ଏଇ ଭାରତରେ

ସମାଜବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରି ଏକ ଏନ୍‌ଜିଓରେ ଭଲ ଦରମାରେ ଚାକିରି କରିଥିଲେ କେରଳ ଏର୍ନାକୁଲମ ନିବାସୀ ଜିତୁ ଥୋମାସ। ତାହାକୁ ଛାଡ଼ି ଏବେ ସେ ଛତୁଚାଷ କରି ଦିନକୁ ୪୦,୦୦୦ ଟଙ୍କା ଅର୍ଥାତ୍‌ ମାସକୁ ପ୍ରାୟ ୧୨ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ଏହି କାର୍ଯ୍ୟରେ ତାଙ୍କ ମା’ ଲିନା ତାଙ୍କୁ ସହଯୋଗ କରୁଛନ୍ତି। ଜିତୁ କୁମାରକୋମ୍‌ କୃଷି ବିଜ୍ଞାନ କେନ୍ଦ୍ରରୁ ଛତୁ ଚାଷ ସମ୍ପର୍କରେ ପ୍ରଶିକ୍ଷଣ ନେବା ପରେ ଏହି ଚାଷ ଆରମ୍ଭ କରିଥିଲେ। ପ୍ରଥମେ ଘରର ଏକ କୋଣରେ ଅଳ୍ପ ଜାଗାରେ ଓ ଏବେ ୫,୦୦୦ ବର୍ଗଫୁଟ ପରିମିତ ଜାଗାରେ ଚାଷ କରିବା ସହ ‘ଲିନା ମସ୍‌ରୁମ୍‌ ଫାର୍ମ’ ପ୍ରତିଷ୍ଠା କରିଛନ୍ତି। ଦିନକୁ ୧୦୦ କେଜି ଛତୁ ଉତ୍ପାଦନ କରୁଛନ୍ତି। ଏହା ସହ ତାଙ୍କ ନିଜ ଲାବ୍‌ରେ ଛତୁ ମଞ୍ଜି ମଧ୍ୟ ପ୍ରସ୍ତୁତ କରି ସେଥିରୁ ଲାଭ ପାଉଛନ୍ତି। ଏହି ଚାଷ ସମ୍ପୂର୍ଣ୍ଣ ବୈଜ୍ଞାନିକ ପଦ୍ଧତିରେ କରାଯାଉଛି। ଯେତିକି ଜାଗାରେ ୫ ହଜାର ବେଡ୍‌ ରହିବା କଥା, ସେତିକି ଜାଗାରେ ୨୦,୦୦୦ ବେଡ୍‌ ରଖିଛନ୍ତି। ଏଣୁ କମ୍‌ ଖର୍ଚ୍ଚରେ ଅଧିକ ଲାଭ ମିଳୁଛି। ଛତୁକୁ ପ୍ୟାକେଟ କରି ତାହାକୁ ୩୦ କିମି ଭିତରେ ଥିବା ମାର୍କେଟ୍‌ଗୁଡ଼ିକରେ ବିକ୍ରିର ବ୍ୟବସ୍ଥା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

ଏଇ ଭାରତରେ

ମହାରାଷ୍ଟ୍ର ବିଦର୍ଭ ଏକ ମରୁଡ଼ିପ୍ରବଣ ଅଞ୍ଚଳ। ବର୍ଷାଦିନ ପରେ ଏଠାରୁ ଭାରଓ୍ବାଡ ଯାଯାବର ସମ୍ପ୍ରଦାୟର ଲୋକେ ଗୃହପାଳିତ ପଶୁଙ୍କୁ ନେଇ ଅନ୍ୟ ଚାରଣଭୂମି ଅଞ୍ଚଳକୁ ଚାଲିଯାଆନ୍ତି। ସେମାନେ…

ପ୍ରକୃତିର ସ୍ବରୂପ

ପତଞ୍ଜଳି ଯୋଗ ଦର୍ଶନର ଦ୍ୱିତୀୟ ପାଦ ସୂତ୍ର ସଂଖ୍ୟା-୧୮ରେ କୁହାଯାଇଛି, ”ପ୍ରକାଶ କ୍ରିୟା ସ୍ଥିତି ଶୀଳଂ ଭୂତେନ୍ଦ୍ରିୟାତ୍ମକଂ ଭେଗାପବର୍ଗାଥଂ ଦୃଶ୍ୟମ“। ଏହାର ଅର୍ଥ ହେଲା ପ୍ରକାଶ, କ୍ରିୟା…

ସବୁଜ ସାଧକ କାଳିନ୍ଦୀ ଚରଣ

ଜନ୍ମ ଆମର ମଣିଷ କୁଳରେ ନାହିଁ ଇଜ୍ଜତ୍‌ ମାନ, ଆମ ଝିଅବୋହୂ ସବୁରି ଶାଳୀ ହେ ଆମେ ଶଳା ସଇତାନ“। କବିତାରେ ସର୍ବହରା ମଣିଷର ଏହି ଇସ୍ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri