ଏଇ ଭାରତରେ

କେଦାରନାଥର ବନ୍ୟା ହିରେଶା ବର୍ମାଙ୍କ ଜୀବନରେ ଏକ ପରିବର୍ତ୍ତନ ଆଣିଛି ।
ହିରେଶା ଶିକ୍ଷା ଶେଷକରି ଦିଲ୍ଲୀରେ ଆଇଟି ସେକ୍ଟରରେ କାର୍ଯ୍ୟ କରୁଥିଲେ। ୨୦୧୩ରେ ଘଟିଥିବା କେଦାରନାଥର ପ୍ରଳୟଙ୍କରୀ ବନ୍ୟା ପରେ ସେହି ଅଞ୍ଚଳରେ ଅସହାୟ ମହିଳାମାନଙ୍କୁ ସହଯୋଗ କରିବାକୁ ଆଗେଇ ଆସିଥିଲେ। ଏଥିପାଇଁ ସେ ଚାକିରି ଛାଡ଼ିଦେଇଥିଲେ। ମହିଳାମାନଙ୍କୁ ରୋଜଗାର ଦେବା ଲକ୍ଷ୍ୟରେ ହିରେଶା ଛତୁଚାଷକୁ ବାଛିଥିଲେ। ସେ ପ୍ରଥମେ ତାଙ୍କ ଘରେ ୨୦୦୦ ଟଙ୍କା ନିବେଶକରି ଚାଷ ଆରମ୍ଭ କରିଥିଲେ। ପରେ ଛତୁଚାଷ ସମ୍ପର୍କରେ ପ୍ରଶିକ୍ଷଣ ନେଇ ଅତ୍ୟାଧୁନିକ ପଦ୍ଧତିରେ ଏହି ଚାଷ କରୁଛନ୍ତି ଏବଂ ଏଥିରେ ସେ ୮୦ ଲକ୍ଷ ଟଙ୍କା ନିବେଶ କରିଛନ୍ତି। ଏବେ ତାଙ୍କ ଫାର୍ମରୁ ପ୍ରତିଦିନ ୧,୦୦୦ କେଜି ଛତୁ ଉପତ୍ାଦନ ହେଉଛି ଏବଂ ଏଥିରୁ ସେ ବର୍ଷକୁ ୧.୫ କୋଟି ଟଙ୍କା ପାଉଛନ୍ତି। ଛତୁଚାଷରେ ସେ ୨,୦୦୦ ମହିଳାଙ୍କୁ ନିଯୁକ୍ତି ଦେଇଛନ୍ତି। ଫଳରେ ଏହି ମହିଳାମାନଙ୍କ ଆର୍ଥିକ ଉନ୍ନତି ଘଟିବା ସହ ସେମାନଙ୍କ ସାମାଜିକ ସ୍ଥିତି ବଦଳିଯାଇଛି। ସେ ହାନ୍‌ ଆଗ୍ରୋକେୟାର ପ୍ରତିଷ୍ଠାକରି ସାରା ଭାରତରେ ଏହା ମାଧ୍ୟମରେ ଛତୁରୁ ପ୍ରସ୍ତୁତ ବିଭିନ୍ନ ଉପତ୍ାଦ ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ପ୍ରଜାପତି ପ୍ରଭାବ

ପ୍ରଜାପତି ପ୍ରଭାବ ହେଉଛି ପଦାର୍ଥ ବିଜ୍ଞାନ ଓ ଗଣିତର ଏକ ଗୁରୁତ୍ୱପୂର୍ଣ୍ଣ ତତ୍ତ୍ୱ। ଏହା ହେଉଛି ଏକ ଅବଧାରଣା ଯେଉଁଥିରେ ଗୋଟିଏ ଜଟିଳ ପ୍ରଣାଳୀରେ କ୍ଷୁଦ୍ର ତଥା…

ଓଡ଼ିଶା ଦିବସର ଅନୁଚିନ୍ତା: ସମୃଦ୍ଧ, ସଶକ୍ତ ଓଡ଼ିଶା

ଆଜିର ଦିନଟି ପ୍ରତ୍ୟେକ ଓଡ଼ିଶାବାସୀଙ୍କ ପାଇଁ ବାର୍ଷିକ କ୍ୟାଲେଣ୍ଡରରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ। ୯୦ବର୍ଷ ତଳେ ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ଗଠିତ ହୋଇଥିଲା, ଯାହା ଭାରତର…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri