ଏଇ ଭାରତରେ

ମହାରାଷ୍ଟ୍ର ବିଦର୍ଭ ଜିଲାର ଅନେକ ଅଞ୍ଚଳରେ ତାପଜ ବିଦ୍ୟୁତ୍‌ କେନ୍ଦ୍ରଗୁଡ଼ିକରୁ ନିର୍ଗତ ବିଷାକ୍ତ ପାଉଁଶ ଯୋଗୁ ସେଠାକାର ଉର୍ବର ମାଟି ଫସଲ ପାଇଁ ଅଯୋଗ୍ୟ ହୋଇଯାଇଥିଲା। ଏପରି କି ସେହି ଅଞ୍ଚଳରେ ଫସଲ ଉପରେ ପାଉଁଶ ଜମି ରହୁଥିଲା। ଫଳରେ କୃଷକମାନେ କ୍ଷତି ସହୁଥିଲେ। କିନ୍ତୁ ବୈଜ୍ଞାନିକ ଡ. ଲାଲ ସିଂଙ୍କ ଉଦ୍ୟମରେ ଅନୁର୍ବର ମାଟି ଏବେ ପୁନର୍ବାର ଉତ୍ପାଦନକ୍ଷମ ହୋଇପାରିଛି। ଡ. ସିଂ କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ(ସିଏସ୍‌ଆଇଆର୍‌)-ନ୍ୟାଶନାଲ ଏନ୍‌ଭାଇରନ୍‌ମେଣ୍ଟ ଇଞ୍ଜିନିୟରିଂ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ(ଏନ୍‌ଇଇଆର୍‌)ରେ ପ୍ରମୁଖ ବୈଜ୍ଞାନିକ ଓ ପ୍ରୋଜେକ୍ଟ ଲିଡର ରହିଛନ୍ତି। ସେ ବାଉଁଶ ଗଛ ଲଗାଇ ବିଦର୍ଭର ମାଟିକୁ ଉର୍ବର କରିବାରେ ସକ୍ଷମ ହୋଇଛନ୍ତି। ତାଙ୍କ ନେତୃତ୍ୱରେ ବୈଜ୍ଞାନିକମାନେ ଇକୋ-ରେଜୁଭେନେଶନ ଟେକ୍‌ନୋଲୋଜି(ଇଆର୍‌ଟି) ନାମକ ଏକ ସ୍ବତନ୍ତ୍ର ପଦ୍ଧତି ବିକାଶ କରିଛନ୍ତି। ଏହି ପଦ୍ଧତିରେ ପ୍ରଦୂଷିତ ତଥା ଉର୍ବରତା ହରାଇଥିବା ମାଟିକୁ ତା’ ପୂର୍ବାବସ୍ଥାକୁ ଫେରାଇ ଅଣାଯାଇପାରୁଛି। ବାଉଁଶଗଛ ଏବେ ତାପଜ ବିଦ୍ୟୁତ କେନ୍ଦ୍ରରୁ ନିର୍ଗତ ପାଉଁଶକୁ ଧରି ରଖୁଛି। ଫଳରେ ପରିବେଶ ସ୍ବଚ୍ଛ ରହିବା ସହ ମାଟି ମଧ୍ୟ ପାଉଁଶର କୁପ୍ରଭାବରୁ ମୁକ୍ତ ହୋଇପାରିଛି। ବାଉଁଶ ଗଛ ଲଗାଇବାରେ ମୁଖ୍ୟତଃ ମହିଳାମାନଙ୍କୁ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri