ଏଇ ଭାରତରେ

ଏମିତି ଘର, ଯାହା ମାଟିରେ ରହିବ ପୁଣି ପାଣିରେ ଭାସିବ। ଏଭଳି ଏକ ଆମ୍ଫିବିୟସ (ଉଭୟ ମାଟି ଓ ପାଣିରେ ରହି ପାରୁଥିବା) ଘର ନିର୍ମାଣ କରିଛନ୍ତି କେରଳର ଦୁଇ ବନ୍ଧୁ ନନ୍‌ମା ଗିରିଶ ଏବଂ ବେନ୍‌ କେ. ଜର୍ଜ। ୨୦୧୮ରେ କେରଳରେ ପ୍ରଳୟଙ୍କରୀ ବନ୍ୟା ପରେ ଏମାନେ ଏଭଳି ଘର ନିର୍ମାଣ ଲାଗି ଯୋଜନା କରିଥିଲେ। ସେହି ବର୍ଷ ‘ନେଷ୍ଟ ଆବିଡ’୍‌ ଷ୍ଟାର୍ଟ ଅପ୍‌ ପ୍ରତିଷ୍ଠା କରି ୨୦୨୧ ସେପ୍ଟେମ୍ବରରେ ଏହାର ପ୍ରଥମ ପ୍ରତିକୃତି ନିର୍ମାଣ କରିଥିଲେ। ଏବେ ଏହାକୁ ପୂର୍ଣ୍ଣାଙ୍ଗ ରୂପ ଦେଇଛନ୍ତି। ଏକ ଭାସମାନ କଂକ୍ରିଟ ଢାଞ୍ଚା ଉପରେ ଏହାକୁ ନିର୍ମାଣ କରାଯାଇଛି। ଏହି ଘରର ନାମ ରଖିଛନ୍ତି ‘ଆମ୍ଫିବି ନେଷ୍ଟ’। ଏଭଳି ଆମ୍ଫିବିୟସ ଘର ଭାରତରେ ପ୍ରଥମେ ନିର୍ମାଣ କରିଥିବା ଏହି ଦୁଇବନ୍ଧୁ ଥିରୁଭାନନ୍ତପୁରର ବାର୍ଟନ ହିଲ୍‌ ଗଭର୍ନମେଣ୍ଟ ଇଞ୍ଜିନିୟରିଂ କଲେଜରୁ ଟ୍ରାନ୍ସଲେଶନାଲ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ସେମାନେ ଏଭଳି ଘର ଅଧିକ ନିର୍ମାଣ କରିବା ଲାଗି ୧୦ ଜଣଙ୍କୁ ପୂର୍ଣ୍ଣକାଳୀନ ନିଯୁକ୍ତି ଦେବା ସହ ୩୩ ଜଣଙ୍କୁ କଲ୍‌ କନ୍‌ସଲଣ୍ଟାଟ ଭାବେ ରଖିଛନ୍ତି। ନନ୍‌ମା ଓ ବେନ୍‌ ଏବେ ଦିଲ୍ଲୀ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜିରେ ପିଏଚ୍‌.ଡି. କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାପିଲା

ପିଲାଦିନେ ଭାରି ଭଲ ଲାଗୁଥିଲା ଶୁଣିବାକୁ। ସୁନାପିଲା ବୋଲି ମୋତେ କେହି କହିଦେଲେ ଛାତି ଭିତରଟା କୁରୁଳି ଉଠେ। ମୋତେ ଆଙ୍ଗୁଠି ଦେଖାଇ ଆମ ଘରକୁ ବୁଲି…

ବିଲୁପ୍ତି ପଥେ ପୂର୍ବଜଙ୍କ ସମ୍ପଦ

ପ୍ରାୟ ଆମେ ସମସ୍ତେ ଆମ ପୂର୍ବପୁରୁଷଙ୍କ ସମ୍ପଦକୁ ନେଇ ବର୍ତ୍ତମାନର ଜୀବନ ବଞ୍ଚୁଛେ। ପୂର୍ବପୁରୁଷ ରହୁଥିବା ଘର, ସେମାନଙ୍କ ଦ୍ୱାରା ଅର୍ଜିତ କୃଷିକ୍ଷେତ୍ର, ଜାଗାବାଡ଼ି ଏପରିକି ଅନେକ…

ବାଗ୍‌ଦାଦରେ ମହାକାଳ

ତ୍ରୟୋଦଶ ଶତାବ୍ଦୀର ପ୍ରାରମ୍ଭିକ ମୁସଲିମ ଶାସକମାନେ ନିଜକୁ ସୁଲତାନ ବୋଲି କହୁଥିଲେ। କିନ୍ତୁ ୧୬ଶ ଶତାବ୍ଦୀରେ ମୋଗଲମାନେ ନିଜକୁ ବାଦଶାହ ବୋଲି କହିଲେ। ଏହାର କାରଣ ହେଉଛି…

ଶିକ୍ଷାରେ ବହୁ ଭାଷା

ଭାରତୀୟ ଶିକ୍ଷା, ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆର୍‌ଟି) ମାଧ୍ୟମିକ ସ୍ତରରେ ତିନୋଟି ଭାଷା ଶିକ୍ଷାକରିବା ଲାଗି ନିୟମ କଲାପରେ ଏହାକୁ ନେଇ କେତେକ ରାଜ୍ୟରେ ପ୍ରତିବାଦର ସ୍ବର…

ମୋ ଭାରତ ବଦଳୁଛି

ସମୟ ବଦଳିବା ସହିତ ଦେଶର ଚିତ୍ର ଓ ଚରିତ୍ର ବଦଳିବା ଏକ ସ୍ବାଭାବିକ ପ୍ରକ୍ରିୟା। ବଦଳୁଛି ସମୟ, ବଦଳୁଛି ସ୍ଥିତି, ବଦଳୁଛି ମୋ ଦେଶର ଭାଗ୍ୟ ଓ…

ଦିଗହରା ଆମେରିକା

ଇରାନ ଉପରେ ୨୮ ଫେବୃଆରୀ ୨୦୨୬ରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ହୋଇଥିବା ଘମାଘୋଟ ଯୁଦ୍ଧ ବେଳେ ଗତ ୬୦ ଦିନିଆ ଅସ୍ତ୍ରବିରତି ସାମୟିକ…

ଏଇ ଭାରତରେ

ତୃଣମୂଳସ୍ତରରେ ଜଣେ ସରପଞ୍ଚ ଭାବେ ନିରୁ ଯାଦବ ବ୍ୟାପକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛନ୍ତି। ନିରୁ ରାଜସ୍ଥାନର ଲାମ୍ବି ଅହିର ଗ୍ରାମପଞ୍ଚାୟତର ପ୍ରଥମ ମହିଳା ସରପଞ୍ଚ। ସେ…

ବିକାଶ ଦାବିରେ ପିଲାଙ୍କ ଭବିଷ୍ୟତ

ଆଜି ସକାଳୁ ଖବରକାଗଜ ପଢୁ ପଢୁ ଏକ ଶିରୋନାମା ଉପରେ ନଜର ପଡିଲା। ଭଙ୍ଗା ଛାତତଳେ ପ୍ରାଥମିକ ଶିକ୍ଷା। ଖବର ପଢିବା ପରେ ମନ ଭିତରେ ଉଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri