ଏଇ ଭାରତରେ

ଏମିତି ଜାଗାକୁ ଯିବେ ଯେଉଁଠି ମାଟିଘରେ ରହି ଜୈବିକ ଚାଷ ଦେଖିବେ ଓ ଶିଖିବେ ମଧ୍ୟ। ଏଭଳି ଏକ ପରିବେଶ ପାଇବେ ରାଜସ୍ଥାନର ଖୋରା ଶ୍ୟାମଦସାସ ଗାଁରେ। ସେଠାରେ ଦୁଇ କଲେଜ ବନ୍ଧୁ ଇନ୍ଦ୍ର ରଜତ ଜାଠ ଓ ସୀମା ସାଇନି ଖୋରା ଶ୍ୟାମଦସାସ ଗାଁରେ ୧.୫ ଏକର ଜମି କିଣି ସେଠାରେ ସମନ୍ବିତ ଚାଷ କରିବା ସହ କୃଷିଭିତ୍ତିକ ପର୍ଯ୍ୟଟନ ବିକାଶ କରିପାରିଛନ୍ତି। ସେଠାରେ ସେମାନେ ଚାଷ ସହିତ ପ୍ରାଣୀପାଳନ କରୁଛନ୍ତି। କେବଳ ଏତିକି ନୁହେଁ, ଏହି ଦୁଇ ବନ୍ଧୁ ମଧ୍ୟ ଫାର୍ମରେ ମାଟିଘର କରି ସେଠାରେ ଅତିଥିମାନଙ୍କ ରହିବାର ବ୍ୟବସ୍ଥା କରିଛନ୍ତି। ସେମାନେ ଏବେ ସୁଦ୍ଧା ୧୦୦୦ରୁ ଅଧିକ କୃଷକଙ୍କୁ ଜୈବିକ ଓ ସମନ୍ବିତ ଚାଷ ବିଷୟରେ ପ୍ରଶିକ୍ଷଣ ଦେବା ସହ କୃଷିଭିତ୍ତିକ ପର୍ଯ୍ୟଟନର ବିକାଶ ପାଇଁ ଉତ୍ସାହିତ କରୁଛନ୍ତି। ଏହି ଫାର୍ମରେ ବାଜରା, ବାର୍ଲି, ଗହମ ସହିତ ବିଭିନ୍ନ ପ୍ରକାର ପନିପରିବା ଓ ଫଳ ଚାଷ କରାଯାଉଛି। ଗୋଟିଏ ମାସରେ ପ୍ରାୟ ୨୦ ପରିବାର ସେହି ଫାର୍ମକୁ ବୁଲିଆସି ସେଠାରେ ମାଟିଘରେ ରହୁଛନ୍ତି। ଘରଗୁଡ଼ିକୁ ସ୍ଥାନୀୟ ଲୋକକଳାରେ ସଜାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ଜଳ ନୋବେଲ ବିଜେତା

ବର୍ତ୍ତମାନର ଭୂରାଜନୈତିକ ଓ ଅର୍ଥନୈତିକ ସ୍ଥିତି ଇରାନ୍‌ ଓ ଆମେରିକା-ଇସ୍ରାଏଲ ଯୁଦ୍ଧ ଯୋଗୁ ଘୋର ପ୍ରଭାବିତ। ଏହାକୁ ନେଇ ପୃଥିବୀ ସନ୍ତ୍ରସ୍ତ। ଏଭଳି ସ୍ଥଳେ ୨୨ ମାର୍ଚ୍ଚରେ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା…

ଆକାଶ ଛାତ

ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ…

ପ୍ରସ୍ତାବ ପ୍ରତ୍ୟାହାର

ବେଳେବେଳେ ସରକାରୀ ନୀତିର ରହସ୍ୟମୟ ତଥା ବାଧାସୃଷ୍ଟିକାରୀ ନିଷ୍ପତ୍ତି ସମ୍ପର୍କିତ ଖବର ଦେଖିବାକୁ ମିଳେ। ତିନି ମାସ ମଧ୍ୟରେ ଭାରତର ସଂଶୋଧିତ ଭୂମିକମ୍ପ ଅଞ୍ଚଳ ନିର୍ଦ୍ଧାରଣ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri