ଏଇ ଭାରତରେ

ଗୁରୁଙ୍କ ଗୌରବ କଥା ଆସିଲେ ମନେପଡ଼ନ୍ତି ବିହାରର ରଜନୀକାନ୍ତ(ଆର.କେ.) ଶ୍ରୀବାସ୍ତବ। ୧୮ ବର୍ଷ ହେଲା ସେ ପିଲାମାନଙ୍କୁ ଏକ ଟଙ୍କା ଦକ୍ଷିଣାର ପଢ଼ାଉଛନ୍ତି। ରୋହତାସ ଜିଲା ବିକ୍ରମଗଞ୍ଜରେ ସେ ଏକ ସ୍ବତନ୍ତ୍ର କ୍ଲାସ କରୁଛନ୍ତି ଓ ତାହାକୁ ‘ଏକ ଟଙ୍କା ଦକ୍ଷିଣା କ୍ଲାସ୍‌’ ବୋଲି ସମସ୍ତେ ଜାଣନ୍ତି। ଆର.କେ ସାର୍‌ ଜଣେ ଗଣିତ ଶିକ୍ଷକ। ସେ ପିଲାମାନଙ୍କୁ ଦେଶର ପ୍ରତିଷ୍ଠିତ ଇଞ୍ଜିନିୟରିଂ ଏବଂ ମେଡିକାଲ କଲେଜରେ ନାମ ଲେଖାଇବାରେ ସାହାଯ୍ୟ କରୁଛନ୍ତି। ତାଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଛାତ୍ରଙ୍କ ପାଇଁ ଦେୟ ରଖିଛନ୍ତି ମାତ୍ର ୧ଟଙ୍କା । ତାଙ୍କର ଏପରି କାର୍ଯ୍ୟ ପଛରେ ଏକ କାହାଣୀ ରହିଛି। ଆର୍‌.କେ.ସାର୍‌ଙ୍କ ଆଦ୍ୟଜୀବନ ଅଭାବରେ କଟିଥିଲା। ବହୁକଷ୍ଟରେ ସେ ପାଠପଢି ଦ୍ୱାଦଶ ପାସ କରିବା ପରେ ଇଞ୍ଜିନିୟର ହେବାକୁ ଇଚ୍ଛା କରିଥିଲେ। କିନ୍ତୁ ଆଇଆଇଟି ପାଇଁ ପ୍ରସ୍ତୁତ ହେବା ସମୟରେ ତାଙ୍କୁ ଟିବି ହୋଇଗଲା ଓ ସେ ସଥିରୁ ବଞ୍ଚିତ ହୋଇଥିଲେ। ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ୧ଟଙ୍କା ଦେୟରେ ପଢ଼ାଇବା ସହ ନିଜେ ଗଣିତରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୨୦୦୮ରେ ସେ କୋଚିଂ କ୍ଲାସ୍‌ ଖୋଲିଥିଲେ। ଏବେ ସୁଦ୍ଧା ତାଙ୍କ ନିକଟରୁ ୫୪୫ ପିଲା କୋଚିଂ ନେଇ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇ ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri