ଏଇ ଭାରତରେ

ବାଉଁଶ ତିଆରି ଜିନିଷ ଏବେ ଲୋକମାନଙ୍କର ପସନ୍ଦ ହେଉଛି। ବାଉଁଶ ଘରଠାରୁ ଆରମ୍ଭକରି ବିଭିନ୍ନ ପ୍ରକାର ଗୃହ ଉପକରଣଗୁଡ଼ିକର ଏବେ ବଜାର ଚାହିଦା ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ମୁମ୍ବାଇ ଆଇଆଇଟିର ପ୍ରଡକ୍ଟ ଡିଜାଇନ ଛାତ୍ର ଅଙ୍କାଶ ଚତୁର୍ବେଦୀ ବାଉଁଶରେ ଏକ ହେଡ୍‌ଫୋନ ତିଆରି କରିଛନ୍ତି। ଏହାର ନାମ ବମ୍ବାଶ। ଏହା ପରିବେଶ ଉପଯୋଗୀ ଓ ୭୦ ପ୍ରତିଶତ ସହଜରେ ମାଟିରେ ମିଶିଯାଇପାରିବ।
ଏହା ମଧ୍ୟ ରିସାଇକେଲଯୋଗ୍ୟ। ଅଙ୍କାଶଙ୍କ ବୟସ ଏବେ ୨୬। ଆଧୁନିକ ଡିଜାଇନରେ ଏହାକୁ ପାରମ୍ପରିକ ପଦ୍ଧତିରେ ନିର୍ମାଣ କରାଯାଇଛି। ବାଉଁଶ ହେଡ୍‌ଫୋନ ତିଆରି କରିବା ଲାଗି ସେ ସାଧାରଣ ହେଡ୍‌ଫୋନଗୁଡ଼ିକ ଉପରେ ଗବେଷଣା କରିଥିଲେ। ଏହି କାର୍ଯ୍ୟରେ ତାଙ୍କ ବିଭାଗୀୟ ପ୍ରାଧ୍ୟାପକଙ୍କ ସମେତ ବାଉଁଶ ଲାବ୍‌ର କର୍ମଚାରୀମାନେ ସହଯୋଗ କରିଥିଲେ। ଏହାର ପ୍ରତିକୃତି ପାଇଁ ସ୍କେଚ୍‌, ଡିଜାଇନ ଲାଗି ୪ ମାସ ସମୟ ଲାଗି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri