ଏଇ ଭାରତରେ

ଉତ୍ତରପ୍ରଦେଶ ବିଜ୍‌ନୋରରେ ରହୁଥିବା ଅଲି କୁମୈଲଙ୍କ ଶିକ୍ଷାଗତ ଯୋଗ୍ୟତା କହିଲେ ଦଶମ ପାସ୍‌। ବୃତ୍ତିରେ ସେ ଜଣେ ଏସି ମେକାନିକ। କିନ୍ତୁ ସ୍ବଦେଶୀ ଜ୍ଞାନକୌଶଳରେ ତିଆରି କରିଛନ୍ତି ଏକ ଟ୍ରାକ୍ଟର। ଏହି ଟ୍ରାକ୍ଟରର ବିଶେଷତ୍ୱ ହେଉଛି, ତାହା ସମ୍ପୂର୍ଣ୍ଣ ପୁରୁଣା ପାଟର୍‌ସରେ କରାଯାଇଛି। ଏହି ଟ୍ରାକ୍ଟର ବିଦ୍ୟୁତ୍‌ରେ ଚାଲୁଛି। ଟ୍ରାକ୍ଟର ନିର୍ମାଣରେ ୪୦% କାଠ ଓ ୬୦% ଲୁହା ବ୍ୟବହାର ହୋଇଛି। କୁମୈଲ ଆର୍ଥିକ ଅଭାବ ଯୋଗୁ ଦଶମରୁ ପଢ଼ା ଛାଡ଼ି ଦେଇଥିଲେ। କିନ୍ତୁ କିଛି ନୂଆ କରିବାର ଇଚ୍ଛା ତାଙ୍କ ମନରେ ରହିଥିଲା, ଯାହା ଏହି ଟ୍ରାକ୍ଟର ନିର୍ମାଣରେ ପ୍ରତିଫଳିତ ହୋଇଛି। ପ୍ରଥମେ ସେ ଜଣେ ଏସି ମେକାନିକ ଭାବେ କାର୍ଯ୍ୟ କରିଥିଲେ। ଏହି ସମୟ ମଧ୍ୟରେ ୫୦ହଜାର ଟଙ୍କା ସଞ୍ଚୟ କରି ସେହି ଅର୍ଥରେ ଟ୍ରାକ୍ଟର ତିଆରି ଆରମ୍ଭ କରିଥିଲେ। ଚାକିରିରୁ ସମୟ ବାହାର କରି ଏହି କାର୍ଯ୍ୟ କରୁଥିଲେ। ଏବେ ତାଙ୍କ ଟ୍ରାକ୍ଟରକୁ ଦେଖିବାକୁ ଭିଡ଼ ଜମୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଥିଲା ଗାଁ

ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ।…

କୃଷି ରପ୍ତାନିର ନୂତନ ଆଶା

ରାଜ୍ୟର କୃଷିବିକାଶ ଓ କୃଷକମାନଙ୍କ ଆୟବୃଦ୍ଧି ପାଇଁ କୃଷି-ରପ୍ତାନି ଏକ ପ୍ରମୁଖ ମାର୍ଗ। କୃଷି-ରପ୍ତାନି ପାଇଁ ପାରମ୍ପରିକ ଜୈବିକ କୃଷି ଓ ଅତ୍ୟାଧୁନିକ କୃଷି ଅଧିକ ସୁଯୋଗ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri