ଏଇ ଭାରତରେ

ମଣିଷଙ୍କ ସେବା ପାଇଁ ସବୁଠି ବିଭିନ୍ନ ଏନ୍‌ଜିଓ ତଥା ବ୍ୟକ୍ତିବିଶେଷ ସମୟ ଦେଉଥିବାବେଳେ ପ୍ରାଣୀଙ୍କ କ୍ଷେତ୍ରରେ ଏହା କମ୍‌ ଦେଖିବାକୁ ମିଳେ। ତେବେ ପ୍ରାଣୀ ସେବାରେ ଯେଉଁ କେତେଜଣ ଉତ୍ସର୍ଗୀକୃତ, ସେମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶ ଲକ୍ଷ୍ନୌର ଚାରୁ ଖାରେ ଅନ୍ୟତମ। ଚାରୁ ଚାକିରି କରୁଛନ୍ତି, ତଥାପି ସେଥିରୁ ସମୟ ବାହାରକରି ଅସହାୟ ପ୍ରାଣୀଙ୍କ ସୁରକ୍ଷା କରୁଛନ୍ତି। ମୁଖ୍ୟତଃ ମା’ଠାରୁ ଅଲଗା ହୋଇଯାଇଥିବା ମାଙ୍କଡ଼ଛୁଆଙ୍କ ଯତ୍ନ ନେବା ସହ ଅନ୍ୟ ପ୍ରାଣୀଙ୍କୁ ଉଦ୍ଧାର କରୁଛନ୍ତି। ସେ ୭୦ କୁକୁର, ୨୫ ବିଲେଇ ଓ ୫ଟି ପକ୍ଷୀ ଉଦ୍ଧାର କରିସାରିଲେଣି। ସେ ଏକ ଏନ୍‌ଜିଓ ଗଠନ କରିଛନ୍ତି। ଏଥିରେ ଥିବା ଟିମ୍‌ ଏହି କାର୍ଯ୍ୟ ପରିଚାଳନା କରୁଛନ୍ତି। ମୋଟ୍‌ରେ ଏଯାବତ୍‌ ଚାରୁ ଓ ତାଙ୍କ ଟିମ୍‌ ୫,୦୦୦ ପ୍ରାଣୀଙ୍କୁ ଉଦ୍ଧାର କରିସାରିଲେଣି। ସେମାନେ ପ୍ରାଣୀଙ୍କୁ ଉଦ୍ଧାର କରିବା ପରେ ସେମାନଙ୍କ ଚିକିତ୍ସା କରୁଛନ୍ତି, ଖାଇବାକୁ ଦେଉଛନ୍ତି ଓ ରହିବା ଲାଗି ଆଶ୍ରୟସ୍ଥଳୀ ନିର୍ମାଣ କରିଛନ୍ତି। ଏହା ବ୍ୟତୀତ ପକ୍ଷାଘାତରେ ପୀଡ଼ିତ ପ୍ରାଣୀଙ୍କ ପାଇଁ ଥେରାପି ବ୍ୟବସ୍ଥା କରିଛନ୍ତି। ଏତେସବୁ କାର୍ଯ୍ୟ ପାଇଁ ଆବଶ୍ୟକ ଅର୍ଥ ସେ ବିଭିନ୍ନ ସଂସ୍ଥା ଓ ବ୍ୟକ୍ତିଙ୍କଠାରୁ ଦାନ ଆକାରରେ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ପରିବାର ପ୍ରଚେଷ୍ଟାରେ ମହାରାଷ୍ଟ୍ର ରାଜ୍ୟ ପୁଣେର ଜୁନ୍ନାର ପାହାଡ଼ ଏବେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଏହାର ସବୁଜ ଆକର୍ଷଣ ପର୍ଯ୍ୟଟକଙ୍କୁ ବିମୋହିତ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ରତନପୁରର ରାବଣ

ଛତିଶଗଡ଼ ବିଳାସପୁର ନିକଟରେ ଥିବା ରତନଗଡ଼ ବା ରତନପୁର ଦୁର୍ଗ ଏକଦା ମଧ୍ୟପ୍ରଦେଶର ଏକ ଅଂଶ ଥିଲା। ଏହି ଦୁର୍ଗରେ ରାବଣର ଏକ ବିରଳ ତଥା ଚମତ୍କାର…

ଏଇ ଭାରତରେ

ସ୍ବାବଲମ୍ବୀ ଓ ସଶକ୍ତୀକରଣର ଉଦାହରଣ ପାଲଟିଛନ୍ତି ମହାରାଷ୍ଟ୍ରର ଜୟଶ୍ରୀ ଗୋର୍ଖା ମାଳୀ। ଜୟଶ୍ରୀଙ୍କ ବୟସ ୪୭। ସେ ଧାରାଶିବ ଜିଲା ଟେର୍‌ ଗାଁରେ ଜୈବିକ ପଦ୍ଧତିରେ ୧.୫…

ଅଦୃଶ୍ୟ ସମାଜ

ସମାଜରେ ଲୋକେ ଏକତ୍ର ବସବାସ କରିବା ସହ ପରସ୍ପର ଭିତରେ ପାରମ୍ପରିକ ପ୍ରଥା, ସଂସ୍କୃତି, ସାମାଜିକ ବିଧି, ନିୟମ ଏବଂ ସାମାଜିକ ଭାବର ଆଦାନ ପ୍ରଦାନ କରିଥାନ୍ତି।…

ଭାରତ-ଇଟାଲୀ ସମ୍ପର୍କ: ଭାରତ-ଭୂମଧ୍ୟସାଗର କ୍ଷେତ୍ର ପାଇଁ ଏକ ରଣନୀତିକ ଭାଗୀଦାରି

ଭାରତ ଓ ଇଟାଲୀ ମଧ୍ୟରେ ସମ୍ପର୍କ ଏବେ ଏକ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚତ୍ଛି। ଗତ କିଛି ବର୍ଷ ମଧ୍ୟରେ ଦୁଇ ଦେଶ ଭିତରେ ସମ୍ପର୍କ ଅଭୂତପୂର୍ବ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri