ଏଇ ଭାରତରେ

ଉତ୍ତରାଖଣ୍ଡରେ ପାଇନ ଗଛର ଶୁଷ୍କପତ୍ର (ପାଇନ ନିଡଲ୍ସ) ବନାଗ୍ନିର ଏକ ବଡ଼ କାରଣ ବୋଲି କୁହାଯାଉଛି। ଏହା ବର୍ଷ ବର୍ଷ ଧରି ଗଛମୂଳରେ ଜମା ହୋଇ ରହିବା ଫଳରେ ନିଆଁ ବ୍ୟାପିବାରେ ସାହାଯ୍ୟ କରୁଛି। ତେବେ ଏହି ପାଇନ ନିଡଲ୍ସ ବର୍ଜ୍ୟର ସଦ୍‌ଉପଯୋଗ କରୁଛନ୍ତି ଦୁଇ ଭଉଣୀ ନୂପୁର ଓ ସାବିତ୍ରୀ ପୋହାରକର। ସେମାନେ ପାଇନ୍ସ ନିଡଲ୍ସରୁ ସର୍ଭିଂ ଟ୍ରେ, ଷ୍ଟୋରେଜ ବକ୍ସ, ଟେବୁଲ ମ୍ୟାଟ ଆଦି ଉତ୍ପାଦ ପ୍ରସ୍ତୁତ କରୁଛନ୍ତି। ସେମାନେ ‘ପିରୁଲ ହ୍ୟାଣ୍ଡିକ୍ରାଫ୍ଟ’ ସଂସ୍ଥା ଗଠନ କରି ତା’ ମାଧ୍ୟମରେ ଏହିି କାର୍ଯ୍ୟ କରୁଛନ୍ତି। ପ୍ରଥମେ ୨୦୨୧ରେ ସେମାନେ ୧୫ ଜଣ ମହିଳାଙ୍କୁ ନେଇ ପାଇନ ନିଡଲ୍ସରୁ ଉପତ୍ାଦ ତିଆରି କରିବା ଆରମ୍ଭ କରିଥିଲେ। ଏବେ ତାଙ୍କ ସଂସ୍ଥାରେ ୮ଟି ଗାଁର ପାଖାପାଖି ୧୦୦ ମହିଳା କାମ କରୁଛନ୍ତି। ମହିଳାମାନେ ଏବେ ସୁଦ୍ଧା ୧୨,୦୦୦ ଉତ୍ପାଦ ବିକ୍ରି କରିସାରିଲେଣି। ଏଥିରେ ମୋଟ ୨୦,୦୦୦ କେଜି ପାଇନ ନିଡଲ୍ସ ବ୍ୟବହାର କରିସାରିଲେଣି। ବିଶେଷକରି ବେଙ୍ଗାଲୁରୁ, ଦିଲ୍ଲୀ, ହାଇଦ୍ରାବାଦ ସମେତ ଭାରତର ଅନ୍ୟ ବୃହତ୍‌ ସହରଗୁଡ଼ିକରେ ବିକ୍ରି କରାଯାଉଛି। ସେମାନେ ଏହାକୁ ମଧ୍ୟ ଆମେରିକାକୁ ପଠାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲଡା ଗୁମ୍ଫା

ଓଡ଼ିଶାର କୋରାପୁଟ ଜିଲା ଅସରନ୍ତି ପ୍ରାକୃତିକ ସମ୍ପଦ ଏବଂ ନିଆରା ଆଦିବାସୀ ପରମ୍ପରା ପାଇଁ ସାରା ବିଶ୍ବରେ ଖ୍ୟାତ। ଏଠାରେ ଦେଖିବାକୁ ମିଳୁଥିବା ଆକର୍ଷଣୀୟ ସୁନ୍ଦର ସବୁଜିମା…

ଯଜ୍ଞର ଦୁଇ ରୂପ

ଆମେ ଯଜ୍ଞ କରୁ ଏବଂ ଆମ ପାଇଁ ଯଜ୍ଞହୁଏ। ଆମ ଯଜ୍ଞକୁ ଆମେ କେତେ ପ୍ରକାରେ କରିଥାଉ। ତାହା ସମ୍ପାଦନ କରିବା ପାଇଁ ଆମେ କେତେ ନିଃସ୍ବାର୍ଥପର,…

ଭାରତରେ ଇସ୍‌ଲାମ ପ୍ରବେଶ

ଆରବରେ ଇସ୍‌ଲାମ ଧର୍ମ ସପ୍ତମ ଶତାବ୍ଦୀରେ ସୃଷ୍ଟି ହୋଇ ପୃଥିବୀର ବିଭିନ୍ନ ଅଞ୍ଚଳକୁ ବ୍ୟାପିଥିଲା। ପଶ୍ଚିମରେ ଭୂମଧ୍ୟସାଗରୀୟ ଅଞ୍ଚଳ ଏବଂ ପୂର୍ବକୁ ପର୍ସିଆ ବା ପାରସ୍ୟ (ଏବକାର…

ଚାଷଜମିରେ ନଡ଼ାପୋଡ଼ି

ସମୟ ଥିଲା ନଡ଼ା ବିଭିନ୍ନ କାର୍ଯ୍ୟରେ ବ୍ୟବହାର ହେଉଥିଲା। ସମୟକ୍ରମେ ଏହା ଅଦରକାରୀ ହୋଇଗଲା ଏବଂ ଲୋକେ ନଡ଼ାପୋଡ଼ିବା ଆରମ୍ଭକଲେ। ପ୍ରଦୂଷଣର ମାୟାଜାଲରେ ନଡ଼ାପୋଡ଼ି ଏକ ପ୍ରମୁଖ…

ମଣିଷର ବିସର୍ଜନ

ତୁମେ ଭାବୁଛ ତୁମେ ଗୋଟିଏ ସ୍ବଚ୍ଛ ପରିଷ୍କୃତ ବହୁ ଉଚ୍ଚ ସ୍ତରର ସୃଷ୍ଟି।ଭୁଲିଯାଅନି ମଣିଷ ଗୋଟିଏ ଛାଞ୍ଚ ଯହିଁରେ ଅନ୍ୟତ୍ର ବର୍ଜ୍ୟ ହୋଇଥିବା ବସ୍ତୁ (ମଇଳା) ବା…

ତଥ୍ୟ ଅସୁରକ୍ଷିତ

ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟକୁ ବାରମ୍ବାର ଅପବ୍ୟବହାର କରାଯାଉଥିବାରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଭିଯୋଗ ହୋଇଆସୁଛି। ବିଶେଷକରି ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିଥିବାରୁ ତଥ୍ୟକୁ ନେଇ ସର୍ବଦା…

ଏଇ ଭାରତରେ

ଉତ୍ତରାଖଣ୍ଡର ଦୁର୍ଗମ ପାହାଡ଼ିଆ ଅଞ୍ଚଳର ପିଲାମାନେ ସ୍କୁଲ ଯାଉ ନ ଥିବା ଲକ୍ଷ୍ୟ କରିଥିଲେ ଶ୍ରେୟା ରାଓ୍ବତ। ସ୍କୁଲ ବେଶି ଦୂରରେ ଥିବାରୁ, ଜଳବାୟୁ ଜନିତ ବିପର୍ଯ୍ୟୟ…

ପ୍ରଶ୍ନ ଏକ, ଉତ୍ତର ଅନେକ

ରାଜ୍ୟର ରାଜା ପାତ୍ର-ମନ୍ତ୍ରୀମାନଙ୍କ ସହ ରାଜଉଆସ ପରିସରରେ ଥିବା ପୋଖରୀ କୂଳରେ ବସି ରାଜ୍ୟର ହାଲ୍‌ଚାଲ୍‌ ବିଷୟରେ ଆଲୋଚନା କରୁଥାଆନ୍ତି। ସମସ୍ତ ପଦାଧିକାରୀ ନିଜ ନିଜର ପାରିବାପଣିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri