ଏଇ ଭାରତରେ

ବୟସ ୮୭, ତଥାପି ଏହି ବୟସରେ ସଡ଼କ ଦୁର୍ଘଟଣାରେ ଜୀବନ ବଞ୍ଚାଇବା ଲାଗି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି ରାଜସ୍ଥାନର ଡ. ମାୟା ଟଣ୍ଡନ। ସେ ‘ସହାୟତା ଟ୍ରଷ୍ଟ’ ଗଠନ କରି ତା’ ମାଧ୍ୟମରେ ଏହି ପ୍ରଶିକ୍ଷଣ ଅଭିଯାନ ଚଳାଇଛନ୍ତି। ଏବେ ସୁଦ୍ଧା ମାୟା ୧,୩୩,୦୦୦ ଲୋକଙ୍କୁ ସଡ଼କ ଦୁର୍ଘଟଣାରେ ଜୀବନ ରକ୍ଷା ଉପାୟ ସମ୍ପର୍କରେ ପ୍ରଶିକ୍ଷଣ ଦେଇ ସାରିଲେଣି। ମାୟାଙ୍କ ଜନ୍ମ ଆଜମେରରେ। ସେ ସେଠାରେ ପଢିଛନ୍ତି ଓ ବଢିଛନ୍ତି। ପରେ ଏମ୍‌ବିବିଏସ୍‌ରେ ଡିଗ୍ରୀ ହାସଲ କରି ଜଣେ ଆନାସ୍ଥେସିଓଲୋଜିଷ୍ଟ ଭାବେ କାର୍ଯ୍ୟ କରିଥିଲେ। ୧୯୮୫ରେ ଅବସର ନେବା ପରେ ଏହି କାର୍ଯ୍ୟରେ ଲାଗିଛନ୍ତି। ପ୍ରଥମେ ରାଜସ୍ଥାନ ପୋଲିସ ଏକାଡେମୀ ଅନୁରୋଧରେ ପୋଲିସମାନଙ୍କୁ ଦୁର୍ଘଟଣା ପୀଡ଼ିତଙ୍କ ଜୀବନ ବଞ୍ଚାଇବା ସମ୍ପର୍କରେ ପ୍ରଶିକ୍ଷଣ ଦେବା ଆରମ୍ଭ କରିଥିଲେ। ଏହା ପରେ ବିଭିନ୍ନ ସେମିନାର ମାଧ୍ୟମରେ ସେ ମାଗଣାରେ ଏହି କାର୍ଯ୍ୟକ୍ରମ ଚଳାଇଛନ୍ତି। ସହାୟତା ଟ୍ରଷ୍ଟ ମଧ୍ୟ ସରକାରଙ୍କ ସହ ମିଶି ବିଭିନ୍ନ ସାର୍ବଜନୀନ ସ୍ଥାନରେ ଜରୁରୀ ସେବା ଯୋଗାଇ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ସୁରକ୍ଷା ଚିନ୍ତା

ଓପନ୍‌ଏଆଇର ସିଇଓ ସାମ୍‌ ଅଲ୍ଟମ୍ୟାନ୍‌ ସ୍ପଷ୍ଟ କରିଛନ୍ତି ଯେ ସୁରକ୍ଷା ଚିନ୍ତା ଯୋଗୁ କମ୍ପାନୀ ୨୦୨୬ରେ ଏହାର ଆଇପିଓ (ପ୍ରାରମ୍ଭିକ ପବ୍ଲିକ୍‌ ଅଫରିଂ) ଲଞ୍ଚ କରିବ ନାହିଁ।…

ଗଣତନ୍ତ୍ରର ରାଜତନ୍ତ୍ରୀକରଣ

ଗତ ଜୁଲାଇରେ ବିହାର ରାଜ୍ୟ କିନ୍ନର ଜନମଙ୍ଗଳ ସମିତି ସେହି ସମାଜର ମଙ୍ଗଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶେଷ ଅବଦାନକୁ ସ୍ବୀକୃତି ଦେଇ ତାଙ୍କର ଏକ…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ନୀତିର ଠିକାଦାର

ସନ୍ଧ୍ୟାରେ ଜଣେ ଯୁବତୀ ଓ ଯୁବକ ରାସ୍ତାକଡ଼ରେ ଠିଆ ହୋଇ କଥା ହେଉଥିଲେ। ହଠାତ୍‌ କିଛି ଲୋକ ସେମାନଙ୍କୁ ଘେରିଗଲେ। ପ୍ରଶ୍ନ ଆରମ୍ଭ- କିଏ ତୁମେ? ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?