ଏଇ ଭାରତରେ

ଶ୍ୱେତା ମେନନ କମ୍ପ୍ୟୁଟର ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରି ଟିସିଏସ୍‌ରେ ଚାକିରି କରିଥିଲେ। ହେଲେ ତାହାକୁ ଛାଡ଼ି ସେ ଓ୍ବର୍ଲି ଓ ପିଚାଓ୍ବି ଭଳି ପାରମ୍ପରିକ ଜନଜାତି ହସ୍ତକଳାକୁ ବଞ୍ଚାଇ ରଖିବା ଲାଗି ଅଭିଯାନ ଜାରି ରଖିଛନ୍ତି। ସେ ୧୬ଟି ରାଜ୍ୟରେ ୫୦୦ରୁ ଊର୍ଦ୍ଧ୍ୱ ମହିଳା ହସ୍ତକଳା କରିଗରଙ୍କୁ ଏହି କାମରେ ନିଯୁକ୍ତ କରିପାରିଛନ୍ତି। ଶ୍ୱେତା ୨୦୧୫ରେ ‘ଟ୍ରୁଲି ଟ୍ରାଇବାଲ’ ସଂସ୍ଥା ଗଠନ କରି ତା’ମାଧ୍ୟମରେ ଏହି କାର୍ଯ୍ୟ ସଞ୍ଚାଳନ କରୁଛନ୍ତି। ମଧ୍ୟପ୍ରଦେଶ ଛିନ୍ଦଓ୍ବାଡାରେ ଶ୍ୱେତାଙ୍କ ଜନ୍ମ । ଏହି ଆଦିବାସୀ ବହୁଳ ଅଞ୍ଚଳରେ ସେ ରହି ସେମାନଙ୍କ ପାରମ୍ପରିକ ହସ୍ତକଳା ଲୋପ ହୋଇଯାଉଥିବା ଅନୁଭବ କରିଥିଲେ। ଫଳରେ ତାହାକୁ ବଞ୍ଚାଇ ରଖିବା ସକାଶେ ଚାକିରି ଛାଡ଼ି ଦେଇଥିଲେ। ଆଦିବାସୀ ହସ୍ତକଳାର ସଂରକ୍ଷଣ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟରେ ତାଙ୍କ ସଂଘର୍ଷ ଅତ୍ୟନ୍ତ କଠିନ ଥିଲା। କିନ୍ତୁ କିଛି ବର୍ଷ ପରେ ସେ ସଫଳତା ପାଇଥିଲେ। ତାଙ୍କ ଉଦ୍ୟମ ଯୋଗୁ ଏବେ ଆଦିବାସୀ କରିଗରମାନେ ଅଧିକ ରୋଜଗାର କରୁଛନ୍ତି। ସେମାନେ ଓ୍ବର୍ଲି ଓ ପିଚାଓ୍ବି ପେଣ୍ଟିଂର ଜିନିଷ ସହିତ ଟ୍ରାଇବାଲ ଜୁଏଲେରି, ବାଉଁଶ ଜିନିଷ ଓ ଟେରାକୋଟା ଆଦି ପ୍ରସ୍ତୁତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri