ଏଇ ଭାରତରେ

ସହରର ଡମ୍ପୟାର୍ଡ କଥା ଶୁଣିଲେ ଲୋକେ ନାକ ଟେକନ୍ତି। ସେହି ପୂତ୍ତିଗନ୍ଧମୟ ସ୍ଥାନ ବାଟ ଦେଇ ଯିବାକୁ ଘୃଣା କରନ୍ତି। କିନ୍ତୁ ମାଙ୍ଗାଲୋର ବାସିନ୍ଦା ଜିଥ୍‌ ମିଲାନ ରୋକେ ଡମ୍ପୟାର୍ଡକୁ ସବୁଜ ଜଙ୍ଗଲ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେ ଡମ୍ପୟାର୍ଡରେ କେବଳ ବିଭିନ୍ନ କିସମର ଫଳଗଛ ଲଗାଇଛନ୍ତି, ଯାହାଫଳରେ ସେଥିରୁ କିଛି ଉତ୍ପାଦନ ହୋଇପାରୁଛି। ଜିଥ୍‌ଙ୍କ ବୟସ ୪୭। ସେ ଏକ ଆଇଟି କମ୍ପାନୀରେ କାର୍ଯ୍ୟ କରୁଥିଲେ। ସେ ଯେଉଁଠି ରହୁଥିଲେ ସେଠାରେ ଗଛର ଅଭାବ ଥିଲା। ଏଣୁ ସେ ପ୍ରଥମେ ଆଖପାଖ ଅଞ୍ଚଳରେ ଗଛ ଲଗାଇବା ଆରମ୍ଭ କରିଥିଲେ। ପରେ ଚାକିରି ଛାଡ଼ି ସେ ମାଙ୍ଗାଲୋର ଗ୍ରୀନ୍‌ ବ୍ରିଗ୍ରେଡ୍‌ ପ୍ରୋଜେକ୍ଟ ମାଧ୍ୟମରେ ଗଛ ଲଗାଇ ଏବେ ଟେକ୍‌ମ୍ୟାନ୍‌ରୁ ଜଣେ ପରିବେଶବିତ୍‌ ହୋଇଗଲେଣି। ଜିଥ୍‌ ୭ ବର୍ଷ ହେଲା ଡମ୍ପୟାର୍ଡ ତଥା ଅନ୍ୟ ଅବ୍ୟବହୃତ ଜମିରେ ଗଛ ଲଗାଉଛନ୍ତି। ସେ ପ୍ରତିବର୍ଷ ମାଙ୍ଗାଲୋରରେ ୧୨,୦୦୦ ଗଛ ଲଗାଉଛନ୍ତି। ୪୨ ଏକର ବିଶିଷ୍ଟ ଏକ ଡମ୍ପୟାର୍ଡରେ ଗଛ ଲଗାଇବା ତାଙ୍କର ଏକ ଉଲ୍ଲେଖନୀୟ କାର୍ଯ୍ୟ। ଏହା ବ୍ୟତୀତ ସେ ସ୍କୁଲ ଓ କଲେଜରେ ମଧ୍ୟ ଗଛ ଲଗାଉଛନ୍ତି। ଏହାଦ୍ୱାରା ତାଙ୍କ ପ୍ରୋଜେକ୍ଟରେ ଏବେ ଅନେକ ହଜାର ଛାତ୍ରୀଛାତ୍ର ସାମିଲ ହୋଇ ବୃକ୍ଷରୋପଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି…

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

ପୁଣି ମୁଣ୍ଡ ନୁଆଁଇବେ

ଗାନ୍ଧୀ ଜୟନ୍ତୀର ସ୍ମୃତି ମନରେ ସତେଜ ଥିବାବେଳେ ଏବଂ ଶାନ୍ତିପୂର୍ଣ୍ଣ ସମାବେଶର ଅଧିକାର ପୁନର୍ୱାର ଚର୍ଚ୍ଚାକୁ ଆସିଛି। ଏହି ସମୟରେ ଆସନ୍ତୁ କିଛି ପ୍ରସଙ୍ଗ ଉପରେ ଦୃଷ୍ଟି…

ରାସ୍ତାକଡ଼ ଖାଦ୍ୟ କେତେ ସୁରକ୍ଷିତ

ଦହିବରା-ଆଳୁଦମ୍‌, ଘୁଗୁନି, ଚାଟ୍‌, ଗୁପ୍‌ଚୁପ୍‌, ମୁଢ଼ିମିକ୍ସ, ବରା-ପକୋଡ଼ିଠାରୁ ଆରମ୍ଭ କରି ବିଭିନ୍ନ ପାରମ୍ପରିକ ଖାଦ୍ୟ ସର୍ବଦା ରାସ୍ତାକଡ଼ରେ ସହଜରେ ମିଳେ। ଏପରି ଖାଦ୍ୟ ବହୁ କ୍ଷେତ୍ରରେ ଅପରିଷ୍କାର…

ବନ୍ୟପ୍ରାଣୀ ଚଲାପଥ ସଂଯୋଗୀକରଣ

ଦୁଇଟି ପ୍ରାକୃତିକ ଜଙ୍ଗଲ ପରିସଂସ୍ଥାକୁ ସଂଯୋଗ କରୁଥିବା ସଂକୀର୍ଣ୍ଣ ଅଣଓସାରିଆ ଜଙ୍ଗଲୀ ରାସ୍ତାକୁ କୁହାଯାଏ କରିଡର; ଚଲାପଥ ବା ବନ୍ୟପ୍ରାଣୀ ସଂଯୋଗୀ ପଥ। ଚଳିତବର୍ଷ ଅକ୍ଟୋବର ୨ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?