ଏଇ ଭାରତରେ

ପଚାଶ କି ଶହେ ନୁହେଁ, ୨୩୦ କିସମର ଆମ୍ବ ଚାଷକରି ବର୍ଷକୁ ୪୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ଗୁଜରାଟର ସୁମିତ ଝରିଆ । ୧୨.୫ ଏକର ଜମିରେ ସେ ଏହି ଚାଷ କରୁଛନ୍ତି। ତାଙ୍କ ଫାର୍ମଟି ଏକ ଆମ୍ବ ମ୍ୟୁଜିୟମ ପାଲଟିଯାଇଛି। ଏହିି ଫାର୍ମରେ ୧୦୦୦ରୁ ଅଧିକ ଗଛ ଅଛି। ଗିର୍‌ ଫରେଷ୍ଟ ନ୍ୟାଶନାଲ ପାର୍କ ନିକଟସ୍ଥ ଭାଲଚିଲ ଗାଁରେ ଏହି ଫାର୍ମର ରକ୍ଷଣାବେକ୍ଷଣରେ ସୁମିତଙ୍କୁ ତାଙ୍କ ପିତା ସମସୁଦ୍ଦିନ ସହଯୋଗ କରୁଛନ୍ତି। ୧୯୮୫ରେ ସୁମିତଙ୍କ ଜେଜେବାପା ନୁର ଅଲି ବିରା ଝରିଆ ପ୍ରଥମେ ୧୦ ଏକର ଜମି କିଣି ଏହି ଫାର୍ମ ଆରମ୍ଭ କରିଥିଲେ। ସେ ଦେଶର ବିଭିନ୍ନ ସ୍ଥାନରୁ ପ୍ରଥମେ ୧୪ଟି କିସମର ଆମ୍ବ ସଂଗ୍ରହ କରିଥିଲେ। ୧୯୯୦ ସୁଦ୍ଧା ସେ ବର୍ଷକୁ ୧୦,୦୦୦ ଆମ୍ବଚାରା ବିକ୍ରି କରୁଥିଲେ। ଏବେ ବର୍ଷକୁ ୨ ଲକ୍ଷ ଆମ୍ବଚାରା ବିକ୍ରି କରାଯାଉଛି ଓ ୪୫ ଲକ୍ଷ ଟଙ୍କା ଲାଭ ମିଳୁଛି। ଫାର୍ମରେ ଜୈବିକ ପଦ୍ଧତିରେ ୨୩୦ ପ୍ରକାର ଆମ୍ବଚାଷ କରାଯାଉଛି। ଏଥିରେ ଜଳ ସଂରକ୍ଷଣ ଲାଗି ସିଞ୍ଚନ ଜଳସେଚନ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଳାଶ୍ରମରେ ବାପୁ

ଦ୍ବିତୀୟ ପର୍ଯ୍ୟାୟ ହରିଜନ ପଦଯାତ୍ରା ଆରମ୍ଭ (୨୧-୫-୧୯୩୪) ହେବାର ୧୨ ଦିନ ପରେ ଅର୍ଥାତ ଜୁନ୍‌ ୨ ତାରିଖ ଦିନ ବାପୁ ଯାଜପୁର ପାର୍‌ ହୋଇ ଭଦ୍ରକ…

ହିଂସାର ଉତ୍ସବ

ଏକ ସମୟ ଥିଲା ଯେତେବେଳେ ସିନେମା ସମାଜକୁ ଏକ ଦର୍ପଣ ଭାବରେ ନେଇଥିଲା। ସମାଜର ଦାରିଦ୍ର୍ୟ, ଶୋଷଣ, ପ୍ରେମ ଓ ପ୍ରତାରଣା ଏହାର ବିଷୟବସ୍ତୁ ଥିଲା। କିନ୍ତୁ…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ…

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

ଦୁଇ ଆଞ୍ଚଳିକ ପ୍ରତିଦ୍ୱନ୍ଦ୍ୱୀ

ନିକଟରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଭାରତ ଗସ୍ତରେ ଆସିଥିଲେ। ସେତେବେଳେ ସେ କହିଥିଲେ, ଭାରତ ହେଉଛି ଆମେରିକାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ଭାଗୀଦାରି ।…

ପରିଚୟ ଖୋଜୁଛି ଭଦ୍ରକ ଗୁଡ଼

ଉପକୂଳ ଓଡ଼ିଶାରେ ଆଖୁଚାଷ କହିଲେ ଭଦ୍ରକ ଆଖୁକୁ ବୁଝାଏ। ଭଦ୍ରକ ଗୁଡ଼ର ବି ସେତିକି ଚାହିଦା ଥିଲା। ା ଯାଜପୁର, ବାଲେଶ୍ୱର,କେନ୍ଦୁଝରକୁ ଭଦ୍ରକ ଗୁଡ଼ ରପତ୍ାନି ହୁଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri