ହରିୟାଣା ସରକାର ମୁଖ୍ୟ ଶାସନ ସଚିବ ଅନୁରାଗ ରସ୍ତୋଗୀଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ୧ ବର୍ଷ ପାଇଁ ବୃଦ୍ଧି କରିବା ସକାଶେ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି।…

ଏଆଇ ବନାମ ଓଡ଼ିଆ ସାହିତ୍ୟ

ସଭ୍ୟତାର ବିକାଶ କ୍ରମରେ ମଣିଷ ନିଜର ବୁଦ୍ଧିମତ୍ତାକୁ ବ୍ୟବହାରକରି ଅନେକ ଅସାଧ୍ୟକୁ ସାଧନ କରିଛି। ସେଇ ପରିପ୍ରେକ୍ଷୀରେ ଚଳନ୍ତି ସମୟରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତ୍ତା(ଏଆଇ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri