ଏଇ ଭାରତରେ

ଆଜିର ବିଜ୍ଞାନ ଯୁଗରେ ବି ଏଭଳି ଅନେକ ଅଛନ୍ତି ଯେଉଁମାନେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଅଜବ କାମସବୁ କରନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ରାଜସ୍ଥାନର ଝାଲାୱାଡ ଜିଲାର ଗଙ୍ଗାଧାର ଅଞ୍ଚଳରେ। ଏଠାରେ ବର୍ଷା କରାଇବା ପାଇଁ ଲୋକେ ଗଧକୁ ପୂଜା କରିଛନ୍ତି। ଖାଲି ସେତିକି ନୁହେଁ ଗଧ ଉପରେ ଗାଁର ମୁଖିଆଙ୍କୁ ବସାଇ ଶ୍ମଶାନ ବୁଲାଇଛନ୍ତି। ପୁରାତନ ଅନ୍ଧବିଶ୍ୱାସ ଅନୁସାରେ ଲୋକେ ପ୍ରଥମେ ଗଧକୁ ପୂଜାର୍ଚ୍ଚନା କରିଥିଲେ। ତା’ପରେ ଫୁଲମାଳ ପିନ୍ଧାଇ ଗଧକୁ ଆଳତି କରି ତିଳକ ଲଗାଇଥିଲେ। ଏହାପରେ ପ୍ରସାଦ ଭାବରେ ଗଧକୁ ଗୁଲାପ ଜାମୁନ୍‌ ଖୁଆଇଥିଲେ। ପରେ ଗାଁ ଲୋକେ ମୁଖିଆଙ୍କୁ ଗଧ ଉପରେ ପଛୁଆ ମୁହଁ କରି ବସାଇ ଶ୍ମଶାନକୁ ନେଇଯାଇ ୭ ଥର ପରିକ୍ରମା କରାଇଥିଲେ। ଶେଷରେ ଲୋକେ ଇନ୍ଦ୍ରଦେବତାଙ୍କୁ ପ୍ରାର୍ଥନା କରି ଘରକୁ ଫେରିଥିଲେ। ଲୋକଙ୍କର ବିଶ୍ୱାସ ଏଭଳି ପୂଜାର୍ଚ୍ଚନା କରିବା ପରେ ଇନ୍ଦ୍ରଦେବତା ସନ୍ତୁଷ୍ଟ ହୋଇ ଖୁବ୍‌ଶୀଘ୍ର ବର୍ଷା କରାଇବେ। ତେବେ ବର୍ଷା ହେଉ କି ନ ହେଉ ଏଭଳି ଏକ ଅଜବ କାରନାମାକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଢେର୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri