ଏଇ ଭାରତରେ

ଜାଗା କହିଲେ ମାତ୍ର ୧୦୦ ବର୍ଗଫୁଟ। ତାହା ପୁଣି ଗୋଟିଏ ଛୋଟ ଘର। କିନ୍ତୁ ସେଥିରେ କେଶର ଚାଷ କରି ନୋଏଡାର ଇଞ୍ଜିନିୟର ରମେଶ ଗେରା ଲକ୍ଷାଧିକ ଟଙ୍କା ରୋଜଗାର କରିପାରୁଛନ୍ତି। ରମେଶଙ୍କ ବୟସ ୬୪। ସେ ଏନ୍‌ଆଇଟି କୁରୁକ୍ଷେତ୍ରରୁ ଇଲେକ୍‌ଟ୍ରିକାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିବା ପରେ ଚାକିରି କରିଥିଲେ। ଦୀର୍ଘ ୩୫ ବର୍ଷ ବୃତ୍ତିଗତ ଜୀବନରୁ ଅବସର ନେଇ କେଶର ଚାଷ ଆରମ୍ଭ କରିଥିଲେ। ଭାରତୀୟ ଜଳବାୟୁରେ କେବଳ କଶ୍ମୀରରେ କେଶର ଚାଷ ହୁଏ। କିନ୍ତୁ ରମେଶ ଏହି ଚାଷ ନୋଏଡାରେ କରି ଉଦାହରଣ ସୃଷ୍ଟି କରିଛନ୍ତି। ଏହି ଚାଷ ସମ୍ପର୍କରେ ସେ ଦକ୍ଷିଣ କୋରିଆରୁ ଶିକ୍ଷା ହାସଲ କରିବା ପରେ ସଫଳତା ପାଇଛନ୍ତି। ଆଶ୍ଚର୍ଯ୍ୟର ବିଷୟ ହେଉଛି ଏହି ଚାଷ ଘର ଭିତରେ କରାଯାଉଛି। ଚାଷର ଗୋଟିଏ ପର୍ଯ୍ୟାୟ ପାଇଁ ୪ ମାସ ସମୟ ଲାଗୁଛି ଓ ଅମଳ ମଧ୍ୟ ଅଧିକ ହେଉଛି। ୧୦୦ ବର୍ଗଫୁଟ ଜାଗାରେ ଚାଷ କରିବା ପାଇଁ ବିଦ୍ୟୁତ୍‌ ଖର୍ଚ୍ଚ ୫ ହଜାର ଲାଗୁଛି। ଏହି ଚାଷ ପାଇଁ ରମେଶ ପ୍ରଥମେ ୨ ଲକ୍ଷ ଟଙ୍କା ଖର୍ଚ୍ଚ କରି କଶ୍ମୀରରୁ ମଞ୍ଜି ସଂଗ୍ରହ କରିଥିଲେ। ଏବେ ତାଙ୍କ ଅମଳ ବଢ଼ିଛି ଓ ୧ କେଜି କେଶରକୁ ୨ରୁ ୩ ଲକ୍ଷ ଟଙ୍କା ମଧ୍ୟରେ ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଳାଶ୍ରମରେ ବାପୁ

ଦ୍ବିତୀୟ ପର୍ଯ୍ୟାୟ ହରିଜନ ପଦଯାତ୍ରା ଆରମ୍ଭ (୨୧-୫-୧୯୩୪) ହେବାର ୧୨ ଦିନ ପରେ ଅର୍ଥାତ ଜୁନ୍‌ ୨ ତାରିଖ ଦିନ ବାପୁ ଯାଜପୁର ପାର୍‌ ହୋଇ ଭଦ୍ରକ…

ହିଂସାର ଉତ୍ସବ

ଏକ ସମୟ ଥିଲା ଯେତେବେଳେ ସିନେମା ସମାଜକୁ ଏକ ଦର୍ପଣ ଭାବରେ ନେଇଥିଲା। ସମାଜର ଦାରିଦ୍ର୍ୟ, ଶୋଷଣ, ପ୍ରେମ ଓ ପ୍ରତାରଣା ଏହାର ବିଷୟବସ୍ତୁ ଥିଲା। କିନ୍ତୁ…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ…

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

ଦୁଇ ଆଞ୍ଚଳିକ ପ୍ରତିଦ୍ୱନ୍ଦ୍ୱୀ

ନିକଟରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଭାରତ ଗସ୍ତରେ ଆସିଥିଲେ। ସେତେବେଳେ ସେ କହିଥିଲେ, ଭାରତ ହେଉଛି ଆମେରିକାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ଭାଗୀଦାରି ।…

ପରିଚୟ ଖୋଜୁଛି ଭଦ୍ରକ ଗୁଡ଼

ଉପକୂଳ ଓଡ଼ିଶାରେ ଆଖୁଚାଷ କହିଲେ ଭଦ୍ରକ ଆଖୁକୁ ବୁଝାଏ। ଭଦ୍ରକ ଗୁଡ଼ର ବି ସେତିକି ଚାହିଦା ଥିଲା। ା ଯାଜପୁର, ବାଲେଶ୍ୱର,କେନ୍ଦୁଝରକୁ ଭଦ୍ରକ ଗୁଡ଼ ରପତ୍ାନି ହୁଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri