ଏଇ ଭାରତରେ

ଅନାଥଙ୍କ ସାହାରା ପାଲଟିଛନ୍ତି ଲାମା ଥୁପଟେନ ଫୁନ୍‌ଷ୍ଟୋକ। ଅରୁଣାଚଳ ପ୍ରଦେଶରେ ସେ ମଞ୍ଜୁଶ୍ରୀ ବିଦ୍ୟାପୀଠ ପ୍ରତିଷ୍ଠା କରି ୩୦୦ ଅନାଥ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେଠାରେ ପିଲାମାନେ ରହୁଛନ୍ତି, ଖାଉଛନ୍ତି ଓ ପଢୁଛନ୍ତି। ତାଓ୍ବାଙ୍ଗ ଜିଲାର ପାହାଡ଼ିଆ ଅଞ୍ଚଳର ଏକ ଛୋଟ ଗାଁରେ ଏହି ସ୍କୁଲ ଚାଲିଛି। ଏହି ସ୍କୁଲ ନିର୍ମାଣଠାରୁ ଆରମ୍ଭ କରି ଏହାର ପରିଚାଳନା ସେ ନିଜେ କରିଆସିଛନ୍ତି। ସେ ୧୯୮୮ରେ ଏକ ଝୁପୁଡ଼ିେରେ ୧୭ ଜଣ ଅନାଥ ପିଲାଙ୍କୁ ନେଇ ଏହି ସ୍କୁଲ ଆରମ୍ଭ କରିଥିଲେ। ଏବେ ଏହି ସଂଖ୍ୟା ବୃଦ୍ଧି ପାଇ ୩୦୦ରେ ପହଞ୍ଚିଲାଣି। ଏମାନେ ବିଭିନ୍ନ ଜିଲାରୁ ଆସିଛନ୍ତି। ଏହି ସ୍କୁଲରୁ ପିଲା ପାସ୍‌ କରି ଆଇନଜୀବୀ, ଆଇଏଏସ୍‌ ଅଧିକାରୀ ହୋଇ ସାରିଲେଣି। ଲାମା ବୁଦ୍ଧିଷ୍ଟ ଫିଲୋସଫି ପଢିବା ସହ ତିବ୍ବତୀୟ ଭାଷାରେ ପିଏଚଡି କରିଛନ୍ତି। ସେ ତାଓ୍ବାଙ୍ଗ ପବ୍ଲିକ ସ୍କୁଲରେ ଶିକ୍ଷକ ଭାବେ କାମ କରି ଅର୍ଥ ସଞ୍ଚୟ କରି ସେଥିରେ ସ୍କୁଲ ଆରମ୍ଭ କରିଥିଲେ। ସିବିଏସ୍‌ଇରେ ପଞ୍ଜୀକୃତ ହୋଇଛି ସ୍କୁଲ ଓ ୧୦ ଶ୍ରେଣୀ ଯାଏ ପିଲାଙ୍କୁ ପଢ଼ାଯାଉଛି। ଏବେ ୩୭ ଜଣ ଷ୍ଟାଫ୍‌ ରହିଛନ୍ତି ଓ ଲାମା ନିଜେ ମଧ୍ୟ ପଢ଼ାଉଛନ୍ତି। ସବୁ ବିଷୟ ସହିତ ବୁଦ୍ଧିଷ୍ଟ ଫିଲୋସଫି ସହ ସ୍ଥାନୀୟ ଭାଷା ମଧ୍ୟ ପଢ଼ାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ବୈଜ୍ଞାନିକ ଦୃଷ୍ଟିକୋଣ

ବିଜ୍ଞାନ ଯୁଗର ବୈଜ୍ଞାନିକମାନଙ୍କୁ ଦେଖିଲେ ଆମେ ବିଜ୍ଞାନଠାରୁ ଅନେକ ଦୂରରେ ରହିଲା ପରି ମନେହୁଏ। ଆମେ ଭାବୁ, ବିଜ୍ଞାନ କେବଳ ବୈଜ୍ଞାନିକର ସମ୍ପତ୍ତି। କାହିଁକି ନା ବିଜ୍ଞାନ…

ମାତୃଭାଷା ଓ ସାମଗ୍ରିକ ପ୍ରଗତି

ଜଗତୀକରଣ, ପ୍ରଯୁକ୍ତି ବିପ୍ଳବ ଓ ଆର୍ଥିକ ପ୍ରତିସ୍ପର୍ଦ୍ଧାର ଏହି ଯୁଗରେ ଭାଷା ପ୍ରଶ୍ନ ପୁଣିଥରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ହୋଇଉଠିଛି। ସରକାରଙ୍କ ଶିକ୍ଷାନୀତି, ଶିକ୍ଷିତ ଅଭିଭାବକଙ୍କ ଏଥିପ୍ରତି ଅନାଶକ୍ତି,…

ଡିଜିପି ନିଯୁକ୍ତିରେ ବିଳମ୍ବ

ସୁପ୍ରିମକୋର୍ଟ ‘କାର୍ଯ୍ୟକାରୀ ଡିଜିପି’ ସଂସ୍କୃତିକୁ ଏକ ଗୁରୁତର ସାଙ୍ଗଠନିକ ତ୍ରୁଟି ଭାବରେ ସୂଚିତ କରିବା ପରେ ବି ପଞ୍ଜାବ ଏବେ ନିୟମିତ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତ…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri