ଏଇ ଭାରତରେ

ବେଙ୍ଗାଲୁରୁର ହାସନ ଚୈତନ୍ୟ ଏମ୍‌ବିଏରେ ଡିଗ୍ରୀ ହାସଲ କରି ଜୈବିକ କୃଷି କରୁଛନ୍ତି ଓ ଏହ ସହ ଜଡ଼ିତ କୃଷକଙ୍କ ପାଇଁ ମାର୍କେଟ ବ୍ୟବସ୍ଥା କରିଛନ୍ତି। ସେ ୨୦୨୧ରେ ‘ଅର୍ଗାନିକ ଟ୍ୟାପ୍‌’ ଷ୍ଟାର୍ଟଅପ୍‌ ଗଠନ କରି ତା’ ମାଧ୍ୟମରେ ଜୈବିକ କୃଷକଙ୍କୁ ବିନା ମଧ୍ୟସ୍ଥରେ ସିଧାସଳଖ ଗ୍ରାହକଙ୍କ ସହ ଯୋଡ଼ିଛନ୍ତି। ଆପ୍‌ ମାଧ୍ୟମରେ ସିଧାସଳଖ କୃଷକମାନେ ଉପତ୍ାଦ ସମ୍ପର୍କରେ ଗ୍ରାହକମାନଙ୍କୁ ଅବଗତ କରୁଛନ୍ତି ଓ ସେମାନଙ୍କ ନିକଟରେ ତାହା ପହଞ୍ଚାଇ ଦିଆଯାଉଛି। ଏଥିପାଇଁ ବିଭିନ୍ନ ସ୍ଥାନରେ ମାର୍କେଟ ଖୋଲାଯାଇଛି। ଗ୍ରାହକମାନେ ଅର୍ଡର ମୁତାବକ ତଟକା ଉପତ୍ାଦ ପାଇପାରୁଛନ୍ତି। ଚୈତନ୍ୟ କଲେଜରେ ପଢ଼ିବା ସମୟରେ ପରିବେଶ ସୁରକ୍ଷା ପାଇଁ ତାଙ୍କ ସାଙ୍ଗମାନଙ୍କୁ ନେଇ ‘ମ୍ୟାନ ଆଣ୍ଡ୍‌ ଏନ୍‌ଭାଇରନ୍‌ମେଣ୍ଟ’ ଏନ୍‌ଜିଓ ଗଠନ କରିଥିଲେ । ପ୍ରତି ଗଣେଶ ପୂଜାରେ ସେମାନେ ପାଖାପାଖି ୫,୦୦୦ ମାଟିର ଗଣେଶ ମୂର୍ତ୍ତି ଲୋକମାନଙ୍କୁ ମାଗଣାରେ ବାଣ୍ଟୁଥିଲେ। ଶିକ୍ଷା ଶେଷ କରିବା ପରେ ତାଙ୍କ ପିତାଙ୍କ ପ୍ରେରଣାରେ ସେ ଜୈବିକ କୃଷି ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ଜଳ ନୋବେଲ ବିଜେତା

ବର୍ତ୍ତମାନର ଭୂରାଜନୈତିକ ଓ ଅର୍ଥନୈତିକ ସ୍ଥିତି ଇରାନ୍‌ ଓ ଆମେରିକା-ଇସ୍ରାଏଲ ଯୁଦ୍ଧ ଯୋଗୁ ଘୋର ପ୍ରଭାବିତ। ଏହାକୁ ନେଇ ପୃଥିବୀ ସନ୍ତ୍ରସ୍ତ। ଏଭଳି ସ୍ଥଳେ ୨୨ ମାର୍ଚ୍ଚରେ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା…

ଆକାଶ ଛାତ

ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ…

ପ୍ରସ୍ତାବ ପ୍ରତ୍ୟାହାର

ବେଳେବେଳେ ସରକାରୀ ନୀତିର ରହସ୍ୟମୟ ତଥା ବାଧାସୃଷ୍ଟିକାରୀ ନିଷ୍ପତ୍ତି ସମ୍ପର୍କିତ ଖବର ଦେଖିବାକୁ ମିଳେ। ତିନି ମାସ ମଧ୍ୟରେ ଭାରତର ସଂଶୋଧିତ ଭୂମିକମ୍ପ ଅଞ୍ଚଳ ନିର୍ଦ୍ଧାରଣ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri