ଏଇ ଭାରତରେ

କର୍ନାଟକର ମହିଳା ଚାଷୀ ରୋଜା ରେଡ୍ଡୀଙ୍କ ସଫଳତା ଏକ ଉଦାହରଣ ସୃଷ୍ଟି କରିଛି। ସେ କର୍ପୋରେଟ ଚାକିରି ଛାଡ଼ି ଜୈବିକ ଚାଷରୁ ବର୍ଷକୁ ୧ କୋଟି ଟଙ୍କା ରୋଜଗାର କରୁଛନ୍ତି। ୨୮ ବର୍ଷିଆ ରୋଜା କର୍ନାଟକର ଡୋନେହାଲି ଗାଁରେ ଏହି ଚାଷ କରୁଛନ୍ତି। ରୋଜା ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରି ବେଙ୍ଗାଲୁରୁରେ ଚାକିରି କରିଥିଲେ। କୋଭିଡ୍‌ ସମୟରେ ଘରକୁ ଫେରି ସେ ଚାଷ କରିବାକୁ ନିଷ୍ପତ୍ତି ନେଇଥିଲେ। ଘରେ ରହି ଅଫିସ କାମ କରିବା ସହ ଅପରାହ୍ନରେ ଜମିରେ କାମ କରୁଥିଲେ। ପରେ ଚାକିରି ଛାଡ଼ି ୫୦ ଏକରରେ ୨୦ ପ୍ରକାର ପରିବା ଚାଷ କରୁଛନ୍ତି। ପ୍ରତିଦିନ ୫୦୦ରୁ ୭୦୦ କେ.ଜି. ପରିବା ଉପତ୍ାଦନ କରୁଛନ୍ତି। ରାସାୟନିକ ଚାଷରେ ଉର୍ବରତା ହରାଇ ପଡ଼ିଆ ପଡ଼ିଥିବା ୬ ଏକର ପୈତୃକ ଜମିରେ ପ୍ରଥମେ ସେ ଚାଷ ଆରମ୍ଭ କରିଥିଲେ। ରୋଜା କେବଳ ଚାଷରେ ଅଟକି ନାହାନ୍ତି, ସେ କର୍ନାଟକର ବିଭିନ୍ନ ଅଞ୍ଚଳକୁ ଯାଇ କୃଷକମାନଙ୍କୁ ଜୈବିକ ଚାଷ ପାଇଁ ସଚେତନ କରୁଛନ୍ତି। ଏବେ ସୁଦ୍ଧା ୫୦୦ରୁ ଅଧିକ କୃଷକଙ୍କୁ ଜୈବିକ କୃଷିରେ ସାମିଲ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

ଏକଲବ୍ୟ ଓ ଅଙ୍ଗୁଳିମାଳ

କଲବ୍ୟଙ୍କ କାହାଣୀ ହେଉଛି ଜଣେ ନିମ୍ନଜାତିର ବନବାସୀ ବାଳକଙ୍କ କଥା। ବ୍ରାହ୍ମଣ ଗୁରୁ ଦ୍ରୋଣ ତାଙ୍କୁ ଶିଷ୍ୟ ଭାବେ ଗ୍ରହଣ କରିବାକୁ ମନା କରିଥିଲେ। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri