ଏଇ ଭାରତରେ

ପରିସ୍ଥିତି ବେଳେବେଳେ ଏମିତି ହୋଇଥାଏ ଯେ ନିଜ ସଫଳତାକୁ ଆଖିରେ ଦେଖିବା ପରେ ବି ସହଜରେ ବିଶ୍ୱାସ କରିହୁଏନି। ଠିକ୍‌ ଏମିତି କିଛି ଘଟିଛି ଉତ୍ତରାଖଣ୍ଡର ଜଣେ ଚାଷୀଙ୍କ ସହିତ। ପାହାଡ଼ିଆ ଅଞ୍ଚଳରେ ସେ ଏକପ୍ରକାରର ନାଲି ମୂଳା ଚାଷ କରିଥିଲେ। କିନ୍ତୁ ଅମଳ କରିବା ପରେ ସେ ହଠାତ୍‌ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। କାହିଁକିନା ସେ ଅମଳ କରିଥିବା ମୂଳା ମଧ୍ୟରେ ଏମିତି ଏକ ମୂଳା ଥିଲା ଯାହାର ଓଜନ ୧୦ କିଲୋଗ୍ରାମ୍‌ ୫୦୦ ଗ୍ରାମ୍‌। ଏବେ ବଡ଼ ମୂଳା ହୋଇଥିବା ସେ ଆଦୌ ଜାଣି ନ ଥିଲେ। ସେଥିପାଇଁ ପ୍ରଥମେ ହାତରେ ଉପାଡ଼ିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ପରେ ଚାରିପାଖରେ ଥିବା ମାଟିକୁ ବାହାର କରି ମୂଳାଟିକୁ ମାଟି ତଳୁ ବାହାର କରିଥିଲେ। ଆଉ ଉପରକୁ ଆଣିବା ପରେ ଏତେ ବଡ଼ ମୂଳା ଦେଖି ଯେତିକି ଆଶ୍ଚର୍ଯ୍ୟ ହୋଇଥିଲେ ସେତିକି ଖୁସି ବି ହୋଇଥିଲେ। ସେଥିପାଇଁ ସେ ମୂଳାଟିକୁ ସୋସିଆଲ ମିଡିଆରେ ଶେୟାର କରିଥିଲେ, ଯାହା ଏବେ ଭାଇରାଲ୍‌ ହେବାରେ ଲାଗିଛି। ଏତେ ବଡ଼ ପାହାଡ଼ିଆ ମୂଳାକୁ ଦେଖି ଅନେକେ ଖୁସି ବ୍ୟକ୍ତ କରିଛନ୍ତି। ଏହାକୁ ଏକ ପ୍ରଦର୍ଶନୀରେ ସ୍ଥାନ ଦେବା ପାଇଁ ମଧ୍ୟ ପରାମର୍ଶ ବି ଦେଇଛନ୍ତି। ତେବେ ଏହି ମୂଳା ପାଇଁ ଏବେ ଚାଷୀଜଣକ ମଧ୍ୟ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିବାରୁ ବେଶ୍‌ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଳାଶ୍ରମରେ ବାପୁ

ଦ୍ବିତୀୟ ପର୍ଯ୍ୟାୟ ହରିଜନ ପଦଯାତ୍ରା ଆରମ୍ଭ (୨୧-୫-୧୯୩୪) ହେବାର ୧୨ ଦିନ ପରେ ଅର୍ଥାତ ଜୁନ୍‌ ୨ ତାରିଖ ଦିନ ବାପୁ ଯାଜପୁର ପାର୍‌ ହୋଇ ଭଦ୍ରକ…

ହିଂସାର ଉତ୍ସବ

ଏକ ସମୟ ଥିଲା ଯେତେବେଳେ ସିନେମା ସମାଜକୁ ଏକ ଦର୍ପଣ ଭାବରେ ନେଇଥିଲା। ସମାଜର ଦାରିଦ୍ର୍ୟ, ଶୋଷଣ, ପ୍ରେମ ଓ ପ୍ରତାରଣା ଏହାର ବିଷୟବସ୍ତୁ ଥିଲା। କିନ୍ତୁ…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ…

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

ଦୁଇ ଆଞ୍ଚଳିକ ପ୍ରତିଦ୍ୱନ୍ଦ୍ୱୀ

ନିକଟରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଭାରତ ଗସ୍ତରେ ଆସିଥିଲେ। ସେତେବେଳେ ସେ କହିଥିଲେ, ଭାରତ ହେଉଛି ଆମେରିକାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ଭାଗୀଦାରି ।…

ପରିଚୟ ଖୋଜୁଛି ଭଦ୍ରକ ଗୁଡ଼

ଉପକୂଳ ଓଡ଼ିଶାରେ ଆଖୁଚାଷ କହିଲେ ଭଦ୍ରକ ଆଖୁକୁ ବୁଝାଏ। ଭଦ୍ରକ ଗୁଡ଼ର ବି ସେତିକି ଚାହିଦା ଥିଲା। ା ଯାଜପୁର, ବାଲେଶ୍ୱର,କେନ୍ଦୁଝରକୁ ଭଦ୍ରକ ଗୁଡ଼ ରପତ୍ାନି ହୁଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri