ଏଇ ଭାରତରେ

ବିବାହ କର୍ମ ସରିବା ପରେ ନବବଧୂକୁ ସାଙ୍ଗରେ ଧରି ଫେରିଥାଏ ବର। ନବବଧୂ ଶାଶୁ ଘରକୁ ଯାଇ ନୂଆ ସଂସାର ଆରମ୍ଭ କରେ। ହେଲେ ବରକନ୍ୟା ବିଦା ହୋଇ ଶାଶୁଘରକୁ ଫେରିବା ବାଟରେ ନବବଧୂଟି ଅପହରଣ କରାଯାଉଥିବାର ଅଭିଯୋଗ କରିବା କଥା କେବେ ଶୁଣିଛନ୍ତି! ଅଜବ ମନେହେଉଥିଲେ ବି ଏମିତି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ବାରାଣସୀର ମିର୍ଜାମୁରାଦ ଅଞ୍ଚଳରେ। ଏହି ଅଞ୍ଚଳରେ ଗତ ଶୁକ୍ରବାର ରାତିରେ ନବବଧୂ ବେଶରେ ଯାଉଥିବା ଜଣେ ଯୁବତୀ ବଡପାଟି କରି ତାଙ୍କୁ ରକ୍ଷା କରିବା ପାଇଁ ଲୋକଙ୍କୁ ଡାକିଥିଲେ। ଏହାପରେ ସେଠାରେ ଲୋକ ରୁଣ୍ଡ ହୋଇ ପୋଲିସକୁ ଖବର ଦେଇଥିଲେ। ତେବେ ପୋଲିସର ଅନୁସନ୍ଧାନ ପରେ ଯାହା ଜଣା ପଡିଥିଲା ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରାଇ ଦେଇଥିଲା। ପ୍ରକୃତରେ ରାଜସ୍ଥାନ ଅଲୱର ଜିଲାର ରାଜଗଡ ଅଞ୍ଚଳର ଭାନୁ ଜାଗା ତାଙ୍କ ଭାଇ ଗିରିଶର ବିବାହ ନିମନ୍ତେ ମଧ୍ୟସ୍ଥ ଥିବା ନନ୍ଦଲାଲ୍‌ ନାମକ ଜଣେ ବ୍ୟକ୍ତିଙ୍କୁ ୧ ଲକ୍ଷ ୮୦ ହଜାର ଟଙ୍କା ଦେଇଥିଲେ। ଏହାପରେ ସେ ପୂଜା ନାମକ ଜଣେ ଯୁବତୀଙ୍କୁ ଦେଖାଇ ବିବାହ ସ୍ଥିର କରିଥିଲେ। ଶେଷରେ ଗତ ୧୪ ତାରିଖରେ ଏକ ହୋଟେଲରେ ସମ୍ପୂର୍ଣ୍ଣ ରୀତିନୀତିରେ ବିବାହ ମଧ୍ୟ ହୋଇଥିଲା। ଆଉ ବିବାହ ପରେ କନ୍ୟା ବିଦା ହୋଇ ଗିରିଶଙ୍କ ସହିତ ଯିବା ସମୟରେ ବାଟରେ ନବବଧୂ ପେଟ ଖରାପ ହେବାର ବାହାନା କରି ଗାଡିରୁ ଓହ୍ଲାଇ ପଡିଥିଲେ। ତା’ପରେ ହଠାତ୍‌ ବଡ଼ ପାଟିରେ ଲୋକଙ୍କୁ ଡାକି ତାଙ୍କୁ ଅପହରଣ କରାଯାଉଛି ବୋଲି କହିଥିଲେ। ଟଙ୍କା ଲୋଭରେ ଯୁବତୀଜଣକ ସମ୍ପୃକ୍ତ ମଧ୍ୟସ୍ଥ ସହିତ ମିଶି ଏଭଳି ଲୋକଙ୍କୁ ଠକି ଆସୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

IPLରୁ ବାଦ୍‌ ପଡ଼ିବା ପରେ ଚମକିଲା ମୁସ୍ତାଫିଜୁର ରହମାନଙ୍କ ଭାଗ୍ୟ

ନୂଆଦିଲ୍ଲୀ, ୫।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶରେ ବାଂଲାଦେଶର ଷ୍ଟାର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ କୋଲକାତା ନାଇଟ ରାଇଡର୍ସ ଦଳରୁ ମୁକ୍ତ କରାଯାଇଥିଲା। IPL…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri