ଏଇ ଭାରତରେ

ଇଚ୍ଛାଶକ୍ତି ଆଗରେ ବୟସ ହାର୍‌ ମାନେ- ଏହା ପ୍ରମାଣ କରିଛନ୍ତି କେରଳର ମହିଳା ଚାଳକ ମଣି ଅମ୍ମା। ତାଙ୍କ ବୟସ ୭୪ ଛୁଇଁଲାଣି, ହେଲେ ସେ ନିର୍ଭୀକ ଭାବେ ଭାରିଯାନ ଚଳାଉଛନ୍ତି। ଟ୍ରକ୍‌, ବସ୍‌, କ୍ରେନ୍‌ଠାରୁ ଆରମ୍ଭକରି ବିଭିନ୍ନ ଭାରିଯାନ ଚଳାଇ ସେ ତାଙ୍କ ସାହସ ଓ ଧୈର୍ଯ୍ୟର ପରିଚୟ ଦେଇଛନ୍ତି। କେବଳ ଏତିକି ନୁହେଁ, ସେ ଏକ ଡ୍ରାଇଭିଂ ସ୍କୁଲ୍‌ କରି ସେଠାରେ ବିଶେଷକରି ମହିଳାମାନଙ୍କୁ ଡ୍ରାଇଭିଂ ପ୍ରଶିକ୍ଷଣ ଦେଉଛନ୍ତି। ମଣି ଅମ୍ମାଙ୍କର ଜନ୍ମ ଏକ ମଧ୍ୟବିତ୍ତ ପରିବାରରେ। ସେ ଦଶମ ପଢୁଥିବା ବେଳେ ବିବାହ କରିଥିଲେ। ପରେ ପରିବାରର ଦାୟିତ୍ୱ ବହନ କରିବା ପାଇଁ ସ୍ବାମୀଙ୍କ ପ୍ରେରଣାରେ ଗାଡ଼ି ଚଳାଇବା ଆରମ୍ଭ କରିଥିଲେ। ସମୟକ୍ରମେ ସେ ୧୧ଟି ଭାରିଯାନ ଲାଇସେନ୍ସ ମଧ୍ୟ ହାସଲ କରିଥିଲେ, ଯାହା ଏକ ବିରଳ ସଫଳତା। ଏଥିପାଇଁ ୨୦୨୨ରେ ସେ ଇଣ୍ଡିଆନ୍‌ ବୁକ୍ସ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶୋଧର ଖଡ୍ଗ

ନ୍ୟାୟର ନିକିତିରେ ଯେତେବେଳେ ଅପଳାପର ଗରଳ ମିଶିଯାଏ, ସେତେବେଳେ ଆଇନର ଆଶ୍ରୟ ଅବିଚାରର ଆୟୁଧରେ ପରିଣତ ହୁଏ। ବୋହୂ ନିର୍ଯାତନାକୁ ପ୍ରତିହତ କରିବା ନିମନ୍ତେ ପ୍ରଣୀତ ଭାରତୀୟ…

ଅସରପା ଆଉ ଅଟୋକ୍ରାସି

କକ୍‌ରୋଚ୍‌ ଜନତା ପାର୍ଟି ଏକ ଥଟ୍ଟାଳିଆ ନାମକରଣ ବୋଲି ଭାବିଥିବା ପାଠକମାନଙ୍କୁ ଏବଂ ହିନ୍ଦୁତ୍ୱରେ ବୁଡିରହିଥିବା ପାଠକମାନଙ୍କୁ କ୍ଷମା ମାଗି ମୁଁ ଗୀତାର ଜଣାଶୁଣା ଉକ୍ତିକୁ ରୂପାନ୍ତର…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ଏଇ ଭାରତରେ

ଚାକିରିରୁ ଅବସରନେବା ପରେ ବିଶ୍ରାମ ସମୟକୁ ଅନେକେ ସମାଜ ସେବାରେ ଲଗାଇବାର ଉଦାହରଣ ଦେଖିବାକୁ ମିଳେ, ଯାହାଙ୍କ ମଧ୍ୟରୁ ବେଙ୍ଗାଲୁରୁର କ୍ୟାପ୍‌ଟେନ ସନ୍ତୋଷ କୁମାର ଅନ୍ୟତମ। ସେନା…

ଭିଆଇପି ପରମ୍ପରା

ଭିଆଇପି ପରମ୍ପରା ଅତ୍ୟନ୍ତ ଅଶୋଭନୀୟ ଓ ଅରୁଚିକର ପରିସ୍ଥିତି ସୃଷ୍ଟି କରିଥାଏ। ଭିଆଇପିମାନଙ୍କ ପାଇଁ ଆୟୋଜକଙ୍କ କେବଳ ସମୟ ଓ ସମ୍ବଳର ଅପଚୟ ହୁଏ ତାହା ନୁହେଁ,…

ସ୍ବାଭିମାନର ଅନନ୍ୟ ଆଭା

ମାଟିର ସୁକନ୍ୟା ନନ୍ଦିନୀ ଶତପଥୀ। ନାରୀ ଅସ୍ମିତାର ଏକ ତେଜୋଦୀପ୍ତ ସ୍ବର। ତାଙ୍କ ଦେଶପ୍ରେମ, ନିର୍ଭୀକତା, ସାହସିକତା ଓ ବେସାଲିସପଣକୁ ନେଇ ଗଢ଼ିଉଠିଛି ଅନେକ କଥା, କାହାଣୀ…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri