ଏଇ ଭାରତରେ

ଦେଶ ଗଠନରେ ଯୁବ ପ୍ରଶାସକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଅନୁଭବ କରିଛନ୍ତି ୨୦୧୧ ବ୍ୟାଚ୍‌ ଭାରତୀୟ ରାଜସ୍ବ ସେବା(ଆଇଆର୍‌ଏସ୍‌) ଅଧିକାରୀ ରବି କପୁର। ସେ ୨୦୨୩ରେ ଦିଲ୍ଲୀରେ ରହି ମାଗଣାରେ ୟୁପିଏସ୍‌ସି ଆଶାୟୀଙ୍କୁ କୋଚିଂ ଦେଉଛନ୍ତି। ରବି ଯୁପିଏସ୍‌ସିରେ କୃତକାର୍ଯ୍ୟ ହୋଇ ଆଇଆର୍‌ଏସ ଅଧିକାରୀ ଭାବେ ଚାକିରିରେ ଯୋଗ ଦେଇଥିଲେ। ସେଥିରେ ୧୦ ବର୍ଷ ଚାକରି ପରେ ଏବେ ଏହି କାର୍ଯ୍ୟରେ ଲାଗିଛନ୍ତି। ରବି ଅନ୍‌ଲାଇନ ମେଣ୍ଟରଶିପ୍‌ ପ୍ରୋଗ୍ରାମ ଆରମ୍ଭ କରି ୟୁପିଏସ୍‌ସି ଆଶାୟୀଙ୍କୁ ପରୀକ୍ଷା ପ୍ରସ୍ତୁତିର ମାର୍ଗଦର୍ଶନ ଦେଉଛନ୍ତି। ସେ କଷ୍ଟୋମର ରିଲେସନଶିପ ମ୍ୟାନେଜମେଣ୍ଟ (ସିଆର୍‌ଏମ୍‌) ଦ୍ୱାରା ଏହି ପ୍ରକ୍ରିୟାକୁ ସଞ୍ଚାଳନ କରୁଛନ୍ତି। ଗତ ବର୍ଷ ତାଙ୍କଠାରୁ କୋଚିଂ ନେଇଥିବା ୭ ଜଣ ୟୁପିଏସ୍‌ସିରେ ପରୀକ୍ଷାରେ କୃତକାର୍ଯ୍ୟ ହେଇଥିଲେ। ଚଳିତ ବର୍ଷ ୨୦ ଜଣ ସଫଳ ହେବେ ବୋଲି କୁହନ୍ତି ରବି। ସେ ଏକ ନିମ୍ନ ମଧ୍ୟବିତ୍ତ ପରିବାରରେ ଜନ୍ମ ହୋଇଥିଲେ। ପଢ଼ା ସମୟରେ ସେ କୋଚିଂ ନେବାରେ ଆଥିର୍କ ସମସ୍ୟାର ସମ୍ମୁଖୀନ ହୋଇ ମଧ୍ୟ ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇପାରିଥିଲେ। ଏଣୁ ସେ ଆର୍ଥିକ କ୍ଷେତ୍ରରେ ଦୁର୍ବଳ ତଥା ଅନ୍ୟ ଆଶୟୀମାନଙ୍କୁ ମାଗଣାରେ କୋଚିଂ ଦେବାକୁ ନିଷ୍ପତ୍ତି ନେଇ ଚାକିରି ଛାଡ଼ିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

ସମୁଦ୍ରର ନୂଆ ଭୂଗୋଳ

ସମଗ୍ର ପୃଥିବୀରେ ଯେତେ ସମୁଦ୍ର ଅଛି ସେମାନଙ୍କର ଜଳରାଶି ପ୍ରତିବର୍ଷ ୩.୦୬ ମିଲିମିଟର ହାରରେ ବଢିବାରେ ଲାଗିଛି। ସେ ଭିତରୁ ବଙ୍ଗୋପସାଗରରେ ଜଳରାଶି ଅଧିକ ହାରରେ ବୃଦ୍ଧି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri