ଏଇ ଭାରତରେ

ପରୀକ୍ଷାରେ ପିଲାମାନଙ୍କର କମ୍‌ ନମ୍ବର ଦେଖିଲେ ପ୍ରାୟତଃ ଅଭିଭାବକ ଗାଳି କରନ୍ତି। ହେଲେ କମ୍‌ ମାର୍କ ରଖିଥିବା ପିଲାଙ୍କୁ ପ୍ରଶଂସା କିରବା ବିରଳ। ଏହା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଆଲିଗଡର ଜଣେ ଶିକ୍ଷା ଅଧିକାରୀ ରାକେଶ ସିଂହଙ୍କ କ୍ଷେତ୍ରରେ। ସିବିଏସ୍‌ଇ ପରୀକ୍ଷାରେ ତାଙ୍କ ପୁଅ ମାତ୍ର ୬୦ ପ୍ରତିଶତ ମାର୍କ ରଖିଥିଲେ। ଏହା ଜାଣିବା ପରେ ସେ ଭାଙ୍ଗି ନ ପଡ଼ି ବରଂ ପୁଅର ପ୍ରଶଂସା କରିଛନ୍ତି। ସେ ପୁଅର ମାର୍କ ଲିଷ୍ଟ ସହ ଏକ ଲେଖା ପୋଷ୍ଟ କରି ପୁଅକୁ ପ୍ରଶଂସା ସହ ତା’ର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ସେ ଲେଖିଛନ୍ତି ନିଜେ ସରକାରୀ ଚାକିରି ପାଇବା ଦିନ ଯେତିକି ଖୁସି ହୋଇଥିଲେ ପୁଅର ରେଜଲ୍ଟ ଆସିବା ପରେ ସମାନଭାବରେ ଖୁସି ହୋଇ ପାରିଛନ୍ତି। ଏହା ସହିତ କହିଛନ୍ତି କି ଯେକୌଣସି ମୁହୂର୍ତ୍ତରେ ଜୀବନକୁ ଆରମ୍ଭ କରାଯାଇପାରେ। ତେଣୁ ପିଲାଙ୍କୁ ସବୁବେଳେ ଉତ୍ସାହିତ କରିବା ଦରକାର। ଅନ୍ୟ ଅଭିଭାବକମାନେ ମଧ୍ୟ ସେମାନଙ୍କ ପିଲାଙ୍କୁ ଏଭଳି ଉତ୍ସାହିତ କରିବା ଦରକାର ବୋଲି ସେ ତାଙ୍କ ପୋଷ୍ଟରେ ଜଣାଇଛନ୍ତି। କାରଣ ନିରାଶ ହେଲେ କୌଣସି ସମସ୍ୟାର ସମାଧାନ ହୋଇ ନ ଥାଏ। ବରଂ ଜୀବନକୁ ଯେକୌଣସି ମୁହୂର୍ତ୍ତରେ ପୁଣି ଥରେ ନୂଆ କରି ଆରମ୍ଭ କରିହେବ। ତାଙ୍କର ଏଭଳି ଏକ ହୃଦୟସ୍ପର୍ଶୀ ଲେଖାକୁ ନେଇ ସୋସିଆଲ ମିଡିଆରେ ଢେର୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri