ଏଇ ଭାରତରେ

ବୟସର ଅପରାହ୍ନରେ ଏକୁଟିଆ ରହୁଥିବା ବରିଷ୍ଠ ନାଗରିକଙ୍କୁ ସେମାନଙ୍କ ସାଥୀ ଯୋଗାଡ଼ କରିବାରେ ଏକ ନିଆରା ଅଭିଯାନ ଚଳାଇଛନ୍ତି ପୁଣେର ମାଧବ ଡାମ୍‌ଲେ। ଏଥିପାଇଁ ସେ ‘ହାପି ସିନିୟର୍ସ’ ଅଭିଯାନ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଏବେ ସେ ୭୫ ଜଣ ବରିଷ୍ଠ ନାଗରିକଙ୍କ ପାଇଁ ସାଥୀ ଯୋଗାଡ଼ କରି ସେମାନଙ୍କୁ ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ରହିବାର ସୁବିଧା କରିଛନ୍ତି। ପରିଣତ ସମୟରେ ପରସ୍ପରକୁ ସହଯୋଗ କରିବା ଏବଂ ଏକ ସୁଖଦ ଜୀବନ ବିତାଇବା ଉଦ୍ଦେଶ୍ୟରେ ମାଧବ ଏହି କାର୍ଯ୍ୟ ଜାରି ରଖିଛନ୍ତି। ବିଭିନ୍ନ ବୃଦ୍ଧାଶ୍ରମରେ ଅନ୍ତେବାସୀମାନେ ସେମାନଙ୍କ ପ୍ରେମମୟ ଜୀବନକୁ ପୁଣି ଫେରିପାଇବା ଲାଗି ସେ ୨୦୧୨ରେ ହାପି ସିନିୟର୍ସ ଆରମ୍ଭ କରିଥିଲେ। ଏଥିରେ ପ୍ରତିମାସରେ ୨୦ ଜଣ ସଦସ୍ୟ ଯୋଗ ଦେଇ ସେମାନଙ୍କ ଏକୁଟିଆ ଜୀବନର ସମାଧାନ ପାଇଁ ଚେଷ୍ଟା କରୁଛନ୍ତି। ମାଧବ କହନ୍ତି, ପୁନଃବିବାହ ସମାଧାନର ପଥ ନୁହେଁ, ବରଂ ସହଯୋଗଭିତ୍ତିକ ସାଥୀ ଜୀବନ ଗୁରୁତ୍ୱପୂର୍ଣ୍ଣ। ମାଧବ ବି ଏକ ବୃଦ୍ଧାଶ୍ରମ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri