ଏଇ ଭାରତରେ

ମାତ୍ର ୪ ବର୍ଷ ବୟସରେ ଦିନକୁ ୪୦ କିଲୋମିଟର ପଦଯାତ୍ରା! ତାହା ପୁଣି ବାପାଙ୍କ ପ୍ରତି ଥିବା ଭଲପାଇବା କାରଣରୁ। ଏଭଳି କାମ କରି ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି ନେମେଶ୍ୱରୀ। ମହାରାଷ୍ଟ୍ର ନାସିକ ଜିଲ୍ଲାର ଏହି ଛୋଟ ଝିଅଟି ଏବେ ନର୍ମଦା ପରିକ୍ରମା କରୁଛନ୍ତି। ଏଥିପାଇଁ ସେ ପ୍ରତିଦିନ ୩୦ରୁ ୪୦ କିଲୋମିଟର ଖାଲି ପାଦରେ ଚାଲୁଛନ୍ତି। ପ୍ରକୃତରେ ବର୍ଷେ ପୂର୍ବରୁ ନେମେଶ୍ୱରୀ ପରିକ୍ରମା ନିମନ୍ତେ ସଙ୍କଳ୍ପ କରିଥିଲେ। ୨୦୨୨-୨୦୨୩ରେ ତାଙ୍କ ବାପା ବାଲୁବାଲୁ ବୋଡ୍‌କେ ନର୍ମଦା ପରିକ୍ରମା କରୁଥିଲେ। ସେ ସମୟରେ ନେମେଶ୍ୱରୀ ଈଶ୍ୱରଙ୍କୁ ପ୍ରାର୍ଥନା କରିଥିଲେ ବାପା ଭଲରେ ଘରକୁ ଫେରି ଆସିଲେ ସେ ନର୍ମଦା ପରିକ୍ରମା କରିବେ। ବାପା ଘରକୁ ଫେରିଆସିବା ପରେ ପ୍ରଭୁଙ୍କ ନିକଟରେ କୃତଜ୍ଞତା ସ୍ବରୂପ ନେମେଶ୍ୱରୀ ଏବେ ନର୍ମଦା ପରିକ୍ରମା ଆରମ୍ଭ କରିଛନ୍ତି। ଏତେ କମ୍‌ ବୟସରେ ଏମିତି ଏକ ଦୁଃସାହସିକ ପଦକ୍ଷେପ ନେଇ ସେ ସମସ୍ତଙ୍କୁ ଚକିତ କରି ଦେଇଛନ୍ତି। ନେମେଶ୍ୱରୀଙ୍କ ମାତାପିତା ମଧ୍ୟ ତାଙ୍କ ସହ ଏହି ଯାତ୍ରାରେ ସାମିଲ୍‌ ହୋଇଛନ୍ତି। ଏବେ ଏତେ ଖରା ଓ ଗରମରେ ମଧ୍ୟ ନେମେଶ୍ୱରୀ ତାଙ୍କ ସଙ୍କଳ୍ପରୁ ଓହରି ଯାଇ ନାହାନ୍ତି। ଅବିଚଳିତଭାବେ ସେ ଆଗେଇ ଚାଲିଛନ୍ତି। ତାଙ୍କୁ ଦେଖି ଆଶ୍ଚର୍ଯ୍ୟ ହେବା ସହ ମାଆ ନର୍ମଦାଙ୍କର ଆଶୀର୍ବାଦରୁ ଏସବୁ ସମ୍ଭବ ବୋଲି ଲୋକେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଶିକ୍ଷା ଓ ଶିକ୍ଷକ

ଶିକ୍ଷା ହେଉଛି ଗୋଟିଏ ଦେଶର ସବୁଠୁ ମୌଳିକ ଓ ଶକ୍ତିଶାଳୀ ସାମାଜିକ ଭିତ୍ତିଭୂମି। ଏହା କେବଳ ପାଠପଢ଼ା, ପରୀକ୍ଷା, ସାର୍ଟିଫିକେଟ କିମ୍ବା ଚାକିରି ପାଇବାର ଉପାୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri