ଏଇ ଭାରତରେ

ରୋଗ ହେଲେ ସମସ୍ତେ ଡାକ୍ତର ପାଖକୁ ଯାଆନ୍ତି। କିନ୍ତୁ ଏଥିପାଇଁ କେହି କ’ଣ ମନ୍ଦିର ଲୁଟିବାକୁ ଯିବା କଥା ଶୁଣିଛନ୍ତି! ଏଭଳି ଘଟଣା ଦେଖିବାକୁ ମିଳିଛି ଛତିଶଗଡ଼ର ଦୁର୍ଗ ଅଞ୍ଚଳରେ। ଏଠାରେ ୪୫ ବର୍ଷୀୟ ଜଣେ ବ୍ୟକ୍ତି ଏବେ ପୋଲିସ ହାତରେ ଧରାପଡିଛନ୍ତି, ଯିଏ କି ଗତ ୧୦ ବର୍ଷ ହେଲାଣି ବିଭିନ୍ନ ମନ୍ଦିରରୁ ଚୋରି କରୁଥିଲେ। ତାଙ୍କର ଏପରି କରିବା ପଛର ଉଦ୍ଦେଶ୍ୟ ଥିଲା ଭଗବାନ୍‌ଙ୍କ ଉପରେ ପ୍ରତିଶୋଧ ନେବା। ପ୍ରକୃତ କଥା ହେଉଛି ଏହି ବ୍ୟକ୍ତି ଜଣକ ୨୦୧୨ରେ ଏକ ମାରପିଟ ଘଟଣାରେ ଜେଲ ଯାଇଥିଲେ। ଜେଲରୁ ବାହାରିବା ପରେ ସେ ଏଚ୍‌ଆଇଭି ପଜିଟିଭ୍‌ ବୋଲି ଜଣାପଡିଥିଲା। ଏହା ପରେ ସେ ଭାଙ୍ଗି ପଡିଥିଲେ। ଭଗବାନ୍‌ଙ୍କ ଉପରୁ ତାଙ୍କର ଭରସା ତୁଟି ଯାଇଥିଲା। ତାଙ୍କୁ ମନେହୋଇଥିଲା କି ଭଗବାନ୍‌ ହିଁ ତାଙ୍କୁ ଏଭଳି ଏକ ଭୟଙ୍କର ରୋଗ ଦେଇଛନ୍ତି। ତେଣୁ ସେ ଭଗବାନ୍‌ଙ୍କ ଉପରେ ପ୍ରତିଶୋଧ ନେବାକୁ ଯାଇ କୌଣସି ସ୍ଥାନରେ ମନ୍ଦିର ଦେଖିଲେ ସେଠାରୁ ବିଭିନ୍ନ ଜିନିଷ ଚୋରି କରି ନେଇଯାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri