ଏଇ ଭାରତରେ

ଜମିବାଡ଼ି ମାମଲା ମହା ଝମେଲା। ଥରେ ଆରମ୍ଭ ହୋଇଗଲେ ପକ୍ଷ ଅଦାଲତ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଯାଆନ୍ତି। ତେବେ ଏଭଳି ୫୦,୦୦୦ ମାମଲାର ସମାଧାନ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି ଜଣେ ଜିଲାପାଳ। ଉତ୍ତରପ୍ରଦେଶ ବସ୍ତି ଜିଲାର ଜିଲାପାଳ ବମ୍‌ସି ଆନ୍ଦ୍ରା ଏକ ଅଭିଯାନ ଆରମ୍ଭ କରି ୪ ମାସରେ ୫୦ ହଜାର ମାମଲା ସମାଧାନ କରିବାରେ ସଫଳ ହୋଇପାରିଛନ୍ତି। ସେପ୍ଟେମ୍ବର ୨୦୨୩ରେ ସେ ଜିଲାପାଳ ଦାୟିତ୍ୱ ନେଇଥିଲେ। ପରେ ଜିଲାରେ ପଡ଼ିରହିଥିବା ଜମିଜମା ସମ୍ପର୍କିତ ମାମଲାଗୁଡ଼ିକର ସମାଧାନ କରିବା ଲାଗି ପଦକ୍ଷେପ ନେଇଥିଲେ। ଜମି ମାପ, ନାଳି, ଖଜଣା, ବଣ୍ଟନ, ସୀମାବିବାଦ ଆଦିକୁ ନେଇ ଏହି ସବୁ ମାମଲା ଚାଲିିଥିଲା ଓ ଏଥିରେ ଲୋକଙ୍କ ଟଙ୍କା ଖର୍ଚ୍ଚ ହେବା ସହ ସମୟ ମଧ୍ୟ ନଷ୍ଟ ହେଉଥିଲା। ଏହି ଅଭିଯାନରେ ସେ ଅତିରିକ୍ତ ଜିଲାପାଳ, ଲେଖାପାଳଙ୍କ ସମେତ ସବୁ ଅଧିକାରୀଙ୍କୁ ସାମିଲ କରିଥିଲେ। ଅନେକ ସମୟରେ ଅଧିକାରୀମାନେ ଲୋକଙ୍କ ପାଖରେ ପହଞ୍ଚି ମାମଲାର ସମାଧାନ କରିଥିଲେ। ଏବେ ଆହୁରି ୧୯, ୦୦୦ ମାମଲା ପଡ଼ିରହିଛି ଓ ଏଗୁଡ଼ିକର ସମାଧାନ ଖୁବ୍‌ଶୀଘ୍ର କରାଯିବ ବୋଳି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଲଟ୍‌ ବୁକିଂ ବ୍ୟବସ୍ଥାରେ ଶ୍ରୀଜୀଉ ଦର୍ଶନ

ଶ୍ରୀ ଜଗନ୍ନାଥଙ୍କ ଦର୍ଶନରେ ସୁଧାର ଆଣିବାକୁ ସରକାର ସ୍ଲଟ୍‌ ବୁକିଂ ବ୍ୟବସ୍ଥା ପ୍ରଚଳନ ପାଇଁ କହିଛନ୍ତି। ଏହା ଉପରେ ପ୍ରାଥମିକ ପଦକ୍ଷେପ ଆରମ୍ଭ ହୋଇଯାଇଛି ବୋଲି ଶ୍ରୀମନ୍ଦିର…

ସମୃଦ୍ଧିର ପ୍ରତୀକ

ଦେବଦତ୍ତ ପଟ୍ଟନାୟକ ଲଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ…

ଟପ୍ପର ହେବା ଜରୁରୀ କି

ନିକଟରେ ପ୍ରକାଶ ପାଇଥିବା ସିିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ଫଳକୁ ନେଇ ଓଡ଼ିଶା ସାରା ଚର୍ଚ୍ଚା। କେବଳ ଓଡ଼ିଶା କାହିଁକି, ସାରା ଭାରତରେ ଅନେକ ଛାତ୍ରୀଛାତ୍ର ଶତକଡା…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

ବଡ଼ଲୋକଙ୍କ ଚେରକଟା ନୀତି

ମଣିଷର ଚରିତ୍ର ପଦପଦବୀ ବା ସମ୍ପତ୍ତି ଦ୍ୱାରା ନିର୍ଦ୍ଧାରିତ ହୁଏନାହିଁ। ଅନେକ ସମୟରେ ଆମେ ଭାବୁ ଶୀର୍ଷରେ ପହଞ୍ଚିଥିବା ବ୍ୟକ୍ତି ମାନସିକ ସ୍ତରରେ ଖୁବ୍‌ ଶାନ୍ତ ଓ…

ପିତୃତ୍ୱ: ଏକ ଆହ୍ବାନ

ପୁତ୍ରକନ୍ୟାମାନଙ୍କ ପାଇଁ ପିତା ହେଉଛନ୍ତି ଦେବତା। ଏଣୁ ତୈତ୍ତିରୀୟ ଉପନିଷଦରେ କୁହାଯାଇଛି ‘ପିତୃଦେବୋ ଭବଃ’।  ମନୁ ସଂହିତାରେ ଉଲ୍ଲେଖ ଅଛି ‘ଉପାଧ୍ୟାୟାତ୍‌ ଦଶାଚାର୍ଯ୍ୟଃ ଆଚାର୍ଯ୍ୟାଣାଂ ଶତଂ ପିତା’…

ତତଲା କଡ଼େଇ

ଅନ୍ତର୍ଜାତୀୟ ସ୍ତରରେ କରାଯାଇଥିବା ଏକ ଅନୁଧ୍ୟାନ ଅନୁଯାୟୀ ବିଶ୍ୱର ସବୁଠାରୁ ୧୦୦ ଉତ୍ତପ୍ତ ସହର ମଧ୍ୟରୁ ୯୫ ଭାରତରେ ଅଛି। ଦିଲ୍ଲୀ, ଲକ୍ଷ୍ନୌ, ଜୟପୁର, ନାଗପୁର, ପ୍ରୟାଗରାଜ…

ଓଡ଼ିଶାର ପ୍ରଥମ ରାଜନୈତିକ ପୁରୁଷ ମଧୁବାବୁ

ଉତ୍କଳଗୌରବ ମଧୁସୂଦନ ଦାସ ହେଉଛନ୍ତି ଓଡ଼ିଶାର ସର୍ବପ୍ରଥମ ଓଡ଼ିଆ ରାଜନୈତିକ ପୁରୁଷ। ତାଙ୍କଠାରୁ ପ୍ରଥମେ ଓଡ଼ିଆଙ୍କୁ ମିଳିଥିଲା ରାଜନୀତି କ୍ଷେତ୍ରରେ ପ୍ରବେଶ କରିବାରେ ମୁକ୍ତ ଅଧିକାର। ମଧୁବାବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri