ଏଇ ଭାରତରେ

ହାଇଦ୍ରାବାଦର ଶ୍ରୀନିବାସ ରାଓ ମାଧବରାମ ପେସାରେ ଜଣେ ଡାକ୍ତର । କିନ୍ତୁ ତାଙ୍କ ନିଶା ହେଉଛି ଡ୍ରାଗନ ଚାଷ। ତେଲଙ୍ଗାନାର ସାଙ୍ଗାରେଡିରେ ଥିବା ତାଙ୍କର ୪୭ ଏକର ଫାର୍ମରେ ସେ ୪୫ ପ୍ରକାର ଡ୍ରାଗନ ଫ୍ରୁଟ୍ସ ଚାଷ କରୁଛନ୍ତି। ସମ୍ପୂର୍ଣ୍ଣ ଜୈବିକ ପଦ୍ଧତିରେ ଚାଷ କରାଯାଉଛି। ଏହି ଚାଷରୁ ସେ ବର୍ଷକୁ ୨.୨ କୋଟି ଟଙ୍କା ରୋଜଗାର କରୁଛନ୍ତି। ମାଧବରାମ ୬,୫୦୦ କୃଷକଙ୍କୁ ଡ୍ରାଗନ ଫ୍ରୁଟ୍ସ ଚାଷ ସମ୍ପର୍କରେ ମାଗଣାରେ ପ୍ରଶିକ୍ଷଣ ଦେଇ ସାରିଲେଣି। ଏହି ଚାଷ ଲାଗି ସେ ତୁମକୁରସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ହର୍ଟିକଲଚରର ସହଯୋଗ ନେଉଛନ୍ତି। ସେ ୨୦୧୬ରେ ଭିଏଟନାମ୍‌, ତାଇଓ୍ବାନ, ଫିଲିପାଇନ୍ସ ସମେତ ୧୩ଟି ଦେଶ ଭ୍ରମଣ କରି ଡ୍ରାଗନ ଫ୍ରୁଟ୍ସ ଚାଷ ସମ୍ପର୍କରେ ଜ୍ଞାନ ହାସଲ କରିବା ପରେ ୨୦୧୭ରେ ଭାରତକୁ ଫେରି ଚାଷ ଆରମ୍ଭ କରିଥିଲେ। ବାସ୍ତବରେ ୨୦୧୬ରେ ସେ ଯେତେବେଳେ ଡ୍ରାଗନ ଫ୍ରୁଟ୍ସ ଖାଇଥିଲେ ସେତେବେଳେ ତା’ ସ୍ବାଦ ତାଙ୍କୁ ଏହି ଚାଷ କରିବା ଲାଗି ପ୍ରେରିତ କରିଥିଲା ବୋଲି କହନ୍ତି ମାଧବରାମ।


Enter your email to get our daily news in your inbox.

All Right Reserved By Dharitri.Com

ବହି କଥା

ଦିନ ଥିଲା ବହି ସହିତ ଅନ୍ତରଙ୍ଗ ହେବାପାଇଁ ନିଭୃତ କକ୍ଷଟିଏ ଲୋଡ଼ା ହେଉଥିଲା। ଯାହାର ନାଁ ଥିଲା ପଢ଼ା ଘର। ସେଇ ପଢ଼ାଘର ସବୁ ଆଜି ବି…

ଗୋଟିଏ ଲାଉର ଦୁଇଟି ମଞ୍ଜି

ଯାଯାବର ମଣିଷ ନଦୀକୂଳରେ ବସତି ସ୍ଥାପନ କରି କୃଷିକୁ ଜୀବିକାଭାବେ ଗ୍ରହଣ କଲା। କୃଷି ବଂଶାନୁକ୍ରମିକଭାବେ ଜୀବିକା-ନିର୍ବାହର ସ୍ରୋତ ପାଲଟିଗଲା। ସମୟକ୍ରମେ କୃଷି ସହ ଅନ୍ୟାନ୍ୟ କର୍ମକୁ…

ଟିକା ବିରୋଧୀ ଦୃଷ୍ଟିକୋଣ

୨୦୨୫ରେ ଆମେରିକାରେ ଦୁଇ ପିଲାଙ୍କ ସମେତ ୩ ଜଣ ମିଳିମିଳାରେ ମୃତ୍ୟୁବରଣ କରିଥିଲେ। ସେମାନଙ୍କ ମୃତ୍ୟୁକୁ ରୋକାଯାଇପାରିଥାଆନ୍ତା। ଗତବର୍ଷ ଆମେରିକାରେ ୨,୨୬୭ ଲୋକ ମିଳିମିଳାରେ ଆକ୍ରାନ୍ତ ହୋଇଥିଲେ,…

ବାଲଡା ଗୁମ୍ଫା

ଓଡ଼ିଶାର କୋରାପୁଟ ଜିଲା ଅସରନ୍ତି ପ୍ରାକୃତିକ ସମ୍ପଦ ଏବଂ ନିଆରା ଆଦିବାସୀ ପରମ୍ପରା ପାଇଁ ସାରା ବିଶ୍ବରେ ଖ୍ୟାତ। ଏଠାରେ ଦେଖିବାକୁ ମିଳୁଥିବା ଆକର୍ଷଣୀୟ ସୁନ୍ଦର ସବୁଜିମା…

ଯଜ୍ଞର ଦୁଇ ରୂପ

ଆମେ ଯଜ୍ଞ କରୁ ଏବଂ ଆମ ପାଇଁ ଯଜ୍ଞହୁଏ। ଆମ ଯଜ୍ଞକୁ ଆମେ କେତେ ପ୍ରକାରେ କରିଥାଉ। ତାହା ସମ୍ପାଦନ କରିବା ପାଇଁ ଆମେ କେତେ ନିଃସ୍ବାର୍ଥପର,…

ଭାରତରେ ଇସ୍‌ଲାମ ପ୍ରବେଶ

ଆରବରେ ଇସ୍‌ଲାମ ଧର୍ମ ସପ୍ତମ ଶତାବ୍ଦୀରେ ସୃଷ୍ଟି ହୋଇ ପୃଥିବୀର ବିଭିନ୍ନ ଅଞ୍ଚଳକୁ ବ୍ୟାପିଥିଲା। ପଶ୍ଚିମରେ ଭୂମଧ୍ୟସାଗରୀୟ ଅଞ୍ଚଳ ଏବଂ ପୂର୍ବକୁ ପର୍ସିଆ ବା ପାରସ୍ୟ (ଏବକାର…

ଚାଷଜମିରେ ନଡ଼ାପୋଡ଼ି

ସମୟ ଥିଲା ନଡ଼ା ବିଭିନ୍ନ କାର୍ଯ୍ୟରେ ବ୍ୟବହାର ହେଉଥିଲା। ସମୟକ୍ରମେ ଏହା ଅଦରକାରୀ ହୋଇଗଲା ଏବଂ ଲୋକେ ନଡ଼ାପୋଡ଼ିବା ଆରମ୍ଭକଲେ। ପ୍ରଦୂଷଣର ମାୟାଜାଲରେ ନଡ଼ାପୋଡ଼ି ଏକ ପ୍ରମୁଖ…

ମଣିଷର ବିସର୍ଜନ

ତୁମେ ଭାବୁଛ ତୁମେ ଗୋଟିଏ ସ୍ବଚ୍ଛ ପରିଷ୍କୃତ ବହୁ ଉଚ୍ଚ ସ୍ତରର ସୃଷ୍ଟି।ଭୁଲିଯାଅନି ମଣିଷ ଗୋଟିଏ ଛାଞ୍ଚ ଯହିଁରେ ଅନ୍ୟତ୍ର ବର୍ଜ୍ୟ ହୋଇଥିବା ବସ୍ତୁ (ମଇଳା) ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri