ଏଇ ଭାରତରେ

ଶିଖିବା ଓ ସଫଳତା ପାଇବାରେ ବୟସର କୌଣସି ସୀମା ନ ଥାଏ। ଏମିତି ଜଣେ ସଫଳ ମହିଳା ହେଉଛନ୍ତି ମଣିପୁରର ଶୁଭ ଭଟନାଗର। ୬୩ ବର୍ଷୀୟା ଶୁଭ କେଶର ଚାଷରେ ଦକ୍ଷତା ଦେଖାଇ ଏକ ଉଦାହରଣ ସୃଷ୍ଟି କରିପାରିଛନ୍ତି। ସବୁଠୁ ବଡ଼ କଥା ହେଉଛି ସେ ଘର ଭିତରେ ୫୦୦ ବର୍ଗଫୁଟ ଜାଗାରେ ଏରୋପୋନିକ୍ସ (ଆର୍ଦ୍ର ବାୟୁ ପରିବେଶରେ ଚାଷ) ପଦ୍ଧତିରେ ଏହି ଚାଷ କରୁଛନ୍ତି। ପରିବାର ଅର୍ଥାତ୍‌ ଇଞ୍ଜିନିୟର ପୁଅ, ବୋହୂ ଓ ସ୍ବାମୀଙ୍କ ସହଯୋଗରେ ସେ ‘ଶୁଭାନି ସ୍ମାର୍ଟ ଫାର୍ମ’ ଗଠନ କରି କେଶର ଚାଷ କରି ଅକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। ଏହି ଚାଷରେ ସେ ଆଖପାଖ ଗାଁର ୨୫ ଜଣ ମହିଳାଙ୍କୁ ନିଯୁକ୍ତି ଦେଇଛନ୍ତି। ସେ ଅଗଷ୍ଟ ୨୦୨୩ରେ ଏହି ଚାଷ ଆରମ୍ଭ କରିଥିଲେ। ୩ ମାସ ପରେ ପ୍ରଥମ କେଶର ଉପତ୍ାଦନ କଲେ ଓ ଚଳିତ ବର୍ଷ ପ୍ରାରମ୍ଭରେ ୨ କେ.ଜି. କେଶର ବିକ୍ରି କରି ୮ ଲକ୍ଷ ଟଙ୍କା ରୋଜଗାର କରିଛନ୍ତି। ଶୁଭ ହିନ୍ଦୀ ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି, କିନ୍ତୁ ବୈଜ୍ଞାନିକ ପଦ୍ଧତି ଅନୁସରଣ କରି ଚାଷରେ ତାହାକୁ କାର୍ଯ୍ୟକାରୀ କରିବାରେ ଏଭଳି ସଫଳତା ଅନେକଙ୍କ ପାଇଁ ଆଶା ସଞ୍ଚାର କରିଛି। ଏହି ଚାଷ ଲାଗି ଶୁଭ କଶ୍ମୀରର ନାମକରା କୃଷକଙ୍କଠାରୁ ପ୍ରଶିକ୍ଷଣ ନେଇଛନ୍ତି। ପାରମ୍ପରିକ ପଦ୍ଧତିରେ ୧.୫ ଏକରରୁ ଯେଉଁ ପରିମାଣର କେଶର ଉପତ୍ାଦନ ହୁଏ ସେତିକି ପରିମାଣ ଏରୋପୋନିକ୍ସ ପଦ୍ଧତିରେ ୫୦୦ ବର୍ଗଫୁଟ ଜାଗାରେ ଉପତ୍ାଦନ କରୁଛନ୍ତି ଶୁଭ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ବନ

ବନ ସଂରକ୍ଷଣ ୨ପ୍ରକାର ପଦ୍ଧତିରେ କରାଯାଇଥାଏ। ପ୍ରଥମରେ ‘ଇନ୍‌ ସିଟୁ’ ଏବଂ ୨ୟରେ ‘ଏକ୍‌ସ ସିଟୁ’ ସଂରକ୍ଷଣ। କିନ୍ତୁ ଜଙ୍ଗଲକୁ ତା’ର ପ୍ରାକୃତିକ ସ୍ଥିତିରେ ସଂରକ୍ଷିତ ବା…

ସ୍ବାଗତଯୋଗ୍ୟ ସମୀକ୍ଷା

ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ନିଯୁକ୍ତିକୁ ନେଇ ବିବାଦ ଲାଗିରହିଛି। ପ୍ରକୃତରେ ସଞ୍ଜୀବ ପଣ୍ଡା କିମ୍ବା ଏହି ଦୌଡ଼ରେ ଥିବା ଅନ୍ୟ ଅଧିକାରୀମାନଙ୍କୁ ନେଇ ଏହା ହୋଇନାହିଁ।…

ଏଇ ଭାରତରେ

ଜମ୍ମୁକଶ୍ମୀରରେ ଆର୍ଦ୍ରଭୂମି ଓ ବହିରାଗତ ପକ୍ଷୀଙ୍କ ସୁରକ୍ଷାରେ ଲାଗିପଡ଼ିଛନ୍ତି ଏକ ମହିଳା ଟିମ୍‌। ଏହି ଟିମ୍‌ରେ ୧୫ ଜଣ ମହିଳା ଓ ବାଳିକା ରହିଛନ୍ତି। ସେମାନେ ସଲିମ…

ସମାଜର ବିଫଳତା ନା ସମୟର ଆବଶ୍ୟକତା

ଗଛର ମୂଳ ଯେତେ ଦୃଢ଼, ଗଛ ସେତେ ସୁଦୃଢ଼। ସେହିପରି ବୟୋଜ୍ୟେଷ୍ଠମାନେ ହେଉଛନ୍ତି ପରିବାର ଓ ସମାଜର ମୂଳଦୁଆ। ସେମାନଙ୍କ ଅନୁଭବ, ତ୍ୟାଗ ଓ ଜୀବନବୋଧ ସମାଜକୁ…

ଚାଇନା ପାଇଁ ଆହ୍ବାନ

ନିକଟରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜିଙ୍କର ୯୭ ବର୍ଷ ବୟସରେ ମୃତ୍ୟୁହେବା ପରେ ତାଙ୍କ ପାଇଁ ଚତୁର୍ଦ୍ଦିଗରୁ ଶ୍ରଦ୍ଧାଞ୍ଜଳିର ସୁଅ ଛୁଟିଥିଲା। ସେ ଥିଲେ ଆର୍ଥିକ…

ଡିଜିଟାଲ ସାର୍ବଭୌମତ୍ୱ

ଆଜିକାଲି ଭୌଗୋଳିକ ସୀମା ସରହଦକୁ ଅତିକ୍ରମକରି ମଣିଷ ଆଭାସିକ ଡିଜିଟାଲ ପୃଥିବୀରେ ଦୈନିକ ଜୀବନଯାପନ କଲାଣି। ଇଣ୍ଟରନେଟ୍‌ ଆସିବା ପରେ ଭୌଗୋଳିକ ସୀମା ପ୍ରତିରକ୍ଷା ପାଇଁ ରହିଲା,…

ସୁନାପିଲା

ପିଲାଦିନେ ଭାରି ଭଲ ଲାଗୁଥିଲା ଶୁଣିବାକୁ। ସୁନାପିଲା ବୋଲି ମୋତେ କେହି କହିଦେଲେ ଛାତି ଭିତରଟା କୁରୁଳି ଉଠେ। ମୋତେ ଆଙ୍ଗୁଠି ଦେଖାଇ ଆମ ଘରକୁ ବୁଲି…

ବିଲୁପ୍ତି ପଥେ ପୂର୍ବଜଙ୍କ ସମ୍ପଦ

ପ୍ରାୟ ଆମେ ସମସ୍ତେ ଆମ ପୂର୍ବପୁରୁଷଙ୍କ ସମ୍ପଦକୁ ନେଇ ବର୍ତ୍ତମାନର ଜୀବନ ବଞ୍ଚୁଛେ। ପୂର୍ବପୁରୁଷ ରହୁଥିବା ଘର, ସେମାନଙ୍କ ଦ୍ୱାରା ଅର୍ଜିତ କୃଷିକ୍ଷେତ୍ର, ଜାଗାବାଡ଼ି ଏପରିକି ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri