ଏଇ ଭାରତରେ

ଚୋର ବିଭିନ୍ନ ଜିନିଷ ଚୋରି କରିବା କଥା ସମସ୍ତେ ଶୁଣିଥିବେ। ହେଲେ ଚୋରି କରିଥିବା ଜିନିଷକୁ ଚୋର କେବେ ସେହି ସ୍ଥାନକୁ ଫେରାଇବାକୁ ଆସିବା କଥା ଶୁଣିଛନ୍ତି! ଏକଥା ହୁଏତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ମନେ ହୋଇପାରେ। ମାତ୍ର ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରାଜସ୍ଥାନର ବିକାନେରର ତୋଲିଆସର ଗାଁରେ। ଏହି ଗାଁରେ ଥିବା କାଳଭୈରବଙ୍କ ମନ୍ଦିର ଆଗରୁ କିଛି ଦିନ ତଳେ ଏକ ମୋଟର ସାଇକେଲ ଚୋରି ହୋଇଯାଇଥିଲା। ମନ୍ଦିର ପୂଜାରେ ସାମିଲ ହେବା ପାଇଁ ଜଣେ ଯୁବକ ବାହାରେ ଗାଡି ରଖି ମନ୍ଦିର ଭିତରକୁ ଯାଇଥିଲେ। ମାତ୍ର ଫେରିବା ବେଳକୁ ତାଙ୍କ ଗାଡି ଚୋରି ହୋଇଯାଇଥିଲା। ମନ୍ଦିର ବାହାରେ ଲାଗିଥିବା ସିସିଟିଭି ଫୁଟେଜ୍‌ ଦେଖିବା ପରେ ଏହା ସ୍ପଷ୍ଟ ଜଣାପଡିଥିଲା। ଏହାପରେ ପୋଲିସ ଏହି ଘଟଣାରେ ପଚରାଉଚରା ଆରମ୍ଭ କରି ଚୋର ଖୋଜିବାରେ ଲାଗି ପଡିଥିଲା। ହେଲେ ପୋଲିସ ଚୋର ନିକଟରେ ପହଞ୍ଚତ୍ବା ପୂର୍ବରୁ ଚୋର ନିଜେ ଆସି ଗାଡି ଫେରାଇ ଦେଇ ଯାଇଥିଲେ। ଗାଡି ଚୋରି ହେବାର ଠିକ୍‌ ଦୁଇ ଦିନ ପରେ ଚୋର ମନ୍ଦିର ସାମ୍ନାକୁ ଆସି ଯଥା ସ୍ଥାନରେ ଗାଡି ରଖି ଦେଇ ଯାଇଥିଲେ। ଖାଲି ସେତିକି ନୁହେଁ ଚୋରି କରିଥିଲେ ବୋଲି ପଶ୍ଚାତାପ କରି ଭୁଲ୍‌ ମାଗିବା ସହିତ ବସ ଉଠ ହୋଇ ଠାକୁରଙ୍କ ଆଗରେ କ୍ଷମା ପ୍ରାର୍ଥନା ବି କରିଥିଲେ। ଏସବୁ ଦୃଶ୍ୟ ରେକର୍ଡ ହୋଇଥିଲା ସିସି ଟିଭିରେ। ଏବେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଜୋରଦାର ଚର୍ଚ୍ଚା ହେଉଛି। କେତେଜଣ କହୁଛନ୍ତି ପ୍ରଭୁ କାଳଭୈରବଙ୍କର କୃପାରୁ ଏପରି ହେଲା ତ ଆଉ କେତେକଙ୍କ ମତରେ ମାନବିକତା ଥିବାରୁ ଚୋର ଏପରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri