ଏଇ ଭାରତରେ

ରଶ୍ମି ଦୁର୍ବେଙ୍କ ପ୍ରାରମ୍ଭିକ ବିବାହିତ ଜୀବନ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ରହିଥିଲା। ତାହାକୁ ମୁକାବିଲା କରି ଏହି ମହିଳାଜଣକ ଏବେ କୃଷିରେ ସଫଳତା ପାଇବା ସହ ୨୦୦୦ କୃଷକଙ୍କୁ ମାର୍ଗଦର୍ଶନ କରୁଛନ୍ତି। ମଧ୍ୟପ୍ରଦେଶର ସେନଗୁଡା ଗାଁରେ ରହୁଛନ୍ତି ରଶ୍ମି। ୧୮ ବର୍ଷ ବୟସରେ ବିବାହ ପରେ ସେ ଏହି ଗାଁକୁ ଆସିଥିଲେ। ପରେ ସେ ପରିବାର ଚଳାଇବାରେ ବହୁ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଅଭାବ ଦୂର କରିବା ପାଇଁ ପ୍ରଥମେ ସେ ୨୦୧୫ରେ ଜାଗୃତି ସ୍ବୟଂ ସହାୟକ ଗୋଷ୍ଠୀରେ ଯୋଗ ଦେଇଥିଲେ। ସେଠାରୁ ସେ ସଞ୍ଚୟ, ନାରୀ ସଶକ୍ତୀକରଣ ତଥା କୃଷି ସମ୍ବନ୍ଧୀୟ ଆଲୋଚନାରୁ ଅନେକ କିଛି ଶିକ୍ଷା କରିଥିଲେ। ୨୦୧୮ରେ ପ୍ରଫେଶନାଲ ଆସିଷ୍ଟାଣ୍ଟ ଫର ଡେଭଲପ୍‌ମେଣ୍ଟ ଆକ୍ସନରୁ ଆଧୁନିକ ଚାଷ ସମ୍ପର୍କରେ ପ୍ରଶିକ୍ଷଣ ନେଇ ତାଙ୍କ ପୈତୃକ ଜମିରେ ଚାଷ ଆରମ୍ଭ କରିଥିଲେ। ଏଥିରେ ସଫଳ ହେବା ପରେ ସେ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ସେନଗୁଡା ଓ ଏହାର ଆଖପାଖ ଗାଁଗୁଡ଼ିକରେ କୃଷକମାନଙ୍କୁ କୃଷି ପାଇଁ ପ୍ରୋତ୍ସାହିତ କରିଥିଲେ। ପ୍ରଥମେ ତାଙ୍କ ସହ ୧୫୦ କୃଷକ ସାମିଲ ହୋଇଥିଲେ। ଏବେ ସେ ୨୦୦୦ କୃଷକଙ୍କୁ ସଶକ୍ତ କରିପାରିଛନ୍ତି। ଏହା ବ୍ୟତୀତ ମହିଳାଙ୍କ ପାଇଁ କାର ଡ୍ରାଇଭିଂ ପ୍ରଶିକ୍ଷଣର ବ୍ୟବସ୍ଥା ମଧ୍ୟ କରିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri