ଏଇ ଭାରତରେ

ପିଲାମାନଙ୍କୁ ପରୀକ୍ଷାରେ ଭଲ ନମ୍ବର ଆଣିବାକୁ ଅଭିଭାବକ କହିଥାନ୍ତି ଓ ଚାପ ବି ପକାନ୍ତି। ପ୍ରତିକ୍ରିୟାରେ ପିଲାମାନେ ବେଳେବେଳେ ଚାପଗ୍ରସ୍ତ ହୋଇଯାନ୍ତି। କିନ୍ତୁ ଏଭଳି କ୍ଷେତ୍ରରେ ପିଲାମାନେ ନିଜକୁ କେବେ ମାତାପିତାଙ୍କ ସହ ତୁଳନା କରିବା ଦେଖିଛନ୍ତି! ହେଲେ ଏମିତି ଏକ ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉତ୍ତରପ୍ରଦେଶରେ ଜଣେ ବ୍ୟକ୍ତି ତାଙ୍କ ପୁଅକୁ ପରୀକ୍ଷାରେ ଭଲ ନମ୍ବର ଆଣିବା ପାଇଁ ବାରମ୍ବାର ଚେତାଇବା ସହ ଅଧିକ ସମୟ ପଢିବା ପାଇଁ କହୁଥିଲେ। ତେବେ ପିତାଙ୍କର ଚେତାବନୀ ପୁଅ ଉପରେ ଏଭଳି ପ୍ରଭାବ ପକାଇଲା ଯେ, ନିଜେ ଅଧିକ ପଢିବ କ’ଣ ବାପାଙ୍କ ରେଜଲ୍ଟ ଖୋଜିବାରେ ଲାଗିପଡ଼ିଥିଲା। ଶେଷରେ ପିଲାଟି ବାପାଙ୍କ ମାଟ୍ରିକ ପରୀକ୍ଷାର ମାର୍କଲିଷ୍ଟ ପାଇବାକୁ ସକ୍ଷମ ହୋଇଥିଲା। ବାସ୍‌ ତା’ପରେ ସେ ବାପାଙ୍କୁ ଉତ୍ତର ଦେବାପାଇଁ ରାସ୍ତା ପାଇଗଲା। ଏବେ ସେ ବାପାଙ୍କ ମାର୍କଲିଷ୍ଟକୁ ସୋସିଆଲ ମିଡିଆରେ ଭାଇରାଲ୍‌ କରି ସମସ୍ତଙ୍କୁ ଦେଖାଇବାକୁ ଚାହିଁଛନ୍ତି ଯେ ପ୍ରକୃତରେ ତାଙ୍କ ବାପା ଅଧିକାଂଶ ବିଷୟରେ ଫେଲ୍‌ ହୋଇଛନ୍ତି। କିନ୍ତୁ ଅଧିକ ନମ୍ବର ରଖିବା ପାଇଁ ତାଙ୍କ ଉପରେ ବାରମ୍ବାର ଚାପ ପକାଉଛନ୍ତି। ଉତ୍ତରପ୍ରଦେଶରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇ ଲୋକଙ୍କୁ ଚର୍ଚ୍ଚାର ଖୋରାଗ ଯୋଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

ଏକଲବ୍ୟ ଓ ଅଙ୍ଗୁଳିମାଳ

କଲବ୍ୟଙ୍କ କାହାଣୀ ହେଉଛି ଜଣେ ନିମ୍ନଜାତିର ବନବାସୀ ବାଳକଙ୍କ କଥା। ବ୍ରାହ୍ମଣ ଗୁରୁ ଦ୍ରୋଣ ତାଙ୍କୁ ଶିଷ୍ୟ ଭାବେ ଗ୍ରହଣ କରିବାକୁ ମନା କରିଥିଲେ। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri