ଏଇ ଭାରତରେ

ସୁନାଗହଣା ପ୍ରତି ସମସ୍ତଙ୍କର ରହିଥାଏ ଭିନ୍ନ ଏକ ଆକର୍ଷଣ। ବର୍ତ୍ତମାନ ପରିସ୍ଥିତିରେ ସୁନାର ମୂଲ୍ୟ ଯେଉଁଭଳି ବୃଦ୍ଧି ପାଉଛି ସେତେବେଳେ ସୁନା ଟିକିଏ ପାଇଁ ଲୋକଙ୍କ ମନରେ ପ୍ରବଳ ଲୋଭ। ଏହି କାରଣରୁ ତ ବିଭିନ୍ନ ସ୍ଥାନରେ ଲୁଟେରାମାନେ ସୁନାଗହଣା ଲୁଟ କରିବାର ନୂଆ ନୂଆ କୌଶଳ ଆପଣାଇବାରେ ଲାଗିଛନ୍ତି। କିନ୍ତୁ ଏମିତି ଏକ ସମୟରେ ଜଣେ ଭିନ୍ନ ମଣିଷର ଉଦାହରଣ ପାଲଟିଛନ୍ତି ମୁମ୍ବାଇର ସଫେଇ କର୍ମଚାରୀ ସୁନୀଲ କୁମ୍ଭାର। ରାସ୍ତା ସଫା କରିବା ସମୟରେ ସେ ୧୫୦ ଗ୍ରାମ୍‌ର ସୁନା ପାଇଥିଲେ ବି ତାକୁ ନେଇ ପୋଲିସ ଜିମା ଦେଇଛନ୍ତି। ମୁମ୍ବାଇର କେନେଡି ପୁଲ୍‌ ନିକଟରେ ରାସ୍ତା ସଫା କରିବା ସମୟରେ ସେ ଏହି ସୁନା ପାଇଥିଲେ। ଏତେଗୁଡିଏ ସୁନା ଦେଖି ସୁନୀଲ ଆଦୌ ଲୋଭ କରି ନ ଥିଲେ। ପ୍ରଥମେ ସେ ସୁନା ତକ ନେଇ ନିଜ ସୁପରଭାଇଜରଙ୍କୁ ଦେଖାଇଥିଲେ। ଏହାପରେ ଉଭୟେ ଏହି ସୁନାକୁ ନେଇ ପୋଲିସ ଜିମା ଦେଇଥିଲେ। ସୁନୀଲଙ୍କର ଏହି ମହାନତା ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଜଣେ ଗ୍ରୁପ ଡି କର୍ମଚାରୀ ହୋଇଥିଲେ ବି ଲୋଭଶୂନ୍ୟ ହୋଇ ସେ ମାନବିକତାର ପରିଚୟ ଦେଇଛନ୍ତି। ତାଙ୍କର ଏଭଳି ମହାନତା ପାଇଁ ତାଙ୍କୁ ମୁମ୍ବାଇ ନଗର ନିଗମ ପକ୍ଷରୁ ପୁରସ୍କୃତ ବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

ଏଇ ଭାରତରେ

ମହାରାଷ୍ଟ୍ର ବିଦର୍ଭ ଏକ ମରୁଡ଼ିପ୍ରବଣ ଅଞ୍ଚଳ। ବର୍ଷାଦିନ ପରେ ଏଠାରୁ ଭାରଓ୍ବାଡ ଯାଯାବର ସମ୍ପ୍ରଦାୟର ଲୋକେ ଗୃହପାଳିତ ପଶୁଙ୍କୁ ନେଇ ଅନ୍ୟ ଚାରଣଭୂମି ଅଞ୍ଚଳକୁ ଚାଲିଯାଆନ୍ତି। ସେମାନେ…

ପ୍ରକୃତିର ସ୍ବରୂପ

ପତଞ୍ଜଳି ଯୋଗ ଦର୍ଶନର ଦ୍ୱିତୀୟ ପାଦ ସୂତ୍ର ସଂଖ୍ୟା-୧୮ରେ କୁହାଯାଇଛି, ”ପ୍ରକାଶ କ୍ରିୟା ସ୍ଥିତି ଶୀଳଂ ଭୂତେନ୍ଦ୍ରିୟାତ୍ମକଂ ଭେଗାପବର୍ଗାଥଂ ଦୃଶ୍ୟମ“। ଏହାର ଅର୍ଥ ହେଲା ପ୍ରକାଶ, କ୍ରିୟା…

ସବୁଜ ସାଧକ କାଳିନ୍ଦୀ ଚରଣ

ଜନ୍ମ ଆମର ମଣିଷ କୁଳରେ ନାହିଁ ଇଜ୍ଜତ୍‌ ମାନ, ଆମ ଝିଅବୋହୂ ସବୁରି ଶାଳୀ ହେ ଆମେ ଶଳା ସଇତାନ“। କବିତାରେ ସର୍ବହରା ମଣିଷର ଏହି ଇସ୍ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri