ଏଇ ଭାରତରେ

ସମାଜର ସବୁ କ୍ଷେତ୍ରରେ ନିଜର ଅଧିକାର ସାବ୍ୟସ୍ତ କରିଥିବା ତଥା ନିଜକୁ ସଶକ୍ତ ବୋଲି ଦର୍ଶାଇଥିବା ମହିଳା ଗଭୀର ସମୁଦ୍ରରେ ମାଛ ଧରିବାରେ ପଛଘୁଞ୍ଚା ଦେବ କାହିଁକି? ସେ କ୍ଷେତ୍ରଟି ବି ତା’ ହାତମୁଠାରେ, ଯାହା ପ୍ରମାଣ କରିଛନ୍ତି କେରଳର ରେଖା କାର୍ତ୍ତିକେୟନ। ଏବେ ସେ ସାମାଜିକ କଟକଣାକୁ ଭାଙ୍ଗି ଜଣେ ଦକ୍ଷ ଫିଶର ଓମ୍ୟାନ ଭାବେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ସମୁଦ୍ର ମଧ୍ୟ ତାଙ୍କ ଅଧୀନରେ ବୋଲି ପ୍ରତିପାଦିତ କରିଛନ୍ତି। ରେଖା ହେଉଛନ୍ତି ଗଭୀର ସମୁଦ୍ରରେ ମାଛଧରା ଲାଇସେନ୍ସ ପାଇବାରେ ଭାରତରେ ପ୍ରଥମ ମହିଳା। ପୁରୁଷଙ୍କ ଭଳି ମାଛଧରିବାରେ ସମସ୍ତ କୌଶଳ ସେ ହାସଲ କରିପାରିଛନ୍ତି। ଏପରି କି ବିନା କମ୍ପାସ ଓ ଜିପିଏସ୍‌ରେ ରେଖା ମାଛଧରିବାକୁ ଗଭୀର ସମୁଦ୍ରକୁ ଚାଲିଯାଇଥାନ୍ତି। ଆରମ୍ଭରୁ ଏହି କାର୍ଯ୍ୟ କରିବାକୁ ତାଙ୍କ ସ୍ବାମୀ କାର୍ତ୍ତିକେୟନ ରେଖାଙ୍କୁ ଉତ୍ସାହିତ କରିଥିଲେ। କେବଳ ଏତିକି ନୁହେଁ, ରେଖା ମାଛମାରିବା ପରେ ତାଙ୍କ ପରିବାରର ଆର୍ଥିକ ସ୍ଥିତି ବଦଳିଯାଇଛି। ତାଙ୍କର ଏହି ସାହସିକ ପଦକ୍ଷେପ ଏବେ ଅନେକ ମହିଳାଙ୍କୁ ସ୍ବାବଲମ୍ବୀ ହେବା ପାଇଁ ରାସ୍ତା ଦେଖାଇଛି। ସେଣ୍ଟ୍ରାଲ ମେରାଇନ ଫିଶରିଜ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ ରେଖାଙ୍କୁ ସବୁ ପ୍ରକାର ସହଯୋଗ କରିବା ସହ ତାଙ୍କ ଜୀବନ ଜୀବିକା ଯାତ୍ରାକୁ ନେଇ ଏକ ଡକ୍ୟୁମେଣ୍ଟାରୀ ପ୍ରସ୍ତୁତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri